ପ୍ରମୁଖ ଖବର
  • ମିଜୋରାମରେ ମତଗଣନା ଆରମ୍ଭ, ୧୭୪ ପ୍ରାର୍ଥୀଙ୍କ ଖୋଲିବ ଭାଗ୍ୟ
  • ||
  • ସୋମବାରଠୁ ସଂସଦର ଶୀତ ଅଧିବେଶନ, ୨୨ ତାରିଖ ଯାଏଁ ଚାଲିବ: ୨୧ଟି ବିଧେୟକ ଉପରେ ହେବ ଆଲୋଚନା
  • ||
  • ଭୁବନେଶ୍ୱର: ୫ରେ ସ୍ଥଳଭାଗ ଅତିକ୍ରମ କରିବ ବାତ୍ୟା ‘ମିଗଜାଉଁ’: ରାଜ୍ୟରେ ଆଜି ପ୍ରବଳ, ୫ରେ ଅତି ପ୍ରବଳ ବର୍ଷା ସମ୍ଭାବନା
  • ||

ବିଧାନସଭା ଶୀତ ଅଧିବେଶନ ପାଇଁ ବଦଳିଲା ରୁଟ୍, ଜାଣନ୍ତୁ କେଉଁପଟେ ଯିବେ

ଭୁବନେଶ୍ଵର, ୨୦/୧୧ : ଆସନ୍ତା ୨୧ରୁ ଆରମ୍ଭ ହେବ ବିଧାନସଭାର ଶୀତ ଅଧିବେଶନ। ଯାନବାହନ ଚଳାଚଳ ଓ ନିରାପତ୍ତାକୁ ଦୃଷ୍ଟିରେ ରଖି ବିଧାନସଭା ସଲଗ୍ନ ରାସ୍ତା ଗୁଡ଼ିକରେ କମିଶନରେଟ୍ ପୋଲିସ ପକ୍ଷରୁ ଟ୍ରାଫିକ୍ କଟକଣା ଲାଗୁ କରାଯାଇଛି। ୨୧ ତାରିଖରୁ ୩୦ ତାରିଖ ପର୍ଯ୍ୟନ୍ତ ଏହି ରାସ୍ତା ଗୁଡ଼ିକ ବନ୍ଦ ରହିବ। 

ସୂଚନାନୁଯାୟୀ, ହାଉସିଂ ବୋର୍ଡ ଛକ ପଟୁ ଆସୁଥିବା ସମସ୍ତ ଯାନବାହାନ ଗୁଡ଼ିକ କେଶରୀ ଟକିଜ୍ ଠାରୁ ଆଗକୁ ନଯାଇ ବାମ ପାର୍ଶ୍ଵ ରାସ୍ତା ଦେଇ ନିଜ ଗନ୍ତବ୍ୟ ସ୍ଥଳକୁ ଯିବେ। ଏଜି ଛକ ପଟୁ ପିଏମଜି ଛକ ଆଡକୁ ଆସୁଥିବା ସମସ୍ତ ଯାନବାହାନ ଗୁଡ଼ିକ ଜୟଦେବ ଭବନ ପାଖରେ ଡାହାଣ ପାର୍ଶ୍ଵରେ ଥିବା ଇନ୍ଦିରା ଗାନ୍ଧୀ ପାର୍କ ରାସ୍ତା ଦେଇ ଗନ୍ତବ୍ୟ ସ୍ଥଳକୁ ଯିବେ। ମାଷ୍ଟର କ୍ୟାଣ୍ଟିନ୍ ଛକ ପଟୁ ଆସୁଥିବା ସମସ୍ତ ଯାନବାହାନ ଲୋୟର ପିଏମଜି ଛକ ଠାରୁ ବାମ କିମ୍ଵା ଡାହାଣ ପାର୍ଶ୍ଵ ରାସ୍ତା ଦେଇ ଯାଇପାରିବେ। 

୧୨୦ ବାଟାଲିୟନ ଛକ ପଟୁ ରବିନ୍ଦ୍ର ମଣ୍ଡପ ଆଡକୁ ଯିବାକୁ ଚାହୁଁଥିବା ସମସ୍ତ ଯାନବାହାନ ଶାସ୍ତ୍ରୀ ନଗର ଛକ ଆଡ଼କୁ ଯିବେ। ଏହି କଟକଣା ଗୁଡ଼ିକ ଜରୁରୀକାଳୀନ କାର୍ଯ୍ୟରେ ନିଯୋଜିତ ଥିବା ଯାନବାହାନ ଏବଂ ବିଧାନସଭା, ରାଜ୍ୟ ସଚିବାଳୟ ଓ ଅନ୍ୟାନ୍ୟ ସରକାରୀ କାର୍ଯ୍ୟାଳୟକୁ ଯାଉଥିବା ଅଧିକୃତ ଯାନବାହାନ ନିମନ୍ତେ ଲାଗୁ ହେବ ନାହିଁ। ଅଧିବେଶନ ଚାଲିବା ପର୍ଯ୍ୟନ୍ତ ଏହି କଟକଣା ବଳବତ୍ତର ରହିବ।

  • prameyanews
  • PrameyaOdia
  • prameya
  • Copyright © 2022 - Summa Real Media Private Limited. All Rights Reserved.