ମେଷ : ଦ୍ୱାଦଶ ଚନ୍ଦ୍ର, ମଙ୍ଗଳବାର ଯୋଗୁ ଅପବ୍ୟୟ ଓ ଅପବାଦ ଓ ଅପଯଶରୁ ମୁକ୍ତି ମିଳିବ ଏବଂ ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ, ପରିବାରର ଖର୍ଚ୍ଚଭାର କମ୍ ରହିବ। ଠିକ୍ ସମୟରେ ଠିକ୍ ନିଷ୍ପତ୍ତି ନେବାରେ ସମର୍ଥ ହେବେ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ନେବେ। ମନରୁ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହ ଭାବ ଅପସରି ଯିବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ମାର୍ଜିତ, ସର୍ବଜନାଦୃତ ହେବ। ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ। କର୍ମରେ ସଫଳତା ଓ ସମସ୍ତ କର୍ମ ଆପଣଙ୍କ ପାଇଁ ସହଜ ହେବ। ଯେଉଁମାନଙ୍କର ଅଶ୍ୱିନୀ ଓ କୃତ୍ତିକା ମେଷ, ସେମାନେ ଉପକୃତ ହେବେ। ଶୁଭ ରଙ୍ଗ : ଗୋଲାପୀ, ସଂଖ୍ୟା : ୬, ଆରାଧନା : ପ୍ରଭୁ ଗଜାନନ।
ବୃଷ : ଏକାଦଶ ଚନ୍ଦ୍ର ଏବଂ ଶନି, ବୁଧ ଉଭୟଙ୍କ ନକ୍ଷତ୍ର ଭୋଗ ହେଉ ଥିବାରୁ ଆୟରେ ଆଖିଦୃଶିଆ ଉନ୍ନତି ଆସିବ ଏବଂ ବିଭିନ୍ନ ଉତ୍ସରୁ ଧନପ୍ରାପ୍ତି ହେବ। ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଅନ୍ୟକୁ ଦେଇଥିବା ଧନ, ହୃତଧନ ଫେରି ପାଇବେ। ନୂତନ କର୍ମାରମ୍ଭ, ବ୍ୟବସାୟାରମ୍ଭ, ବିଦେଶ ଯାତ୍ରାର ସୁଯୋଗ ଜୁଟିବ ଏବଂ ଆୟର ନୂତନ ମାର୍ଗ ଉନ୍ମୁକ୍ତ ହେବ। ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟ ପାଇଁ ଚୁକ୍ତିବଦ୍ଧ ହେବେ। କର୍ମରେ ସଫଳତା ଓ ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ। ଯେଉଁମାନଙ୍କର କୃତ୍ତିକା ଓ ମୃଗଶିରା ବୃଷ, ସେମାନେ ସୁଫଳ ପାଇବେ। ଶୁଭ ରଙ୍ଗ : ଧଳା, ସଂଖ୍ୟା : ୪, ଆରାଧନା : ମା’ କମଳା ।
ମିଥୁନ : ଦଶମ ଚନ୍ଦ୍ର ଯୋଗୁ କର୍ମରେ ଉନ୍ନତି, କର୍ମ ପ୍ରତି ଏକାଗ୍ରତା ଓ ଆନ୍ତରିକତା ବୃଦ୍ଧି ପାଇବ ଏବଂ ସମସ୍ତ କର୍ମରେ ଆପଣଙ୍କର କର୍ମକୁଶଳତା, କର୍ମତତ୍ପରତା, କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ। ମନରେ ପ୍ରସନ୍ନତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଓ ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନୁର୍ତ୍ତିତା ଆପଣାଇବେ। ସମସ୍ତ ଅସମ୍ପୂର୍ଣ୍ଣ କର୍ମକୁ ପୂର୍ଣ୍ଣାଙ୍ଗ ରୂପ ଦେବାରେ ସମର୍ଥ ହେବେ ଏବଂ ଆଜି ଯେକୌଣସି କର୍ମ କରିବେ, ସେଥିରେ ଶତପ୍ରତିଶତ ସଫଳତା ପାଇବେ। ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ, ଆତ୍ମତୃପ୍ତି ରହିବ। କର୍ମରେ ସ୍ୱଳ୍ପ ପରିଶ୍ରମରେ ଅଧିକ ସଫଳତା ଓ ସମ୍ମାନ ମିଳିବ। ଯେଉଁମାନଙ୍କର ମୃଗଶିରା ଓ ପୁନର୍ବସୁ ମିଥୁନ, ସେମାନେ ଉପକୃତ ହେବେ। ଶୁଭ ରଙ୍ଗ : କଫି, ସଂଖ୍ୟା : ୧୨, ଆରାଧନା : ମା’ ଷୋଡ଼ଶୀ ।
କର୍କଟ : କୃଷ୍ଣପକ୍ଷର ନବମ ଚନ୍ଦ୍ର ଯୋଗୁ ମାନ ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ ଏବଂ ନିଜର ପ୍ରିୟବନ୍ଧୁ କିମ୍ବା ପୁରାତନ ବନ୍ଧୁଙ୍କଠାରୁ ଅପମାନ ମିଳିବ। ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ ବୃଦ୍ଧି ପାଇବ ଏବଂ ମନରେ ହତୋତ୍ସାହ ଭାବ ପ୍ରକାଶ ପାଇବ। ଉନ୍ନତିମୂଳକ କର୍ମରେ ପ୍ରତିବନ୍ଧକ, ଧାର୍ମିକ କର୍ମରେ ବିଘ୍ନ ଦେଖାଦେବ ଏବଂ ଅପମାନ, ଅପଯଶ, ଅପନିନ୍ଦା ମିଳିବ। ବାଣିଜ୍ୟ, ବ୍ୟବସାୟ, ପରିବହନରେ କ୍ଷତି ପହଞ୍ଚିବ। କର୍ମରେ ବିଫଳତା ଓ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ। ଯେଉଁମାନଙ୍କର ପୁଷ୍ୟା କର୍କଟ, ସେମାନେ ସତର୍କ ହେବେ। ଶୁଭ ରଙ୍ଗ : ଧଳା, ସଂଖ୍ୟା : ୩, ଆରାଧନା : ମା’ ସମଲେଶ୍ୱରୀ।
ସିଂହ: ଅଷ୍ଟମ ଚନ୍ଦ୍ର, ଅପରାହ୍ଣ ୧ଟା ୨୫ ମିନିଟ୍ ପରେ ଅଷ୍ଟମୀ ତିଥି, ଶନିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର, ଉଚ୍ଚସ୍ଥାନ ଆରୋହଣ କାଳରେ ସତର୍କତା ଅବଲମ୍ବନ କରିବେ। ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଶାରୀରିକ ପୀଡ଼ା ଭୋଗିବେ। ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ, ବୃଥା ଭ୍ରମଣ ଲାଗି ରହିବ ଏବଂ ସତ୍ସଙ୍ଗ ପରିତ୍ୟାଗ କରି କୁସଙ୍ଗରେ ପଡ଼ିବେ। ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ। ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ। କର୍ମରେ ବିଫଳତା ଓ ସମସ୍ତ କର୍ମ କଣ୍ଟକସଦୃଶ ମନେ ହେବ। ଯେଉଁମାନଙ୍କର ପୂର୍ବା ଫାଲଗୁନୀ ସିଂହ, ସେମାନେ ସତର୍କ ହେବେ। ଶୁଭ ରଙ୍ଗ : ଗୋଲାପୀ, ସଂଖ୍ୟା : ୧୧, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ।
କନ୍ୟା : ସପ୍ତମ ଚନ୍ଦ୍ର, ସପ୍ତମୀ ତିଥି, ସାତ ମାସ ସାତ ତାରିଖ ଯୋଗୁ ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ ଏବଂ ସମସ୍ତ ଆଶା, ଆକାଂକ୍ଷା, ଅଭିଳାଷ ପୂର୍ଣ୍ଣ ହେବ। ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା, ପରିବାରରେ ମିତ୍ରତା, ସମସ୍ତଙ୍କ ସହ ବନ୍ଧୁତା, ଚାଲିଚଳନରେ ସଂଯମତା ଏବଂ ସମସ୍ତଙ୍କର ଶ୍ରଦ୍ଧାଭାଜନ ହେବେ। ସମସ୍ତଙ୍କର ମନ ଜିଣିବାରେ ସମର୍ଥ ହେବେ ଏବଂ ଆପଣଙ୍କର ବଚନରେ ବାକ୍ ବିଚକ୍ଷଣତା ପ୍ରକାଶ ପାଇବ। ପୁତ୍ର, କନ୍ୟା, ଭ୍ରାତୃ, ଭଗ୍ନୀଙ୍କର ବୈବାହିକ କର୍ମର ଆୟୋଜନ କରିବେ ଏବଂ ପରିବାର ପ୍ରତି ଅଧିକ ଧ୍ୟାନ ଦେବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ । କର୍ମରେ ସଫଳତା ଓ ମହିଳା ସହକର୍ମୀଙ୍କ ସହଯୋଗ ପ୍ରାପ୍ତ ହେବ। ଯେଉଁମାନଙ୍କର ଉତ୍ତରା ଫାଲଗୁନୀ ଓ ଚିତ୍ରା କନ୍ୟା, ସେମାନେ ଉପକୃତ ହେବେ। ଶୁଭ ରଙ୍ଗ : ସବୁଜ, ସଂଖ୍ୟା : ୮, ଆରାଧନା : ଭଗବାନ ବିଷ୍ଣୁ।
ତୁଳା : ଷଷ୍ଠ ଚନ୍ଦ୍ର ଓ ଶନି, ବୁଧ ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା, ଜନ ସମ୍ପର୍କ ବୃଦ୍ଧି ପାଇବ ଏବଂ ମହତ୍ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ। ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତିମୂଳକ କର୍ମରେ ଧ୍ୟାନ ଅଧିକ ରହିବ। ରୋଗ, ଋଣ, ଶତ୍ରୁରୁ ମୁକ୍ତି ମିଳିବ ଏବଂ ଦେହ, ମନ ସୁସ୍ଥ ରହିବ। ଗୁରୁଜନଙ୍କ ପ୍ରତି ସମ୍ମାନ, ଲଘୁଜନଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା, ଆନ୍ତରିକତା ଅଧିକ ରହିବ। ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ। କର୍ମରେ ଆଶାଠାରୁ ଅଧିକ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ। ଯେଉଁମାନଙ୍କର ଚିତ୍ରା ଓ ବିଶାଖା ତୁଳା, ସେମାନେ ସୁଫଳ ପାଇବେ। ଶୁଭ ରଙ୍ଗ : ସିଲ୍ଭର, ସଂଖ୍ୟା : ୪, ଆରାଧନା : ମା’ ତ୍ରିପୁରସୁନ୍ଦରୀ।
ବିଛା : କୃଷ୍ଣପକ୍ଷର ପଞ୍ଚମ ଚନ୍ଦ୍ର ଯୋଗୁ ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା, ପ୍ରତ୍ୟୁତ୍ପନ୍ନମତି, ଦୂରଦୃଷ୍ଟି, ଧୀଶକ୍ତି ଓ ସ୍ମରଣଶକ୍ତି ହ୍ରାସ ପାଇବ ଏବଂ ମନ ଅସ୍ଥିର, ବିଷାଦଗ୍ରସ୍ତ, ଚାପଗ୍ରସ୍ତ ରହିବ। ଅପନିନ୍ଦା, ଅପଯଶ, ଅପମାନ ମିଳିବ ଏବଂ ପରିବାରରେ ଅଶାନ୍ତିର ବାତାବରଣ ରହିବ। ସନ୍ତାନମାନଙ୍କର ଶିକ୍ଷା, ଦୀକ୍ଷା, କର୍ମରେ ବିଘ୍ନ ଉପୁଯିବ ଏବଂ ସେମାନଙ୍କର ସମସ୍ତ କର୍ମରେ ଓ ଉଚ୍ଚ ଶିକ୍ଷା ପାଇବାରେ ବାଧା ଉପୁଯିବ। ପାରିବାରିକ ବିବାଦ ଲାଗି ରହିବ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ବୁଝାମଣାର ଅଭାବ ରହିବ। ପୈତୃକ ସମ୍ପତ୍ତିକୁ ନେଇ ବିବାଦ ଦେଖାଯିବ ଏବଂ ପିତାମାତାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ହେବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ କ୍ଷତି ପହଞ୍ଚିବ। କର୍ମରେ ବିଫଳତା ଓ ମାନ ସମ୍ମାନ ହାନି ଘଟିବ। ଯେଉଁମାନଙ୍କର ଅନୁରାଧା ବିଛା, ସେମାନେ ସତର୍କ ହେବେ। ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୩, ଆରାଧନା : ମା’ ଚଣ୍ଡୀ।
ଧନୁ : ଘାତଚନ୍ଦ୍ର ଯୋଗୁ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା, ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ। ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା, ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ ଏବଂ ପରିବାରରେ ଅଶାନ୍ତିର ବାତାବରଣ ରହିବ। ଅନ୍ୟଠାରୁ ଆଣିଥିବା ଧନ ଫେରେଇବାରେ ଅସମର୍ଥ ହେବେ ଏବଂ ଅନ୍ୟକୁ ଦେଇଥିବା ଧନ ପାଇବାରେ ବିଫଳ ହେବେ। ମନ ବିଷାଦଗ୍ରସ୍ତ ରହିବ ଏବଂ ଆର୍ଥିକ ବିବାଦରେ ପଡ଼ିବେ। ବାଣିଜ୍ୟ, ବ୍ୟବସାୟ, ପରିବହନରେ କ୍ଷତି ପହଞ୍ଚିବ। କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ। ଯେଉଁମାନଙ୍କର ପୂର୍ବାଷାଢ଼ା ଧନୁ, ସେମାନେ ସତର୍କ ହେବେ। ଶୁଭ ରଙ୍ଗ : ଲାଲ୍, ସଂଖ୍ୟା : ୨, ଆରାଧନା : ପ୍ରଭୁ ଗଜାନନ।
ମକର : ତୃତୀୟ ଚନ୍ଦ୍ର ଓ ଶନି, ବୁଧ ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖଶାନ୍ତି, ସ୍ୱଜନରେ ସୁସମ୍ପର୍କ ଏବଂ ଭାଇଭଉଣୀଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ଅଧିକ ରହିବ। ସୁଖବର, ସୁସମ୍ବାଦ ମିଳିବ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ନେବେ। ନୂତନ କର୍ମାରମ୍ଭ, ବ୍ୟବସାୟାରମ୍ଭ, ବିଦେଶ ଯାତ୍ରାର ସୁଯୋଗ ଜୁଟିବ ଏବଂ ଧନ, ସମ୍ପଦ ବୃଦ୍ଧି ପାଇବ । ମୂଲ୍ୟବାନ ଧାତୁ, ଭୂମି, ଯାନବାହନ କ୍ରୟ କରିବେ ଏବଂ ଉନ୍ନତିମୂଳକ କର୍ମରେ ଧନର ବିନିଯୋଗ କରିବେ। ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ। କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଦୂର ହେବ। ଯେଉଁମାନଙ୍କର ଉତ୍ତରାଷାଢ଼ା ଓ ଧନିଷ୍ଠା ମକର, ସେମାନେ ଉପକୃତ ହେବେ। ଶୁଭ ରଙ୍ଗ : କଳା, ସଂଖ୍ୟା : ୬, ଆରାଧନା : ମା’ କାଳୀ।
କୁମ୍ଭ : କୃଷ୍ଣପକ୍ଷର ଦ୍ୱିତୀୟ ଚନ୍ଦ୍ର ଯୋଗୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ ଏବଂ ଶାରୀରିକ ପୀଡ଼ା ଭୋଗିବେ। ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ, ପରିବାରର ଖର୍ଚ୍ଚଭାର ବୃଦ୍ଧି ପାଇବ ଏବଂ ଆର୍ଥିକ ଠକାମିରେ ପଡ଼ିବେ । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ ଏବଂ ଧନକୁ ନେଇ ବିବାଦ ଓ ମାଲିମକଦ୍ଦମାରେ ପଡ଼ିପାରନ୍ତି। ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ ଏବଂ ସମସ୍ତ କର୍ମରେ ବିବାଦୀୟ ହେବ। ବାଣିଜ୍ୟ, ବ୍ୟବସାୟ, ପରିବହନରେ କ୍ଷତି ପହଞ୍ଚିବ। କର୍ମରେ ବିଫଳତା ଓ କର୍ମ ପ୍ରତି ଅନାଗ୍ରହ ଭାବ ପ୍ରକାଶ ପାଇବ। ଯେଉଁମାନଙ୍କର ଶତଭିଷା କୁମ୍ଭ, ସେମାନେ ସତର୍କ ହେବେ। ଶୁଭ ରଙ୍ଗ : ଇନ୍ଦ୍ରନୀଳ, ସଂଖ୍ୟା : ୩, ଆରାଧନା : ମା’ ବିମଳା।
ମୀନ : ଶ୍ରୀଚନ୍ଦ୍ର, ମଙ୍ଗଳବାର ଯୋଗୁ ଧନ, ମାନ, ସମ୍ମାନ, ସ୍ୱଜନରେ ସୁସମ୍ପର୍କ, ପରିବାରରେ ସୁଖଶାନ୍ତି, ଲକ୍ଷ୍ମୀଙ୍କର କୃପା, ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ। ମୂଲ୍ୟବାନ ଧାତୁ, ବସନଭୂଷଣ, ସୌଖୀନ ଘରୋଇ ଉପକରଣ କ୍ରୟ କରିବେ ଏବଂ ଆମୋଦପ୍ରମୋଦରେ ଅଧିକ ଧନ ବ୍ୟୟ କରିବେ। ପୁତ୍ର, କନ୍ୟା, ଭ୍ରାତୃଭଗ୍ନୀଙ୍କର ବୈବାହିକ କର୍ମର ଆୟୋଜନ କରିବେ କିମ୍ବା ପରିବାର ସହ କୌଣସି ବୈବାହିକ କର୍ମରେ ଯୋଗଦେବେ। ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ। କର୍ମରେ ସଫଳତା ଓ ସମସ୍ତ କର୍ମ ଆପଣଙ୍କ ପାଇଁ ସହଜ ହେବ। ଯେଉଁମାନଙ୍କର ପୂର୍ବଭାଦ୍ର ଓ ରେବତୀ ମୀନ, ସେମାନେ ସୁଫଳ ପାଇବେ। ଶୁଭ ରଙ୍ଗ : ଗୋଲାପୀ, ସଂଖ୍ୟା : ୫, ଆରାଧନା : ପ୍ରଭୁ ଶ୍ରୀଗଜନ୍ନାଥ।
ଜ୍ୟୋତିର୍ବିଦ୍: କୈଳାସ ଦାଶ
ଯୋଗାଯୋଗ : ୯୪୩୭୧୩୩୪୭୩