ପ୍ରମୂଖ ଖବର
  • ଭୁବନେଶ୍ୱର : ଫିଲ୍ମ ପ୍ରଯୋଜକ ନିରଞ୍ଜନ ରଣା ଗିରଫ, ଜମି ଦେବା ନାଁରେ ଠକେଇ ଅଭିଯୋଗ
  • ||
  • କୋଣାର୍କ : ୨ବାଇକ୍ ମୁହାଁମୁହିଁ ଧକ୍କା; ଜଣେ ମୃତ, ଜଣେ ଗୁରୁତର
  • ||
  • ସାଧାରଣ ଲୋକଙ୍କ ସହ ପୂଜା ମଣ୍ଡପ ବୁଲିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ମା'ଙ୍କୁ ନେଇ ରାଜନୀତି ନକରିବାକୁ ପରାମର୍ଶ
  • ||
  • ସମ୍ୱଲପୁର : ପୋଲିସକୁ ଆକ୍ରମଣ କରି ହାତ ପାପୁଲି ଛିଣ୍ଡାଇଥିବା ଅଭିଯୁକ୍ତକୁ ଏନକାଉଣ୍ଡର, ପାଲଟା ଆକ୍ରମଣରେ ବୁର୍ଲା ଏସଆଇ ଆହତ
  • ||
  • ଗୋପ ବସ୍ତିରେ ଜମିଜମାକୁ ନେଇ ଦୁଇ ପରିବାର ଭିତରେ ହଣା କଟା, ୫ ଗୁରୁତର
  • ||
  • ଢେଙ୍କାନାଳ : ନିର୍ମାଣଧୀନ ହୋଟେଲ ଛାତ ଭୁଶୁଡିବା ଘଟଣା; ତଦନ୍ତ ପାଇଁ ସ୍ବତନ୍ତ୍ର ପ୍ରଶାସନିକ ଟିମ ଗଠନ
  • ||
  • ଯାଜପୁର : ଅଶ୍ଳୀଳ ନୃତ୍ୟକୁ ବିରୋଧ, ନିଶା ମହାରଣାଙ୍କୁ ଚେୟାର ମାଡ
  • ||
  • କଳାହାଣ୍ଡି :ନର୍ଲା ରେଞ୍ଜ ପରିତ୍ୟକ୍ତ କୂଅରେ ପଡ଼ିଲା ଦନ୍ତା ହାତୀ: ସୁରକ୍ଷିତ ଉଦ୍ଧାର କଲା ବନ ବିଭାଗ
  • ||
  • କେନ୍ଦ୍ରାପଡା : ବାଇକ୍ ଆରୋହୀଙ୍କ ଉପରେ ମାଡ଼ିଗଲା ଟ୍ୟାଙ୍କର, ୨ ମୃତ
  • ||
  • ଆଜି ମହାମାୟାଙ୍କ ମହାସପ୍ତମୀ ପୂଜା, ପୂଜା ମଣ୍ଡପରେ ବ୍ୟାପକ ସୁରକ୍ଷା ଆୟୋଜନ
  • ||
  • ଗୁରୁବାର ଠାରୁ ହାଇକୋର୍ଟଙ୍କ ଦଶହରା ଅବକାଶ, ୨୧ ତାରିଖରେ ଖୋଲିବ କୋର୍ଟ
  • ||
  • ଆଉ ନାହାନ୍ତି ଶିଳ୍ପରତ୍ନ ରତନ ଟାଟା, ଶିଳ୍ପରତ୍ନଙ୍କୁ ହରାଇ ଦେଶ ଓ ଦେଶବାସୀ ସ୍ତବ୍ଧ
  • ||
  • ଖୋଲିଲା ଶିମିଳିପାଳ ଜାତୀୟ ଉଦ୍ୟାନ, ଜଙ୍ଗଲ ସଫାରୀ ପାଇଁ କରିବାକୁ ହେବ ପ୍ରି ବୁକିଙ୍ଗ
  • ||
  • ଭୁବନେଶ୍ୱର : ରାସ୍ତାରେ ବୁଲିଲା ୮ ଫୁଟର ଅଜଗର, ଲୋକେ ଆତଙ୍କିତ
  • ||

କଟଜ ସହର ସମସ୍ୟା ସମ୍ପର୍କିତ ମାମଲା, ରାସ୍ତା ଉପରେ ନିର୍ମାଣ ହୋଇପାରିବନି ପୂଜା ତୋରଣ : ହାଇକୋର୍ଟ

କଟକ,୨୬।୯ : କଟକରେ ପୂଜା ବେଳେ ରାସ୍ତା ଉପରେ ହୋଇପାରିବନି ତୋରଣ। କଟକ ନଗର ସମସ୍ୟା‌ ସମ୍ପର୍କିତ ମାମଲାର ଶୁଣାଣି କରି ହାଇକୋର୍ଟ ଏହି ନିର୍ଦେଶ ଦେଇଛନ୍ତି।  ଏଥିସହ ଦଶହରା ପୂଜା ପୂର୍ବରୁ କଟକର ସମସ୍ତ ରାସ୍ତା ମରାମତି କାମ ଶେଷ ହେବ। 

କଟଜ ସହର ସମସ୍ୟା ସମ୍ପର୍କିତ ମାମଲାକୁ  ନେଇ ହାଇକୋର୍ଟରେ ଆଜି ଶୁଣାଣି ହୋଇଥିଲା। ତେବେ ସହର ସମସ୍ୟାକୁ ନେଇ  ହାଇକୋର୍ଟ ଉଦବେଗ ପ୍ରକାଶ କରିଛନ୍ତି। ରାସ୍ତା ଦୁରବସ୍ଥାକୁ ନେଇ ସିଏମସିକୁ ଭତ୍ସନା କରିଥିଲେ  ହାଇକୋର୍ଟ । ଏଥିରେ ଆଭାସୀ ଜରିଆରେ ହାଜର ହୋଇଥିଲେ ପୂର୍ତ୍ତ ସଚିବ। ଆସନ୍ତା ୫ ତାରିଖ ସୁଦ୍ଧା ସମସ୍ତ ରାସ୍ତା ମରାମତି କାମ ସରିବ। ଏ ନେଇ ହାଇକୋର୍ଟଙ୍କୁ ପୂର୍ତ୍ତ ବିଭାଗ ସଚିବ ଅବଗତ କରିଥିଲେ।

ଆଗକୁ ଦଶହରା ଆସୁଥିବାରୁ, ରାସ୍ତା ଅବରୋଧ ନକରିବା ଲାଗି ଆଜି ତାଗିଦ କରିଛନ୍ତି  ହାଇକୋର୍ଟ। ରାସ୍ତା ଉପରେ ପୂଜା ପେଣ୍ଡାଲ ଓ ତୋରଣ ନିର୍ମାଣ ନ କରିବା,ଶବ୍ଦ ପ୍ରଦୂଷଣ ରୋକିବା ଲାଗି ଡିଜେ ନବଜେଇବା, ବିଦ୍ୟୁତ ତାର ରାସ୍ତା ଉପରେ ନପକେଇବା ଲାଗି ଆଜି ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।ଆସନ୍ତା ୩ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ଧାର୍ଯ୍ୟ କରାଯାଇଛି। ତା ଭିତରେ ସମସ୍ତ ନିର୍ଦେଶର ସଠିକ ଅନୁପାଳନ ଲାଗି ହାଇକୋର୍ଟ ବିଭାଗୀୟ ଅଧିକାରୀ ମାନଙ୍କୁ ତାଗିତ କରିଛନ୍ତି। ଏହି ଜନସ୍ୱାର୍ଥ ମାମଲାର ଶୁଣାଣି ବେଳେ   ସିଏମସି କମିଶନର, ସ୍ବାସ୍ଥ୍ୟ ଅଧିକାରୀ, ସିଟି ଇଞ୍ଜିନିୟର, ଏସସିବି ଅଧିକ୍ଷକ ବ୍ୟକ୍ତିଗତ ଭାବେ କୋର୍ଟରେ ଉପସ୍ଥିତ ଥିଲେ ଅନ୍ୟପଟେ, ରାଜ୍ୟ ସ୍ବାସ୍ଥ୍ୟ ସଚିବ,   ନଗର ଉନ୍ନୟନ ବିଭାଗ ସଚିବ ଏବଂ କଟକ ଜିଲ୍ଲାପାଳ ଆଭାସୀ ଜରିଆରର ହାଜର ହୋଇଥିଲେ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.