ପ୍ରମୂଖ ଖବର
  • ଗଞ୍ଜାମ : ୧୧କେଭି ତାର ଲାଗି ଜଣେ ମୃତ, ଜଣେ ଗୁରୁତର
  • ||
  • ବାଲେଶ୍ଵର : ବାଇକ୍‌କୁ ଧକ୍କା ଦେଲା ମାଲବାହୀ ଟ୍ରକ୍; ଜଣେ ମୃତ,୨ ଗୁରୁତର
  • ||
  • ସୁନ୍ଦରଗଡ଼ : ପୂଜା ଦେଖିବାକୁ ଆସିଥିବା ବେଳେ ଯୁବତୀଙ୍କୁ ଗଣଦୁଷ୍କର୍ମ, ୩ ଅଟକ
  • ||
  • ଉଦଳା : ସରକାରୀ ଡାକ୍ତରଖାନାରେ ସ୍ୱାସ୍ଥ୍ୟସେବା ବିପର୍ଯ୍ୟସ୍ତ , ଚିକିତ୍ସା ଅଭାବରୁ ଚାଲିଗଲା ଶିଶୁକନ୍ୟାର ଜୀବନ
  • ||
  • ଯାଜପୁର : ଖରସ୍ରୋତା ବ୍ରିଜ୍‌ ଉପରୁ ନଦୀକୁ ଡେଇଁଲେ ମହିଳା, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ବ୍ରହ୍ମପୁର : ନକଲି ଗୁଟଖା କମ୍ପାନିରେ ଚଢାଉ; ନକଲି ଗୁଟଖା, ଗୁଟଖା ସାମଗ୍ରୀ ଏବଂ ମେସିନ ଠାବ
  • ||
  • ଦିଗପହଣ୍ଡି : ବାର୍ଦ୍ଧକ୍ୟ ଭତ୍ତା ଆଣିବାକୁ ଯାଇ କେନାଲରେ ଭାସିଗଲେ ବୃଦ୍ଧା,୧୦ ଘଣ୍ଟା ପରେ ମୃତଦେହ ଉଦ୍ଧାର
  • ||
  • ଆସ୍କା : ଟ୍ରକ୍‌କୁ ପିଟିଲା ପିକଅପ୍‌ ଭ୍ୟାନ୍‌, ୨ ମୃତ
  • ||
  • ଗୁରୁବାରଠୁ ଭାରତ- ବାଂଲାଦେଶ ପ୍ରଥମ ଟେଷ୍ଟ: ଚିପକ୍‌ରେ ରାଜୁତି କରିବେ ସ୍ପିନର୍‌, ଫେରିବେ ପନ୍ତ ଏବଂ ରାହୁଲ
  • ||
  • ମୋହନାରେ ଟ୍ରକ୍‌-ବାଇକ୍‌ ଧକ୍କା, ୨ ବାଇକ୍‌ ଆରୋହୀ ମୃତ
  • ||
  • ଭୁବନେଶ୍ୱର : ରାଜଧାନୀରେ ବୋମା ମାଡ଼; ସିସିଟିଭିରେ କଏଦ ହେଲା ଦୃଶ୍ୟ, ଦୁର୍ବୃତ୍ତଙ୍କୁ ଖୋଜୁଛି ପୋଲିସ
  • ||
  • ପୁରୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ୧୦୦ ଦିନର ସଫଳତା ସମାବେଶ ଓ ପ୍ରଦର୍ଶନୀରେ ଯୋଗଦେବେ
  • ||
  • ୨୨ରୁ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା, ଆହୁରି ବିଗିଡ଼ିପାରେ ବାଲେଶ୍ୱର, ମୟୂରଭଞ୍ଜ ସ୍ଥିତି
  • ||

୨୩ରେ ସ୍ଥାନାନ୍ତର ହେବ ରତ୍ନଭଣ୍ଡାରରେ ଥିବା ଖାଲି ଆଲମିରା, ସିନ୍ଦୁକ

ପୁରୀ,୨୦।୮ :  ଆସନ୍ତା ୨୩ରେ ବାହାର ଏବଂ ଭିତର ରତ୍ନଭଣ୍ଡାରରେ ଥିବା ଖାଲି ଆଲମିରା ଏବଂ ସିନ୍ଦୁକଗୁଡ଼ିକ ସ୍ଥାନାନ୍ତରଣ କରାଯିବ l  ରାଜ୍ୟ ସରକାରଙ୍କ ଅନୁମୋଦିତ ମାର୍ଗଦର୍ଶିକା (ଏସଓପି) ଅନୁସାରେ ଏହି ସ୍ଥାନାନ୍ତରଣ ପ୍ରକ୍ରିୟା ଅନୁଷ୍ଠିତ ହେବ। 

ଖାଲି ଆଲମିରା ଏବଂ ସିନ୍ଦୁକଗୁଡିକୁ ଭିତର ଓ ବାହାର ରତ୍ନଭଣ୍ଡାରରୁ ସ୍ଥାନାନ୍ତରଣ କରାଯାଇ ଶ୍ରୀମନ୍ଦିର ପରିସରରେ ଥିବା ନୀଳାଦ୍ରି ବିହାର ମ୍ୟୁଜିୟମ୍ ନିକଟସ୍ଥ ଏକ ଗୃହରେ ସୁରକ୍ଷିତ ରଖାଯିବ l ତେଣୁ ଏହି ଦିନ ଶ୍ରୀଜୀଉଙ୍କ ନୀତିକାନ୍ତି ବା ସେବାପୂଜାରେ ବ୍ୟାଘାତ ନ କରି ସ୍ଥାନାନ୍ତରଣ ପ୍ରକ୍ରିୟା ପାଇଁ ଆବଶ୍ୟକ ସମୟ ଦେବା ଲାଗି ବିଶେଷ ନୀତି ନିର୍ଘଣ୍ଟ ପ୍ରସ୍ତୁତ କରାଯାଇଛି l ତଦନୁଯାୟୀ, ଆସନ୍ତା ୨୩ ତାରିଖ ଶୁକ୍ରବାର ପାଇଁ ହୋଇଥିବା ବିଶେଷ ନୀତି ନିର୍ଘଣ୍ଟ ଅନୁସାରେ ମଧ୍ୟାହ୍ନ ଗୋଟାଏରୁ  ସ୍ଥାନାନ୍ତର କାର୍ଯ୍ୟ ଶେଷ ହେବା ପର୍ଯ୍ୟନ୍ତ ସର୍ବସାଧାରଣଙ୍କ ପାଇଁ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ । ଭକ୍ତ ମହାପ୍ରସାଦ କିଣିବା ପାଇଁ ସିଂହଦ୍ଵାର ପଟେ ଆସି ବାଇଶି ପାହାଚ ଦେଇ ଆନନ୍ଦ ବଜାରରୁ ମହାପ୍ରସାଦ କିଣି ଉତ୍ତର ଦ୍ୱାର ପଟେ ଉକ୍ତ ସମୟରେ ପ୍ରସ୍ଥାନ କରିପାରିବେ ।

ପ୍ରକାଶ ଥାଉକି, ଗତ ଜୁଲାଇ ୧୪ ଓ ୧୮ ତାରିଖରେ  ଯଥାକ୍ରମେ ବାହାର ଓ ଭିତର ରତ୍ନଭଣ୍ଡାରରୁ ଶ୍ରୀମନ୍ଦିର ଭିତରେ ଥିବା  ଅସ୍ଥାୟୀ ରତ୍ନଭଣ୍ଡାରକୁ ଅଳଙ୍କାର  ଏବଂ ମୂଲ୍ୟବାନ ସାମଗ୍ରୀ ସ୍ଥାନାନ୍ତରଣ ହୋଇସାରିଛି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.