ପ୍ରମୂଖ ଖବର
  • ଜାମ୍ମୁ-କାଶ୍ମୀରରେ ଏନକାଉଣ୍ଟର, ୩ ଯବାନ ଆହତ , ଜଣେ ଆତଙ୍କୀ ନିପାତ
  • ||
  • ମୁମ୍ବାଇରେ ଭୁଶୁଡିଲା ତିନି ମହଲା କୋଠା, ଏକାଧିକ ଆହତ
  • ||
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

କଣାସରେ ଘର ଭିତରକୁ ପଶିଗଲା ଟ୍ରାକ୍ଟର, ଦୁର୍ଘଟଣାରେ ଚାଲିଗଲା ଚାଳକଙ୍କ ଜୀବନ

କଣାସ ୨୩।/୦୫ : ପୁରୀ ଜିଲ୍ଲା କଣାସ ଥାନା ଅନ୍ତର୍ଗତ ଦୟାବିହାର ଗାଁରେ ମର୍ମନ୍ତୁଦ ଦୁର୍ଘଟଣା। ଭାରସାମ୍ୟ ହରାଇ ଘର ଭିତରେ ପଶିଗଲା ଟ୍ରାକ୍ଟର ।  ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଯାଇଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ଟ୍ରାକ୍ଟର ଓ ମୃତଦେହ ଜବତ କରି ତଦନ୍ତ ଆରମ୍ଭ କରିଛି।

ସୂଚନା ମୁତାବିକ, ବୁଧବାର ବିଳମ୍ବିତ ରାତିରେ ଦୟାବିହାର ଗାଁରେ ଏକ ଟ୍ରାକ୍ଟର ଭାରସାମ୍ୟ ହରାଇ ପ୍ରଥମ ଏକ ଦୋକାନରେ ଧକ୍କା ହୋଇଥିଲା । ଏହାପରେ ବାନାମ୍ବର ମହାପାତ୍ରଙ୍କ ଘର ଭିତରକୁ ପଶିଯାଇଥିଲା ଟ୍ରାକ୍ଟର । ଏହି ଦୁର୍ଘଟଣାରେ ଘରେ ଶୋଇଥିବା ଲୋକଙ୍କର କୌଣସି କ୍ଷତି ହୋଇନଥିବା ବେଳେ ଟ୍ରାକ୍ଟର ଚାଳକଙ୍କ ମୃତ୍ୟୁ ହୋଇଯାଇଛି । ଟ୍ରାକ୍ଟର ଚାଳକ ଜଣଙ୍କ କଣାସ ଥାନା ଗଡ଼ସାହି ଗାଁର ବିମ୍ବାଧର ମହାପାତ୍ର ବୋଲି ଜଣାପଡିଛି । ସେ କିଛି କାମ ସାରି ଘରକୁ ଫେରୁଥିବା ବେଳେ ଏହି ଦୁର୍ଘଟଣା ଘଟିଛି । 

ସେପଟେ କଣାସ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର ଆମ୍ବୁଲାନ୍ସ ଯୋଗ ବ୍ୟବଚ୍ଛେଦ ପାଇଁ ପୁରୀ ପଠାଇଛି । ଏହାସହିତ ଟ୍ରାକ୍ଟରକୁ ଜବତ କରି ତଦନ୍ତ ଜାରି ରଖିଛି ।

  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.