ପ୍ରମୂଖ ଖବର
  • ଭଦ୍ରକ : ବିଦ୍ୟୁତ ଆଘାତରେ ମାମୁଁ -ଭଣଜା ମୃତ
  • ||
  • ବାଲେଶ୍ବର ଏଫଏମ କଲେଜ ପୀଡିତା ଛାତ୍ରୀଙ୍କ ମୃତ୍ୟୁ ଘଟଣା, ୟୁଜିସିର ଫ୍ୟାକ୍ଟ ଫାଇଣ୍ଡିଂ କମିଟି ଗଠନ
  • ||
  • ଆସନ୍ତାକାଲି ବାଲେଶ୍ବର ଜିଲ୍ଲା ବନ୍ଦ ଡାକରା ଦେଲା ବିଜେଡି, ସକାଳ ୬ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ବନ୍ଦ
  • ||
  • ସ୍ପେଶ ଡ୍ରାଗନ୍‌ର ସଫଳ ଅବତରଣ, ମହାକାଶରୁ ଫେରିଲେ ଶୁଭାଂଶୁ ଶୁକ୍ଳା ସମେତ ୪ ମହାକାଶଚାରୀ
  • ||
  • ଆସନ୍ତାକାଲି କେନ୍ଦ୍ର କ୍ୟାବିନେଟ୍ ବୈଠକ, ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ଗୁରୁତ୍ବପୂର୍ଣ୍ଣ ବୈଠକ
  • ||
  • ୩ ମାସ ବଢ଼ିଲା ରାସନ କାର୍ଡ ଇ-କେୱାଇସି ଅବଧି, ସୂଚନା ଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର
  • ||
  • ନିରବୀ ଗଲା ସୌମ୍ୟାଶ୍ରୀଙ୍କ ସ୍ୱର, ଗାଁ ମଶାଣିରେ ପଞ୍ଚଭୂତରେ ଲୀନ ​ହୋଇଗଲା ପାର୍ଥିବ ଶରୀର
  • ||
  • ଏଫ୍‌ଏମ୍‌ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା, ଆସନ୍ତା ୧୭ରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ
  • ||
  • ସ୍ପେସ୍‌ ଷ୍ଟେସନରୁ ଫେରୁଛନ୍ତି ଶୁଭାଂଶ ଶୁକ୍ଳା, ଆଜି କାଲିଫର୍ଣ୍ଣିଆ ତଟରେ ଜଳାବତରଣ
  • ||
  • ବୌଦ୍ଧ: ଟ୍ରକକୁ ପଛରୁ ଧକ୍କା ଦେଲା ବୋଲବମ୍ ଯାତ୍ରୀଙ୍କୁ ନେଇ ଯାଉଥିବା ପିକଅପ ଭ୍ୟାନ,୫ ଗୁରୁତର
  • ||
  • ଏଫ୍‌ଏମ୍‌ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟକୁ ନେଇ ଶୋକବ୍ୟକ୍ତ କଲେ କେନ୍ଦ୍ରମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀ
  • ||
  • ସୃଷ୍ଟି ହେଲା ଅବପାତ: ଉତ୍ତର, ପଶ୍ଚିମରେ ଅତି ପ୍ରବଳ ବର୍ଷା ସମ୍ଭାବନା, ୫ ଜିଲ୍ଲାକୁ ସତର୍କ
  • ||

ଚନ୍ଦ୍ରଭାଗା ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଅନୁଧ୍ୟାନ କଲେ ପର୍ଯ୍ୟଟନ ସଚିବ, ପୁନରୁଦ୍ଧାର ହେବ ଉଡେନ୍ ରେଷ୍ଟୁରାଣ୍ଟ

Published By : Harapriya Sethi | April 28, 2025 3:03 PM

କୋଣାର୍କ,୨୮/୦୪: କୋଣାର୍କ, ଚନ୍ଦ୍ରଭାଗା ଓ ରାମଚଣ୍ଡୀ ପୀଠକୁ ଅଧିକ ସଂଖ୍ୟକ ପର୍ଯ୍ୟଟକଙ୍କ ଆଗମନକୁ ଦୃଷ୍ଟିରେ ରଖି ପର୍ଯ୍ୟଟନ ବିଭାଗ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ହାତକୁ ନେଇଛି । ଏନେଇ ସୋମବାର ପୂର୍ବାହ୍ନରେ ଚନ୍ଦ୍ରଭାଗା ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ସମୀକ୍ଷା କରିଛନ୍ତି ପର୍ଯ୍ୟଟନ ସଚିବ ବଲୱନ୍ତ ସିଂ। ଏଥି ସହିତ କୋଣାର୍କ ଯାତ୍ରୀ ନିବାସ, ଗୀତାଞ୍ଜଳି ରେଷ୍ଟୁରାଣ୍ଟ ଓ ଚନ୍ଦ୍ରଭାଗା ଉଡେନ୍‌ ରେଷ୍ଟୁରାଣ୍ଟର ପୁନରୁଦ୍ଧାର କରାଯିବ। ଚନ୍ଦ୍ରଭାଗା ସମୁଦ୍ର କୂଳରେ ଥିବା ପ୍ରାୟ ୭୦ ଗୋଟି ଅସ୍ଥାୟୀ ହସ୍ତଶିଳ୍ପ ବ୍ୟବସାୟ ଦୋକାନ ଓ ୨୪ଟି ସ୍ଥାୟୀ ଦୋକାନ ଗୁଡିକୁ ଉଚ୍ଛେଦ କରାଯିବ। ଉଚ୍ଛେଦ ବ୍ୟବସାୟୀଙ୍କୁ ମେଳା ପଡିଆରେ ଥଇଥାନ କରାଯିବ। ଏଥି ନିମନ୍ତେ ମେଳା ପଡିଆରେ ଜୋରଦାର କାର୍ଯ୍ୟ ଚାଲିଛି। 

ସେହିପରି ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଶେଷ ପର୍ଯ୍ୟନ୍ତ ଜୟଦେବ ବାଟିକା ନିକଟରେ ଏକ ଅସ୍ଥାୟୀ ରାସ୍ତା ନିର୍ମାଣ ହେବ । ଚନ୍ଦ୍ରଭାଗା ବେଳାଭୂମି ସୌନ୍ଦର୍ଯ୍ୟକରଣ ପାଇଁ ୪୬କୋଟି ବ୍ୟୟ ଅଟକଳ ରହିଛି । ଚନ୍ଦ୍ରଭାଗା ତୀର୍ଥ ପୁଷ୍କରିଣୀ ନିକଟରୁ ମେରାଇନ ଥାନା ସମ୍ମୁଖ ପର୍ଯ୍ୟନ୍ତ ବେଳାଭୂମି ସୌନ୍ଦର୍ଯ୍ୟକରଣ ହେବ। ବେଳାଭୂମିରେ ପର୍ଯ୍ୟଟକଙ୍କ ପାଇଁ ପାଦଚଲା ରାସ୍ତା, ସିଟିଙ୍ଗ୍ ବେଞ୍ଚ, ଖେଳକୁଦ, ଲନ୍, ଛତା,ମୋଡୁଲାର ଶୌଚାଳୟ, ଲାଇଫ୍ ଗାର୍ଡ, ଆଲୋକ ବ୍ୟବସ୍ଥା ଆଦି ସୁବିଧା ଉପଲବ୍ଧ ହେବ । ଅନ୍ୟମାନଙ୍କ ମଧ୍ୟରେ ଉପଜିଲ୍ଲାପାଳ ରାଜକିଶୋର ଜେନା, ଅତିରିକ୍ତ ଉପଜିଲ୍ଲାପାଳ ନୀଳମାଧବ ମାଝୀ, ତହସିଲଦାର ଅନିଲ କୁମାର ମହାନ୍ତି, କୋଣାର୍କ ପର୍ଯ୍ୟଟନ ଅଧିକାରୀ ଅମୀୟ କୁମାର ସେଠୀ ପ୍ରମୁଖ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.