ପ୍ରମୂଖ ଖବର
  • ଶ୍ରୀମନ୍ଦିରରେ ପୂଜା ହେଲା ଆଇପିଏଲ୍‌ ଟ୍ରଫି, ବିଜୟୀ ହେବାକୁ 'କୋଲକତା ନାଇଟ୍ ରାଇଡର୍ସ'ର ପ୍ରାର୍ଥନା
  • ||
  • ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବଡ଼ ମହାସ୍ନାନ, ବେହେରଣ ଦ୍ୱାର ନିକଟରେ ପଡିଥିଲା ରକ୍ତ ଛିଟା
  • ||
  • ବାଲେଶ୍ୱର : ଘରେ ପଶି ଅଙ୍ଗନବାଡ଼ି କର୍ମୀଙ୍କୁ ହାଣିଲେ ଦୁର୍ବୃତ୍ତ, ପୋଲିସର ତଦନ୍ତ ଆରମ୍ଭ
  • ||
  • ନୂଆଦିଲ୍ଲୀ ରେଳଷ୍ଟେସନ ଦଳାଚକଟା ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଲେ ଅଶ୍ୱିନୀ
  • ||
  • ନୂଆଦିଲ୍ଲୀ ରେଳଷ୍ଟେସନ ଦଳାଚକଟା ଘଟଣା, ମୃତ୍ୟୁ ସଂଖ୍ୟା ୧୮କୁ ବୃଦ୍ଧି, ଶୋକବ୍ୟକ୍ତ କଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ
  • ||
  • ଓଡ଼ିଶା ଅର୍ଥନୈତିକ ସର୍ଭେ ରିପୋର୍ଟ: ଚଳିତ ବର୍ଷ ଅଭିବୃଦ୍ଧି ୭.୨%କୁ ହ୍ରାସ, ଆଗାମୀ ବର୍ଷ ୮.୫% ହାରରେ ବଢ଼ିବ
  • ||
  • କଟକ : ଷ୍ଟ୍ରିଟ୍‌ ଲାଇଟ୍‌ ଖୁଣ୍ଟରୁ ଯୁବକଙ୍କୁ ଝୁଲନ୍ତା ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ
  • ||
  • ଗରମରୁ ମିଳିବ ସାମାନ୍ୟ ଆଶ୍ୱସ୍ତି: ଆସନ୍ତା ୧୯ରୁ ୨୧ ଯାଏ ବର୍ଷା ସମ୍ଭାବନା, ବିଭିନ୍ନ ଜିଲ୍ଲାକୁ ଆଲର୍ଟ ଜାରି
  • ||

ଗାଡିର ବୀମା ନ ଥିଲେ ଧରିବ ଟୋଲଗେଟ୍ , ଫେବୃୟାରୀରୁ ନିୟମ ଲାଗୁ

Published By : Prameya | January 18, 2025 5:21 PM

ଭୁବନେଶ୍ବର,୧୮।୧ : ଗାଡିର ବୀମା ନ ଥିଲେ ସ୍ବୟଂକ୍ରିୟ ପ୍ରଣାଳୀରେ ଧରିବ ଟୋଲଗେଟ୍।  ଇ-ଡିଟେକ୍ସନ ପ୍ରକ୍ରିୟାରେ ଜାରିହେବ ଇ-ଚାଲାଣ। ଆସନ୍ତା ଫେବୃୟାରୀ ପହିଲାରୁ ରାଜ୍ୟର ବିଭିନ୍ନ ଜାତୀୟ ରାଜପଥରେ ଥିବା ସମସ୍ତ ୨୨ଟି ଟୋଲଗେଟରେ ଏହା କାର୍ଯ୍ୟକାରୀ ହେବ। ବୀମା ନ ଥାଇ ଗାଡି ଚଳାଚଳ କରୁଥିବା ନିୟମ ଉଲ୍ଲଂଘନକାରୀଙ୍କୁ ଚିହ୍ନଟ ସହ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ରାଜ୍ୟ ପରିବହନ ପ୍ରାଧିକରଣ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। 

ମୋଟର ଯାନ ଆଇନର ଧାରା ୧୪୬ ଅନୁଯାୟୀ ପ୍ରତ୍ୟେକ ମୋଟର ଯାନ ବୀମାଭୁକ୍ତ ହେବା ବାଧ୍ୟତାମୂଳକ।  ଏହାର ଉଲ୍ଲଘଂନ କଲେ ଧାରା ୧୯୬ ଅନୁଯାୟୀ ୨ ହଜାର ଟଙ୍କା ଜରିମାନା କିମ୍ବା ୩ ମାସ ପର୍ଯ୍ୟନ୍ତ ଜେଲ କିମ୍ବା ଉଭୟ ଦଣ୍ଡର ପ୍ରାବଧାନ ରହିଛି। ସେହିଭଳି ପୁନର୍ବାର ନିୟମ ଉଲ୍ଲଂଘନ କଲେ ଜରିମାନା ରାଶି ୪ ହଜାର ଟଙ୍କା କିମ୍ବା ୩ ମାସ ପର୍ଯ୍ୟନ୍ତ ଜେଲ କିମ୍ବା ଉଭୟ ଦଣ୍ଡରେ ଦଣ୍ଡିତ କରାଯିବାର ପ୍ରାବଧାନ ଅଛି।

ଅନେକ ଗାଡି ନିୟମ ଉଲ୍ଲଂଘନ କରି ବୀମା କରୁ ନାହାନ୍ତି। ଫଳରେ ସଡକ ଦୁର୍ଘଟଣାଜନିତ ମୃତ୍ୟୁରେ ମୃତକଙ୍କ ପରିବାର ଅନୁକମ୍ପାମୂଳକ ବୀମା ରାଶି ପାଇବାକୁ ବଞ୍ଚିତ ହେଉଛନ୍ତି। ଯାହାକୁ ନେଇ ସରକାରଙ୍କ ପକ୍ଷରୁ ଉଦବେଗ ପ୍ରକାଶ ପାଇଛି। ଏହାକୁ ଦୃଷ୍ଟିରେ ରଖି ନିୟମ ଉଲ୍ଲଂଘନକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ପରିବହନ ଆୟକ୍ତ ନିର୍ଦେଶ ଦେଇଛନ୍ତି।  ପୂର୍ବରୁ ଇ-ଡିଟେକ୍ସନରେ ପରମିଟ, ଫିଟନେସ, ଟିକସ ନିୟମ ଉଲ୍ଳଂଘନକାରୀଙ୍କୁ ଟୋଲଗେଟରେ ଚିହ୍ନଟ କରାଯାଉଥିଲା। ଏବେ ବୀମା ନିୟମ ଉଲ୍ଲଂଘନକାରୀଙ୍କୁ ମଧ୍ୟ ଏହି ପ୍ରକ୍ରିୟାରେ ଚିହ୍ନଟ କରାଯିବ। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.