ପ୍ରମୂଖ ଖବର
  • ଭୁବନେଶ୍ଵର : ରାଜ୍ୟରେ ବର୍ଦ୍ଧିତ ଅପରାଧକୁ ନେଇ କ୍ଷୁବ୍ଧ ମୁଖ୍ୟମନ୍ତ୍ରୀ, ଡାକିଲେ ଜରୁରୀ ବୈଠକ
  • ||
  • ପଟ୍ଟାମୁଣ୍ଡାଇ ଯୁବତୀ ଜୀଅନ୍ତା ଜଳିଯିବା ମାମଲା : ବ୍ଲାକମେଲର ପୁରୁଷ ବନ୍ଧୁ ଅଟକ, ଚେନ୍ନାଇରୁ ଓଡ଼ିଶା ଆଣୁଛି ପୁଲିସ
  • ||
  • ଶୁକ୍ରବାର ରାଜ୍ୟବ୍ୟାପୀ କଂଗ୍ରେସ ପାଳିବ ବିଶ୍ୱ ଆଦିବାସୀ ଦିବସ, ରବିବାର କଂଗ୍ରେସ ଭବନରେ ହେବ ସଭା
  • ||
  • ଓଟିଇଟି ଲିକ୍‌ କେଳେଙ୍କାରୀର ଖୋଲିବ ଗୁମର, ରିମାଣ୍ଡରେ ଆସିବେ ଜିତନ୍, ବିଜୟ,ସୋମବାରଠୁ ଚାଲିବ ଜେରା
  • ||
  • ଭାରତ ସହିତ ବାଣିଜ୍ୟ ଆଲୋଚନାକୁ ଟ୍ରମ୍ପଙ୍କ ପ୍ରତ୍ୟାଖ୍ୟାନ, କହିଲେ ଟାରିଫ୍ ବିବାଦର ସମାଧାନ ନହେବା ଯାଏ କିଛି ହେବନି
  • ||
  • ଅସ୍ତବ୍ୟସ୍ତ କରୁଛି ଗରମ ସାଙ୍ଗକୁ ଗୁଳୁଗୁଳି: ୧୩ ତାରିଖରେ ଲଘୁଚାପ, ୨୦ ବେଳକୁ ଆଉ ଏକ ଘୂର୍ଣ୍ଣିବଳୟ ସମ୍ଭାବନା
  • ||
  • ପାଞ୍ଚ ଦିନରେ ପାଞ୍ଚ ଜିଲ୍ଲା ବୁଲିବେ ଉପମୁଖ୍ୟମନ୍ତ୍ରୀ, ଆଜି କୋଟିଆରେ ‘ସୁଭଦ୍ରା’ ସମୀକ୍ଷା କରିବେ
  • ||
  • ବଲାଙ୍ଗୀର : ନାଳକୁ ଖସିଲା ବାଇକ୍‌; ଜଣେ ମୃତ, ୨ ଗୁରୁତର
  • ||

ହିମାଚଳ ପ୍ରଦେଶରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ଖାଇକୁ ଖସିଲା କାର୍,୬ ମୃତ

Published By : Anindita Ratha | August 8, 2025 8:49 AM

ନୂଆଦିଲ୍ଲୀ,୦୮/୦୭:ହିମାଚଳ ପ୍ରଦେଶର ଚମ୍ବା ଜିଲ୍ଲାରେ  ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଖାଇକୁ ଖସିଲା କାର୍। ଫଳରେ ୬ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ୨ଜଣ ପୁରୁଷ, ୨ଜଣ ମହିଳା ଓ ୨ଜଣ ଶିଶୁ ଥିବା ଜଣାପଡ଼ିଛି। ଦୁର୍ଘଟଣା ସମ୍ପର୍କରେ ସୂଚନା ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ସମସ୍ତ ମୃତଦେହକୁ ଉଦ୍ଧାର କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି। 

ସୂଚନା ମୁତାବକ, ଚମ୍ବା ଜିଲ୍ଲାର ତିସାର ଚନବାସ ଅ଼ଞ୍ଚଳ ଦେଇ କାର ଯୋଗେ ୬ଜଣ ଯାଉଥିଲେ। ସେହି ସମୟରେ କାରଟି ନିୟନ୍ତ୍ରଣ ହରାଇ ୫୦୦ ମିଟରର ଗଭୀର ଖାଇକୁ ଖସିପଡ଼ିଥିଲା । ସ୍ଥାନୀୟ ଲୋକେ ଘଟଣାସ୍ଥଳରେ ପହଞ୍ଚି ପୁଲିସକୁ ଖବର ଦେଇଥିଲେ। ସୂଚନା ମିଳିବା ମାତ୍ରେ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲା। କିନ୍ତୁ ସମସ୍ତ ଲୋକଙ୍କ ମୃତ୍ୟୁ ହୋଇସାରିଥିଲା। ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ହସ୍ପିଟାଲରେ ଭର୍ତ୍ତି କରିଛନ୍ତି। ସେପଟେ ପୁଲିସ ଏକ ମାମଲା ରୁଜୁ କରି ଦୁର୍ଘଟଣାର କାରଣ ତଦନ୍ତ ଆରମ୍ଭ କରିଛି। ସ୍ଥାନୀୟ ପ୍ରଶାସନ ମୃତକଙ୍କ ପରିବାରକୁ ସମସ୍ତ ପ୍ରକାରର ସାହାଯ୍ୟ ପ୍ରତିଶ୍ରୁତି ଦେଇଛି। ମୃତକଙ୍କ ପରିଚୟ ଏପର୍ଯ୍ୟନ୍ତ ମିଳିନାହିଁ। ପ୍ରାରମ୍ଭିକ ସୂଚନାରୁ ଜଣାପଡିଛି ଯେ କାରରେ ଥିବା ଲୋକମାନେ ଗୋଟିଏ ପରିବାରର ଥିଲେ। ଏନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ଜୟରାମ ଠାକୁର ଏହି ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି। ସେ ଫେସବୁକରେ ପୋଷ୍ଟ କରି ଲେଖିଛନ୍ତି ଯେ, ଚମ୍ବା ଜିଲ୍ଲାର ଟିସାର ଚାନୱାସରେ ଏକ କାର ଦୁର୍ଘଟଣାରେ ଛଅ ଜଣଙ୍କର ମୃତ୍ୟୁ ଅତ୍ୟନ୍ତ ଦୁଃଖଦ। ଶୋକସନ୍ତପ୍ତ ପରିବାର ପ୍ରତି ମୋର ସମବେଦନା। ଈଶ୍ୱର ମୃତକଙ୍କ ଆତ୍ମାକୁ ଶାନ୍ତି ଦିଅନ୍ତୁ ଏବଂ ପରିବାରକୁ ଏହି ଦୁଃଖ ସହ୍ୟ କରିବାକୁ ଶକ୍ତି ଦିଅନ୍ତୁ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.