ପ୍ରମୂଖ ଖବର
  • ଲଘୁଚାପ ରୂପ ନେଇପାରେ ଘୂର୍ଣ୍ଣିବଳୟ: ଆସନ୍ତା ୩ ଦିନ ପ୍ରବଳ ବର୍ଷା ସମ୍ଭାବନା, ୮ରୁ ଉପକୂଳରେ କମିବ
  • ||

ପଞ୍ଚୁକ ଓ ବଡ଼ଓଷା ସମୟରେ ଟ୍ରାଫିକ କଟକଣା

Published By : Gurupada Nath | November 8, 2024 8:41 PM

କଟକ,୮/୧୧ :  ଆସନ୍ତା ୧୧ ତାରିଖରୁ ୧୫ତାରିଖ ପର୍ଯ୍ୟନ୍ତ ଗୁରୁଡିଝାଟିଆ ଥାନା ଅଧୀନସ୍ଥ ଧବଳେଶ୍ୱର ଶୈବ ପୀଠରେ ପଞ୍ଚୁକ ଓ ବଡ଼ଓଷା ପାଳନ କରାଯିବ । ଏହି ସମୟରେ ବିଭିନ୍ନ ଜିଲ୍ଲାରୁ ବହୁ ସଂଖ୍ୟାରେ ଶ୍ରଦ୍ଧାଳୁ ମନ୍ଦିରରେ ପୂଜାର୍ଚ୍ଚନା କରିବା ନିମନ୍ତେ ଏକତ୍ରିତ ହେବାର ଆଶା କରାଯାଏ । ଏଥିନିମନ୍ତେ ମହାନଦୀ ଉପରେ ଥିବା ମଧୁସୂଦନ ବ୍ରିଜ ନିର୍ମାଣ ଫଳରେ ବହୁ ସଂଖ୍ୟାରେ ଭକ୍ତ ବସ୍‌କାରଦୁଇଚକିଆ ଯାନରେ ଧବଳେଶ୍ୱର ପୀଠକୁ ପ୍ରତ୍ୟହ ଆସୁଛନ୍ତି ତେଣୁ ପଞ୍ଚୁକ ଓ ବଡଓଷାରେ ଆଶାତୀତ ଭିଡକୁ ଦୃଷ୍ଟିରେ ରଖି  ଭାରୀଯାନ ଚଳାଚଳ ଉପରେ କଟକଣା ଜାରି କରାଯାଇଛି । 

କଟକରୁ ମଧୁସୂଦନ ସେତୁ ଦେଇ ଆଠଗଡ ଯାଉଥିବା ଭାରୀ ଯାନ ଗୁଡିକୁ ନୂଆପାଟଣା ଛକଠାରୁ ଜାତୀୟ ରାଜପଥ ୫୫ ଦେଇ ଯିବାକୁ ନିର୍ଦ୍ଦେଶ ଦିଆଯାଇଛି । ସେହିପରି ଆଠଗଡରୁ ଧବଳେଶ୍ୱର ରାସ୍ତା ଦେଇ କଟକ ଆସୁଥିବା ଭାରୀଯାନଗୁଡିକ କଖଡି ଛକ ଏବଂ ନିଧିପୁର ଛକଠାରୁ ଜାତୀୟ ରାଜପଥ ୫୫ ଦେଇ ଗତିପଥ ପରିବର୍ତ୍ତନ କରି ଯିବାକୁ ନିର୍ଦ୍ଦେଶ ଦିଆଯାଇଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.