ରେଳ ଧାରଣାରୁ ମହିଳାଙ୍କ ଖଣ୍ଡ ବିଖଣ୍ଡିତ ମୃତଦେହ ଉଦ୍ଧାର

ଛତ୍ରପୁର, ୦୫/୦୨ : ରେଳ ଧାରଣାରୁ ମହିଳାଙ୍କ କ୍ଷତବିକ୍ଷତ ମୃତଦେହ ଉଦ୍ଧାର। ଛତ୍ରପୁର କୋର୍ଟ ଷ୍ଟେସନ ନିକଟ ରେଳଲାଇନରୁ ଜଣେ ମହିଳାଙ୍କ କ୍ଷତବିକ୍ଷତ ମୃତଦେହ ଉଦ୍ଧାର ହୋଇଛି। ମହିଳାଙ୍କ ଶରୀର ଖଣ୍ଡ ବିଖଣ୍ଡିତ ହୋଇ ପଡିଥିବା ଦେଖିବାକୁ ମିଳିଛି। ତେବେ ମହିଳା ଜଣକ ରେଳ ଲାଇନରେ ଆତ୍ମହତ୍ୟା କରିଛନ୍ତି ନାଁ ତାଙ୍କୁ କେହି ହତ୍ୟା କରିଛି ଜଣାପଡ଼ି ନାହିଁ। ଆରପିଏଫ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।