PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୁରୀ : ଗୁଣ୍ଡିଚା ମନ୍ଦିର ରୋଷଘର ଚୁଲି ଭାଙ୍ଗିଲେ ଦୁର୍ବୃତ୍ତ, ୨୦ରୁ ଅଧିକ ଚୁଲି ଭାଙ୍ଗି ଥିବା ସୂଚନା
  • ||
  • ଭୁବନେଶ୍ୱର: ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ: ପ୍ରଥମ ଦିନରେ ଶୋକ ପ୍ରସ୍ତାବ ପାରିତ, ଆସିବ ପୂର୍ଣ୍ଣାଙ୍ଗ ବଜେଟ୍
  • ||
  • ନୂଆଦିଲ୍ଲୀ; ଫୁଟ୍‌ ଉପରେ ବିମାନ କ୍ୟାବିନରେ ଦେଖିବାକୁ ମିଳିଲା ଧୁଆଁ; ଦିଲ୍ଲୀ ବିମାନବନ୍ଦରରେ ଜରୁରୀକାଳୀନ ଅବତରଣ କଲା ସ୍ପାଇସଜେଟ୍‌
  • ||
  • ଭୁବନେଶ୍ୱର: ୪ରେ ଲଘୁଚାପ, ଆଜିଠୁ ବଢ଼ିବ ବର୍ଷା
  • ||
  • ଚୌଦ୍ୱାର : ଜଗା ଦର୍ଶନ ସାରି ଘରକୁ ଫେରୁଥିବା ବେଳେ ବୋଲେରୋକୁ ପିଟିଲା ଟ୍ରକ: ଜଣେ ମୃତ, ୯ ଗୁରୁତର
  • ||
  • ପୁରୀ: ଦାରୁବ୍ରହ୍ମଙ୍କ ପତିତପାବନ ଯାତ୍ରା: ଆଜି ଜନ୍ମବେଦିକୁ ବିଜେ କରିବେ ଚତୁର୍ଦ୍ଧାମୂର୍ତ୍ତି
  • ||
  • ବାରିପଦା: ଆଜି ଗଡ଼ିବ ଦ୍ୱିତୀୟ ଶ୍ରୀକ୍ଷେତ୍ର ରଥ, ସୁଭଦ୍ରାଙ୍କ ରଥକୁ ଟାଣିବେ ମହିଳା ଶ୍ରଦ୍ଧାଳୁ
  • ||
  • କଟକ: ଆଜିଠୁ ମିଳିତ ପୁଲିସ୍‌ ସେବା ପରୀକ୍ଷା, ୩୪ କେନ୍ଦ୍ରରେ ପରୀକ୍ଷା ଦେବେ ୨୯ ହଜାର ୬୪୪ ପରୀକ୍ଷାର୍ଥୀ
  • ||

ରାତି ଅଧରେ ୨୫ କେ.ଭି ବିଦ୍ୟୁତ୍ ଟ୍ରାନ୍ସଫର୍ମର୍ ଚୋରି, ଗ୍ରାମରେ ବିଦ୍ୟୁତ୍ ସେବା ଠପ୍

ଆଠଗଡ଼, ୨୩/୦୫ : କଟକ ଜିଲ୍ଲା ତିଗିରିଆ ଥାନା ଅନ୍ତର୍ଗତ ଅଚଳକୋଟ ଗ୍ରାମର ଶନି ମନ୍ଦିର ନିକଟରେ ଥିବା ଏକ ୨୫ କେ.ଭି ବିଦ୍ୟୁତ୍ ଟ୍ରାନ୍ସଫର୍ମର୍ ଚୋରି। ରବିବାର ବିଳମ୍ବିତ ରାତିରେ କେହି ଦୁର୍ବୃତ୍ତ ଟ୍ରାନ୍ସଫର୍ମର୍ ଚୋରିକରି ନେଇଯାଇଛନ୍ତି । ଏ ସମ୍ପର୍କରେ ଆଠଗଡ଼ ନମ୍ବର୍-୨ ବିଦ୍ୟୁତ୍ ବିଭାଗର ଆସିଷ୍ଟାଣ୍ଟ ମ୍ୟାନେଜର ତିଗିରିଆ ଥାନାରେ ଏତଲା ଦେଇଛନ୍ତି । ତିଗିରିଆ ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି।

ତେବେ ଟ୍ରାନ୍ସଫର୍ମର୍ ଚୋରି ଯୋଗୁଁ ପାୱାର କଟ୍ ହେବାରୁ ଲୋକମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଖୁବ୍ ଶୀଘ୍ର ଟ୍ରାନ୍ସଫର୍ମର ଚୋରକୁ ଧରିବା ସହ ବିଦ୍ୟୁତ୍ ଯୋଗାଇ ଦେବାକୁ ସ୍ଥାନୀୟ ଲୋକେ ଦାବି କରିଛନ୍ତି।