ନିର୍ବାଚନ ଖବର
  • ଧର୍ମଶାଳା ଇତିହାସ ଲେଖିଲା ସ୍ୱାଧୀନ ପ୍ରାର୍ଥୀ ହିମାଂଶୁ ଶେଖର ସାହୁ, ପ୍ରଣବଙ୍କୁ ୪ ହଜାରରୁ ଅଧିକ ଭୋଟରେ କଲେ ପରାସ୍ତ
  • ||
  • ପୁରୀରେ ସମ୍ମାନ ରଖିଲେ ସୁନୀଲ୍, ଜିତିଲେ ବାପାଙ୍କ ପାରମ୍ପରିକ ଆସନ
  • ||
  • କଟକ ସଦରରେ ଚନ୍ଦ୍ର ସାରଥିଙ୍କ ଗଡ଼ ଭାଙ୍ଗିଲେ ପ୍ରକାଶ ଚନ୍ଦ୍ର ସେଠୀ
  • ||
  • ବ୍ରଜରାଜନଗରରେ ବିଜେପି ପ୍ରାର୍ଥୀ ସୁରେଶ ପୂଜାରୀଙ୍କ ବିଶାଳ ବିଜୟୀ, ୨୬ ହଜାରରୁ ଅଧିକ ଭୋଟରେ ବିଜେଡି ପ୍ରାର୍ଥୀ ଅଳକା ମହାନ୍ତି ପରାସ୍ତ
  • ||
  • ବାଙ୍କୀରେ ବିଜେଡି ପ୍ରାର୍ଥୀ ଦେବୀରଞ୍ଜନ ତ୍ରିପାଠୀଙ୍କ ବିଜୟ, ବିଜେପିକୁ ୧୬ ହଜାରରୁ ଅଧିକ ଭୋଟରେ ହରାଇଲେ
  • ||
  • ରଘୁନାଥପାଲିରେ ବିଜେପିର ବାଜିମାତ୍, ୫୭୦୯ ଭୋଟରେ ଦୁର୍ଗା ଚରଣ ତନ୍ତୀଙ୍କ ବିଜୟ
  • ||
  • ଝାରସୁଗୁଡ଼ାରେ ପଦ୍ମର ବିଜୟ । ବିଜେଡି ପ୍ରାର୍ଥୀ ଦୀପାଳି ଦାସଙ୍କୁ ୧୩୨୮ ଖଣ୍ଡ ଭୋଟ୍‌ରେ ହରାଇଲେ ବିଜେପି ବିଧାନସଭା ପ୍ରାର୍ଥୀ ଟଙ୍କଧର ତ୍ରିପାଠୀ
  • ||
  • ସମ୍ବଲପୁର ଲୋକସଭା ଆସନରେ ବିଜେପି ପ୍ରାର୍ଥୀ ଧର୍ମେନ୍ଦ୍ର ପ୍ରଧାନ ଆଗୁଆ
  • ||
  • ବରଗଡ଼ ଲୋକସଭା ବିଜେପି ପ୍ରାର୍ଥୀ ପ୍ରଦୀପ ପୁରୋହିତ ୧୨୯ ଖଣ୍ଡ ଭୋଟ୍ ବିଜେଡି ପ୍ରାର୍ଥୀନୀ ପରିଣୀତା ମିଶ୍ରଙ୍କ ଠାରୁ ଆଗୁଆ
  • ||
  • ଜନାଦେଶ ୨୦୨୪: ୫୪୨ ଲୋକସଭା, ଓଡ଼ିଶା ଓ ଆନ୍ଧ୍ର ପ୍ରଦେଶ ବିଧାନସଭାର ମତଦାନ ଗଣତି ଆରମ୍ଭ
  • ||
  • ଓଡ଼ିଶା ଜନାଦେଶ ରାୟ: ୭୦ କେନ୍ଦ୍ରରେ ଭୋଟ ଗଣତି ଆରମ୍ଭ, ପୋଷ୍ଟାଲ ବାଲଟରୁ କାଉଣ୍ଟିଂ
  • ||
  • ଆଗାମୀ ୫ ଦିନ ଭିତରେ ଓଡ଼ିଶା ପହଞ୍ଚିବ ମୌସୁମୀ, ୬ରୁ ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ବର୍ଷା
  • ||
  • ଟି-ଟ୍ୱେଣ୍ଟି ବିଶ୍ୱକପ୍‌ ୨୦୨୪: ଟସ୍ ଜିତି ୟୁଗାଣ୍ଡାର ବୋଲିଂ ନିଷ୍ପତ୍ତି, ବ୍ୟାଟିଂ କରୁଛି ଆଫଗାନିସ୍ତାନ
  • ||
  • ଭୋଟ ଗଣତି କାଉଣ୍ଟଡାଉନ୍‌, ଆଉ କିଛି ସମୟ ପରେ ଆରମ୍ଭ ହେବ ଗଣତି, ଇଭିଏମ୍‌ରୁ ଖୋଲିବ ପ୍ରାର୍ଥୀଙ୍କ ଭାଗ୍ୟ
  • ||

ସମ୍ ଶୀତଳାପଲ୍ଲୀ କ୍ୟାମ୍ପସ୍‌ରେ ସମ୍ପୂର୍ଣ୍ଣ ଆଣ୍ଠୁ ପ୍ରତ୍ୟାରୋପଣ ସମ୍ପନ୍ନ

ଭୁବନେଶ୍ୱର, ୧୧।୦୫ : ରୋଗୀଙ୍କୁ ଉତ୍ତମ ମାନର ସ୍ୱାସ୍ଥ୍ୟ ସେବା ପ୍ରଦାନ କ୍ଷେତ୍ରରେ ଅତ୍ୟାଧୁନିକ ସ୍ୱାସ୍ଥ୍ୟ ଚିକିତ୍ସା ଭାବେ ଉଭା ହୋଇଥିବା ସମ୍ପୂର୍ଣ୍ଣ ଆଣ୍ଠୁ ପ୍ରତ୍ୟାରୋପଣ ପ୍ରକ୍ରିୟା ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ ଆଣ୍ଡ ସମ୍ ହସ୍ପିଟାଲ୍ ର ଶୀତଳାପଲ୍ଲୀ କ୍ୟାମ୍ପସ୍‌ରେ ସଫଳତାର ସହ ସମ୍ପନ୍ନ ହୋଇଛି ।

ଏହି ପ୍ରକ୍ରିୟା ପରିଚାଳନା କରିଥିବା ହସ୍ପିଟାଲ୍‌ର ଅସ୍ଥିଶଲ୍ୟ ବିଭାଗର ଆସିଷ୍ଟାଣ୍ଟ ପ୍ରଫେସର ଡାକ୍ତର ରଞ୍ଜିତ କୁମାର ପାତ୍ର କହିଛନ୍ତି ଯେ ଏହି ଅସ୍ତ୍ରୋପଚାର ପରେ ରୋଗୀ ଯନ୍ତ୍ରଣାରୁ ମୁକ୍ତି ପାଇଥାଏ । ସେହିପରି ଆର୍ଥ୍ରାଇଟିସ୍‌ ସମସ୍ୟା ଯୋଗୁଁ ସୃଷ୍ଟି ହେଉଥିବା ଆଣ୍ଠୁ ଯନ୍ତ୍ରଣା ମଧ୍ୟ ସମ୍ପୂର୍ଣ୍ଣ ଦୂର ହୋଇଥାଏ ବୋଲି ସେ କହିଛନ୍ତି ।

ଯନ୍ତ୍ରଣା ମୁକ୍ତ ହେବା ସହ ସଂପୂର୍ଣ୍ଣ ଆଣ୍ଠୁ ପ୍ରତ୍ୟାରୋପଣ ଦ୍ୱାରା ଆଣ୍ଠୁରେ ନଷ୍ଟ ହୋଇଥିବା ହାଡ ଓ କାର୍ଟିଲେଜକୁ ବାହାର କରାଯାଇ କୃତ୍ରିମ ଅଂଶ ଲଗାଯାଇଥାଏ ଯାହା ଦ୍ୱାରା ଆଣ୍ଠୁ ସାଧାରଣ ଭାବେ କାର୍ଯ୍ୟକ୍ଷମ ହୋଇଥାଏ । ଏହା ଦ୍ୱାରା ମଣିଷର ଜୀବନଧାରାରେ ଉନ୍ନତି ପରିଲକ୍ଷିତ ହୋଇଥାଏ ବୋଲି ସେ କହିଛନ୍ତି ।

ଡାକ୍ତର ପାତ୍ର କହିଛନ୍ତି ପ୍ରାୟ ଏକ ବର୍ଷରୁ ଊର୍ଦ୍ଧ୍ୱ ହେବ ଡାହାଣ ଆଣ୍ଠୁରେ ଯନ୍ତ୍ରଣା ଓ ସମସ୍ୟା ନେଇ ଜଣେ ମହିଳା ରୋଗୀ ହସ୍ପିଟାଲ୍‌କୁ ଆସିଥିଲେ । ସେହି ସମୟରେ ସେ ଠିକ୍ ଭାବେ ଚାଲିପାରୁ ନଥିଲେ । ସଂପୂର୍ଣ୍ଣ ପରୀକ୍ଷା ନିରୀକ୍ଷା ପରେ ତାଙ୍କର ଡାହାଣ ଆଣ୍ଠୁରେ ଆଡ୍‌ଭାନ୍ସଡ ଅଷ୍ଟିଓଆର୍ଥ୍ରାଇଟିସ୍ ସମସ୍ୟା ଥିବା ସହ ହାଡ଼ କ୍ଷୟ ପାଇଥିବା ଜଣାପଡ଼ିଥିଲା । ଏଥି ସହିତ ତାଙ୍କର ରକ୍ତହୀନତା, ରକ୍ତଚାପ ଓ ହାଇପୋଥାଇରଏଡ୍ ସମସ୍ୟା ଥିବାର ଜଣାପଡ଼ିଥିଲା ବୋଲି ସେ କହିଛନ୍ତି ।

ତାଙ୍କର ସମ୍ପୂର୍ଣ୍ଣ ଆଣ୍ଠୁ ପ୍ରତ୍ୟାରୋପଣ କରିବାର ଯୋଜନା କରାଯାଇଥିବା ବେଳେ ତାଙ୍କର ସ୍ୱାସ୍ଥ୍ୟବସ୍ଥା, ଗୁରୁତର ଅଷ୍ଟିଓ ପୋରୋସିସ୍ ଓ ହାଡ଼ କ୍ଷୟକୁ ଦୃଷ୍ଟିରେ ରଖି ଖୁବ୍ ଯତ୍ନର ସହ ଆଣ୍ଠୁରେ ଇମପ୍ଳାଂଟ ଲଗାଯିବା ସହ ବୋନ୍‌ ସିମେଂଟ ସହ ପ୍ରତ୍ୟାରୋପଣ କରାଯାଇଥିଲା । ଅସ୍ତ୍ରୋପଚାର ସମୟରେ କିମ୍ବା ପରେ କୌଣସି ସମସ୍ୟା ରୋଗୀଙ୍କ ଠାରେ ଦେଖା ଦେଇନଥିବା ଡାକ୍ତର ପାତ୍ର କହିଛନ୍ତି । ଏହି ଅସ୍ତ୍ରୋପଚାରରେ ହସ୍ପିଟାଲ୍‌ର ଆନେସ୍‌ଥେସିଓଲୋଜିଷ୍ଟ ଡାକ୍ତର ଶାରଦା ପ୍ରସନ୍ନ ଦାଶ ଓ ଅନ୍ୟ ଓଟି କର୍ମଚାରୀମାନେ ସହଯୋଗ କରିଥିଲେ । ହସ୍ପିଟାଲ୍‌ର ନିର୍ଦ୍ଦେଶକ ଦେବପ୍ରସାଦ ଦାଶ କହିଛନ୍ତି ଯେ ଗତ ୧ ମାସ ମଧ୍ୟରେ ଅସ୍ଥିଶଲ୍ୟ ବିଭାଗ ପକ୍ଷରୁ ହିପ୍ ରିପ୍ଲେସ୍‌ମେଂଟ ଓ ସମ୍ପୂର୍ଣ୍ଣ ଆଣ୍ଠୁ ପ୍ରତ୍ୟାରୋପଣ ସହ ପ୍ରାୟ ୨୫ଟି ଅସ୍ତ୍ରୋପଚାର କରାଯାଇଛି । ଏଥିରେ ଇଏନ୍‌ଟି, ଗାଏନାକୋଲୋଜି ଏବଂ ୟୁରୋଲୋଜି ବିଭାଗ ପକ୍ଷରୁ ମଧ୍ୟ ରୋଗୀମାନଙ୍କର ବିଭିନ୍ନ ଅସ୍ତ୍ରୋପଚାର ସାମିଲ ଅଛି ବୋଲି ସେ କହିଛନ୍ତି । ଗତ ଫେବୃଆରୀ ୧୪ ତାରିଖରେ ଉଦ୍‌ଘାଟିତ ହୋଇଥିବା ଏହି ହସ୍ପିଟାଲ୍‌ରେ ୬ ମୋଡୁଲାର ଓଟି ଓ ୪୦ଟି ଆଇସିୟୁ ବେଡ୍ ଥିବା ସେ କହିଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.