ଭୁବନେଶ୍ୱର, ୨୭।୧ : ଭୁବନେଶ୍ୱରରେ ଆୟୋଜିତ ଉତ୍କର୍ଷ ଓଡ଼ିଶା-ମେକ୍ ଇନ୍ ଓଡ଼ିଶା କନକ୍ଲେଭ୍-୨୦୨୫ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଯୋଗ ଦେବେ। ସେଥିପାଇଁ ମଙ୍ଗଳବାର ପ୍ରଧାନମନ୍ତ୍ରୀ ଓଡ଼ିଶା ଆସୁଛନ୍ତି । ପ୍ରଧାନମନ୍ତ୍ରୀଙ୍କ ଗସ୍ତ ସମୟରେ ଭୁବନେଶ୍ବର ବିଭିନ୍ନ ରୁଟରେ ଟ୍ରାଫିକ କଟକଣା କମିଶନରେଟ ପୁଲିସ ଜାରି କରିଛି।
ମଙ୍ଗଳବାର ପୂର୍ବାହ୍ନ ୧୦ଟା୨୫ରୁ ପୂର୍ବାହ୍ନ ୧୧.୧୦ ପର୍ଯ୍ୟନ୍ତ ଏୟାରପୋର୍ଟ ଛକ ରୁ ହସ୍ପିଟାଲ ଛକ, ଏଜି ଛକ- ରାଜଭବବନ ଛକ- ପାଓ୍ୱାର ହାଉସ୍ ଛକ-୧୨୦ ବାଟାଲିୟନ ଛକ- ଜୟଦେବ ବିହାର ଛକ-ଜାଭିୟର ଛକ-ନାଲକୋ ଛକକୁ କୌଣସି ଯାନବାହାନ ଚଳାଚଳ କରିପାରିବ ନାହିଁ।
ସେହିପରି ମଧ୍ୟାହ୍ନ ୧୨ଟା୨୦ ମିନିଟ୍ରୁ ମଧ୍ୟାହ୍ନ ୧.୦୫ ପର୍ଯ୍ୟନ୍ତ ନାଲକୋ ଛକ- ଜାଭିୟର ଛକ- ଜୟଦେବ ବିହାର ଛକ- ୧୨୦ ବାଟାଲିୟନ ଛକ- ପାଓ୍ୱାର ହାଉସ୍ ଛକ- ରାଜଭବବନ ଛକ- ଏଜି ଛକ- ହସ୍ପିଟାଲ ଛକ- ଏୟାରପୋର୍ଟ ଛକକୁ କୌଣସି ଯାନବାହାନ ଚଳାଚଳ କରିପାରିବେ ନାହିଁ।
ମଙ୍ଗଳବାର ପୂର୍ବାହ୍ଣ ୧୦ଟା ୩୫ରେ ବାୟୁସେନାର ସ୍ବତନ୍ତ୍ର ବିମାନରେ ଭୁବନେଶ୍ବର ବିମାନବନ୍ଦରରେ ପ୍ରଧାନମନ୍ତ୍ରୀ ପହଞ୍ଚିବେ। ସେଠାରୁ ସେ ୧୦ଟା ୫୫ମିନିଟରେ ସିଧାସଳଖ ଜନତା ମଇଦାନରେ ପହଞ୍ଚିବେ। ଉତ୍କର୍ଷ ଓଡ଼ିଶା, ମେକ୍ ଇନ୍ ଓଡ଼ିଶା କନ୍କ୍ଲେଭ୍-୨୦୨୫ରେ ମୋଦୀ ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୧୨ଟା ୩୦ ଯାଏଁ ଉପସ୍ଥିତ ରହିବେ।