ପ୍ରମୂଖ ଖବର
  • କଟକ: ଓସିଏ କନ୍‌ଫରେନ୍ସ ହଲ୍‌ରେ ଅଗ୍ନିକାଣ୍ଡ , କାରଣ ଅସ୍ପଷ୍ଟ
  • ||
  • ଅସହ୍ୟ ହେଲା ଅଧ୍ୟାପକଙ୍କ ନିର୍ଯାତନା, ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଲେ ଛାତ୍ରୀ, ଉଦ୍ଧାର କରିବାକୁ ଯାଇ ଛାତ୍ର ଗୁରୁତର
  • ||
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ଡିଜି ସମ୍ମିଳନୀ ପାଇଁ ଭୁବନେଶ୍ବରରେ ଟ୍ରାଫିକ୍‌ କଟକଣା

Published By : Suraj Kumar | November 28, 2024 10:06 PM

ଭୁବନେଶ୍ବର, ୨୮।୧୧ :  ଶୁକ୍ରବାର ଠାରୁ ଭୁବନେଶ୍ବରରେ ୩ ଦିନିଆ ଡିଜି- ଆଇଜି  ସମ୍ମିଳନୀ ଆରମ୍ଭ ହେବାକୁ ଯାଉଛି। ଏହି ସମ୍ମିଳନରେ  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ,  ଗୃହ ମନ୍ତ୍ରୀ ଅମିତ୍ ଶାହା, ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ୍ ଡୋଭାଲ ଓ କେନ୍ଦ୍ରୀୟ ପ୍ରତିନିଧି ଯୋଗ ଦେବେ । ଏହାକୁ ନେଇ ରାଜଧାନୀରେ ସୁରକ୍ଷା ବ୍ୟବସ୍ଥାକୁ  କଡ଼ାକଡ଼ି କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ବର-କଟକ କମିସନରେଟ୍‌ ପୋଲିସ ପକ୍ଷରୁ ଟ୍ରାଫିକ କଟକଣା ଜାରି କରାଯାଇଛି।

ନଭେମ୍ବର ୨୯ରୁ ଡିସେମ୍ବର ୧ ପର୍ଯ୍ୟନ୍ତ ଭୁବନେଶ୍ବରର ବିଭିନ୍ନ ସ୍ଥାନରେ ଟ୍ରାଫିକ କଟକଣା ଜାରି କରାଯାଇଛି। ଭିଭିଆଇପିଙ୍କ ଗସ୍ତ କରିବା ସମୟରେ  ରାସ୍ତାରେ ଯାନବାହାନ ଚଳାଚଳ ବନ୍ଦ କରାଯାଇଛି। ବିଶେଷକରି ଏୟାରପୋର୍ଟ ଛକରୁ ପିଏମ୍‌ଜି ଛକ, ରାଜଭବନ ଛକ ରାସ୍ତାରେ ଯାତାୟତ ବନ୍ଦ ରହିବ । ସେହିପରି -ରବୀନ୍ଦ୍ର ମଣ୍ଡପ ଛକରୁ ୧୨୦ ବାଟାଲିୟନ ଓ ଜୟଦେବ ବିହାର, ନାଲକୋ ଛକରେ ଯାତାୟତ ବନ୍ଦ ରହିବ । ଯେଉଁ ଦିନ ଯେଉଁ ସମୟରେ ଭିଭିଆଇପିଙ୍କ ଗସ୍ତ ରହିଛି ସେହି ସମୟରେ ଏହି କଟକଣା ରହିବ ବୋଲି କମିଶନରେଟ ପକ୍ଷରୁ ଜାରି କରାଯାଇଛି।

 ଅନ୍ୟ ପକ୍ଷରେ  ଭିଭିଆଇପି ଗ୍ରସ୍ତକୁ ଦୃଷ୍ଟିରେ ରଖି ସହରର ବିଭିନ୍ନ ସ୍ଥାନରେ ଯାନବାହାନ ଯାଞ୍ଚକୁ କଡ଼ାକଡ଼ି କରାଯାଇଛି। ବିଭିନ୍ନ ସ୍ଥାନରେ ଲାଗିଥିବା ସିସିଟିଭି ଫୁଟେଜ୍ ଓ ଗୁଇନ୍ଦା ସଂସ୍ଥା ଆଧାରରେ ତଥ୍ୟ ସଂଗ୍ରହ କରାଯାଉଛି । ଏସପିଜି ଓ ଏନଏସଜି ଟିମ୍ ସୁରକ୍ଷା ବ୍ୟବସ୍ଥାର ଯାଞ୍ଚ କରୁଛନ୍ତି । ୭୦ରୁ ଅଧିକ କମ୍ପାନୀ ଫୋର୍ସ ସହିତ ୧୦ କମ୍ପାନୀ କେନ୍ଦ୍ରୀୟ ଫୋର୍ସ ନିୟୋଜିତ କରାଯାଇଛି । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.