ପ୍ରମୂଖ ଖବର

ଭାରସାମ୍ୟ ହରାଇ ଓଲଟିଲା ଲୁହା ପ୍ଲେଟ୍ ବୋଝେଇ ଟ୍ରେଲର୍‌, ଡ୍ରାଇଭର ଗୁରୁତର

Published By : Harapriya Sethi | June 4, 2025 11:10 AM

କଟକ, ୦୪/୦୬: ଭାରସାମ୍ୟ ହରାଇ ରାସ୍ତା କଡକୁ ଓଲଟିଲା ଲୁହା ପ୍ଲେଟ୍ ବୋଝେଇ ଟ୍ରେଲର୍‌ । ଏହି ଦୁର୍ଘଟଣାରେ ଗାଡ଼ିର ଚାଳକ ଗୁରୁତର ହୋଇଛନ୍ତି । ଘଟଣାସ୍ଥଳରେ ପୁଲିସ ପହଞ୍ଚି ଟ୍ରେଲର୍‌ଟିକୁ ଉଦ୍ଧାର କରି ଘଟଣାର ତଦନ୍ତ ଚଳାଇଛି । କଟକ ଜିଲ୍ଲା ତିଗିରିଆ ଥାନା ଅନ୍ତର୍ଗତ ଖୁଣ୍ଟୁଣି ନରସିଂହପୁର ୬୫ ନମ୍ବର ଜାତୀୟ ରାଜପଥର ବିନ୍ଧାଣିମା ହନୁମାନ ମନ୍ଦିର ନିକଟରେ ଏଭଳି ଘଟଣା ଘଟିଛି । 

ସୂଚନା ମୁତାବକ, ମଙ୍ଗଳବାର ବିଲମ୍ୱିତ ରାତିରେ ଲୁହା ପ୍ଲେଟ୍ ବୋଝେଇ ଟ୍ରେଲର୍‌ଟି ଭାରସାମ୍ୟ ହରାଇ ବିନ୍ଧାଣିମା ହନୁମାନ ମନ୍ଦିର ନିକଟରେ ରାସ୍ତା କଡକୁ ଓଲଟି ପଡ଼ିଥିଲା । ଏହି ଦୁର୍ଘଟଣାରେ ଗାଡ଼ିର ଚାଳକ ଗୁରୁତର ହୋଇଥିଲେ । ଏହା ଦେଖି ସ୍ଥାନୀୟଲୋକେ ତୁରନ୍ତ ପୁଲିସକୁ ଖବର ଦେଇଥିଲେ । ଖବର ପାଇ ତିଗିରିଆ ପୁଲିସ ଘଟଣାସ୍ଥଳରେ ପହଞ୍ଚି ସ୍ଥାନୀୟଲୋକଙ୍କ ସହାୟତାରେ ଚାଳକଙ୍କୁ ଉଦ୍ଧାର କରିଥିଲେ । ପରେ ତାଙ୍କୁ ବିନ୍ଧାଣିମା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିବା ଜଣାପଡ଼ିଛି । ଏହା ସହ ଟ୍ରେଲର୍‌ଟିକୁ ଉଦ୍ଧାର କରି ଘଟଣାର ତଦନ୍ତ କରୁଛି ତିଗିରିଆ ପୁଲିସ । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.