ପ୍ରମୂଖ ଖବର
  • ସୁନ୍ଦରଗଡ଼ : ରାସ୍ତାରେ ହୁତୁ ହୁତୁ ହୋଇ ଜଳିଗଲା କୋଇଲା ବୋଝେଇ ଟ୍ରେଲର; ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର
  • ||
  • ସମ୍ବଲପୁର : ହୀରାକୁଦରୁ ନିଷ୍କାସନ ହେବ ବର୍ଷର ପ୍ରଥମ ବନ୍ୟାଜଳ, ଆସନ୍ତା ୬ରୁ ଖୋଲିବ ଗେଟ୍
  • ||
  • ସୁନ୍ଦରଗଡ଼ : ହାଇୱା-ଓମିନି ଭ୍ୟାନ୍‌ ମୁହାଁମୁହିଁ ଧକ୍କା:୨ ମୃତ, ୪ ଗୁରୁତର
  • ||
  • ହିମାଚଳ ପ୍ରଦେଶରେ ପ୍ରକୃତିର ତାଣ୍ଡବ; ୩୭ ମୃତ, ୪୦୦ କୋଟିରୁ ଅଧିକ କ୍ଷୟକ୍ଷତି
  • ||
  • ଇଣ୍ଡିଆ-ଇଂଲଣ୍ଡ ଦ୍ବିତୀୟ ଟେଷ୍ଟ,କ୍ୟାପ୍ଟେନ୍ ଶୁବମନଙ୍କ ଡବଲ ସେଞ୍ଚୁରୀ, ୫୧୦ ରନ୍‌ ପିଛା କରୁଛି ଘରୋଇ ଦଳ
  • ||
  • ମୟୂରଭଞ୍ଜ : କାଶିଆବେଡା ଗାଁରେ ଅଭାବନୀୟ ଘଟଣା, ଘରେ ପଶି ବୃଦ୍ଧଙ୍କୁ ଦଳିଦେଲା ଦନ୍ତା
  • ||
  • ଲଗାତାର ଘୂର୍ଣ୍ଣିବଳୟ, ଛାଡ଼ିବନି ବର୍ଷା : ଆଜି ସୁନ୍ଦରଗଡ଼କୁ ଅରେଞ୍ଜ, ୭ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି
  • ||
  • ସରି ଆସୁଛି ଜନ୍ମବେଦୀରେ ଲୀଳାଖେଳା; ଆଜି ସନ୍ଧ୍ୟା ଦର୍ଶନ, ଆଡ଼ପ ମଣ୍ଡପରେ ଶେଷ ଦିଅଁ ଦେଖା
  • ||
  • କଳାହାଣ୍ଡି : ଲଗାଣ ବର୍ଷାର ପ୍ରଭାବ: ଥୁଆମୂଳ ରାମପୁରର ସ୍ଥିତି ବେହାଲ, ଜନଜୀବନ ପ୍ରଭାବିତ
  • ||

ଡିଭାଇଡରକୁ ଧକ୍କା ଦେଲା ବରଯାତ୍ରୀ କାର୍, ୪ ମୃତ

Published By : Anindita Ratha | November 15, 2024 11:03 AM

ନୂଆଦିଲ୍ଲୀ,୧୫/୧୧:  ଉତ୍ତରାଖଣ୍ଡ ମଙ୍ଗଲୋରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଡିଭାଇଡରକୁ ଧକ୍କା ଦେଲା ବରଯାତ୍ରୀ କାର୍ । ଫଳରେ  ୪ ଜଣଙ୍କ ମୃତ୍ୟୁ ହୋଇଛି। ଏଥିସହ ଅନେତ ଲୋକ ଆହତ ହୋଇଥିବା ବେଳେ ସମସ୍ତ ଆହତଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି। ତେବେ ମେରୁଟର ରୁଡକି ଯାଉ ଥିବାବେଳେ ଏହି ଦୁର୍ଘଟଣା ଘଟିଥିବା ସୂଚନା ମିଳିଛି।

ସୂଚନାନୁସାରେ, ବିଳମ୍ବିତ ରାତିରେ ଦିଲ୍ଲୀ-ହରିଦ୍ୱାର ରାଜପଥରେ ମାଙ୍ଗାଲୋର ଜାଗିରି ମାଣ୍ଡି ନିକଟରେ ଦ୍ରୁତ ଗତିରେ ଆସୁଥିବା ବରଯାତ୍ରୀ  କାର ଦେଓବାଣ୍ଡ ଛକ ନିକଟରେ ଏକ ଡିଭାଇଡରକୁ ଧ୍କକା ଦେଇଥିଲା । ପରେ କାରଟି ନିୟନ୍ତ୍ରଣ ବାହାରକୁ ଯାଇ ଓଲଟି ପଡିଥିଲା, ଦୁର୍ଘଟଣା ଘଟିବା ମାତ୍ରେ କାରରେ ଥିବା ଲୋକଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇଥିଲା । ତେବେ ଏହି ଦୁର୍ଘଟଣାରେ ଘଟଣାସ୍ଥଳରେ ହିଁ ୨ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ 6ଜଣଙ୍କୁ ହସ୍ପିଚାଲରେ ଭର୍ତ୍ତି କରାଯାଇଥିଲା । ତେବେ ଚିକିତ୍ସା ସମୟରେ ଆଉ ୨ଜଣ ଆଖି ବୁଜିଥିଲେ । ତେବେ ସମସ୍ତେ ମେରେଠରୁ ରୁଡକି ଆସୁଥିଲେ । ତେବେ ଖୁସିର ମାହୋଲ ଭିତରେ ଦୁଃଖର ଛାୟା ଖେଳିଯାଇଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.