ମେଷ : ତୃତୀୟ ଚନ୍ଦ୍ର, ବୃହସ୍ପତିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ । ସୁଖବର, ସୁସମ୍ବାଦ ମିଳିବ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ଗ୍ରହଣ କରିବେ । ନୂତନ କର୍ମାରମ୍ଭ, ବ୍ୟବସାୟ ଆରମ୍ଭ, ବିଦେଶ ଯାତ୍ରାର ସୁଯୋଗ ଜୁଟିବ ଏବଂ ଉନ୍ନତିମୂଳକ କର୍ମରେ ଧ୍ୟାନ ଅଧିକ ରହିବ । ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ, ଭାଇଭଉଣୀଙ୍କ ସାହାଯ୍ୟ, ସହଯୋଗ ମିଳିବ ଏବଂ ପରିବାରରେ ସୁଖଶାନ୍ତିର ପରିବେଶ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ କର୍ମରେ ଆପଣଙ୍କର ସମୟାନୁବର୍ତ୍ତିତା ଓ କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ । ଯେଉଁମାନଙ୍କର ଦ୍ୱିଜା ମେଷ, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୧୧, ଆରାଧନା : ପ୍ରଭୁ ସ୍କନ୍ଦ ।

ବୃଷ : ଘାତବାର, ଦ୍ୱିତୀୟ ଚନ୍ଦ୍ର ଯୋଗୁ ଧନ ଓ ଆୟ ପ୍ରତି ମନରେ ଦୁର୍ବଳତା ପ୍ରକାଶ ପାଇବ ଏବଂ ଧନ ଓ ଆୟ ଯେତେ ଅଧିକ ରହିଲେ ମଧ୍ୟ ମନରେ ଆତ୍ମସନ୍ତୋଷ, ଆତ୍ମତୃପ୍ତି ମିଳିବ ନାହିଁ । ମୂଲ୍ୟବାନ ଧାତୁ, ଭୂମି ଓ ଯାନବାହନ କ୍ରୟ କରିବେ ଏବଂ ଉନ୍ନତିମୂଳକ କର୍ମରେ ଧନର ବିନିଯୋଗ କରିବେ । ଆୟର କିଛି ଅଂଶ ସଞ୍ଚୟରେ ବିନିଯୋଗ କରିବେ ଏବଂ ଆୟ ଅଧିକ କରିବା ପାଇଁ ନୂତନ କଳା, କୌଶଳ ଆପଣାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ମିଳିଲେ ମଧ୍ୟ ଘାତବାର ଓ ଦ୍ୱିତୀୟ ଚନ୍ଦ୍ର ଯୋଗୁ କିଛି ସମସ୍ୟା ଦେଖାଦେବ । ଯେଉଁମାନଙ୍କର ରୋହିଣୀ ବୃଷ, ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ : ନୀଳ, ସଂଖ୍ୟା : ୨, ଆରାଧନା : ପ୍ରଭୁ ଶ୍ରୀରାମ ।

ମିଥୁନ : ଶ୍ରୀଚନ୍ଦ୍ର ଯୋଗୁ ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା, ପରିବାରରେ ମିତ୍ରତା, ସମସ୍ତଙ୍କ ସହ ବନ୍ଧୁତା, ଚାଲିଚଳନରେ ସଂଯମତା ଓ ସମସ୍ତଙ୍କର ପ୍ରଶଂସାର ପାତ୍ର ହେବେ । ସ୍ୱଜନ, ପରିଜନ, ବନ୍ଧୁବାନ୍ଧବଙ୍କ ସହାୟତା ମିଳିବ ଏବଂ ପରିବାରରେ ସ୍ୱର୍ଗୀୟ ସୁଖ ଅନୁଭୂତ ହେବ । ଆମୋଦପ୍ରମୋଦ, ମଉଜ ମଜଲିସ୍ରେ ଅଧିକ ଆଗ୍ରହ ରହିବ ଏବଂ ଦେହ, ମନ ସୁସ୍ଥ ରହିବ । ସୁଖବର, ସୁସମ୍ବାଦ ମିଳିବ ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସହକର୍ମୀଙ୍କ ସହଯୋଗ ମିଳିବ । ଯେଉଁମାନଙ୍କର ଆର୍ଦର୍ର୍ର୍ା ମିଥୁନ, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : ମେରୁନ୍, ସଂଖ୍ୟା : ୮, ଆରାଧନା : ଭଗବାନ ବିଷ୍ଣୁ ।

କର୍କଟ : ଦ୍ୱାଦଶ ଚନ୍ଦ୍ର, ଶନିବାର ଓ ଚତୁର୍ଦ୍ଦଶୀ ତିଥି ଯୋଗୁ ଆୟ ପାଞ୍ଚ ଟଙ୍କା ହେଲେ ବ୍ୟୟ ପଚିଶ ଟଙ୍କା ହେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । ମନରେ ଦୁଶ୍ଚିନ୍ତା, ଦୁର୍ଭାବନା, ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ଅଯଥା ଖର୍ଚ୍ଚ, ବୃଥା ଭ୍ରମଣ ଲାଗି ରହିବ ଏବଂ ପରିବାରରେ ଅଶାନ୍ତିର ପରିବେଶ ରହିବ । ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ ଏବଂ ଆର୍ଥିକ ଠକାମିରେ ପଡ଼ିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଦ୍ୱିଗୁଣ ଅଧିକ ହେବ ଏବଂ କର୍ମରେ ସଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁମାନଙ୍କର ପୁନର୍ବସୁ କର୍କଟ, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୩, ଆରାଧନା : ମା’ ସମଲେଶ୍ୱରୀ ।

ସିଂହ : ଘାତବାର, ତ୍ରୟୋଦଶୀ ଓ ଚତୁର୍ଦ୍ଦଶୀ ତିଥି ଏବଂ ବୃହସ୍ପତିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଘାତବାରର ପ୍ରଭାବ ରହିବ ନାହିଁ । ଭାଗ୍ୟରେ, କର୍ମରେ, ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ ଏବଂ ଧନ, ସମ୍ପଦ ବୃଦ୍ଧି ପାଇବ । ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାରେ ସମର୍ଥ ହେବେ ଏବଂ ବ୍ୟବସାୟରେ ଉନ୍ନତି ଆଣିବା ପାଇଁ ଯୋଜନା କରିବେ । ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଆୟର ନୂତନ ମାର୍ଗ ଖୋଲିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟ ପାଇଁ ଚୁକ୍ତିବଦ୍ଧ ହେବେ । କର୍ମରେ ଆଶାଠାରୁ ଅଧିକ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁମାନଙ୍କର ପୁର୍ବା ଫାଲ୍ଗୁନୀ ସିଂହ, ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ : ଧଳା, ସଂଖ୍ୟା : ୧୧, ଆରାଧନା : ମା’ ମାଣିକେଶ୍ୱରୀ ।

କନ୍ୟା : ଘାତବାର, ଘାତଚନ୍ଦ୍ର ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର, ଯାନବାହନ ଆରୋହଣ କାଳରେ ସତର୍କତା ଅବଲମ୍ବନ କରିବେ ଏବଂ କୌଣସି କର୍ମ କରିବା ପୂର୍ବରୁ ଭଲ ଭାବେ ଚିନ୍ତା କରି କରିବେ । କର୍ମପ୍ରତି ଅନାଗ୍ରହ ଭାବ ପ୍ରକାଶ ପାଇବ ଏବଂ ସମସ୍ତ କର୍ମ ବିବାଦୀୟ ହେବ । ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ । ମନରେ ଅସ୍ଥିରତା ଓ ଧର୍ଯ୍ୟଶକ୍ତି ଲୋପ୍ ପାଇବ ଏବଂ ପରିବାରରେ ଅଶାନ୍ତିର ବାତାବରଣ ସୃଷ୍ଟି ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମ କଣ୍ଟକ ସଦୃଶ ମନେ ହେବ । ଯେଉଁମାନଙ୍କର ଚିତ୍ରା କନ୍ୟା, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ସବୁଜ, ସଂଖ୍ୟା : ୧୨, ଆରାଧନା : ମା’ ତ୍ରିପୁର ସୁନ୍ଦରୀ ।

ତୁଳା : ଶୁକ୍ଳପକ୍ଷର ନବମ ଚନ୍ଦ୍ର, ଶନିବାର ଯୋଗୁ ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ । ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତିମୂଳକ କର୍ମରେ ଧ୍ୟାନ ଅଧିକ ରହିବ । ଆର୍ଥିକ ଅବସ୍ଥାରେ ଉନ୍ନତି, ବ୍ୟବସାୟରେ ପ୍ରଗତି ଏବଂ ନୂତନ କର୍ମାରମ୍ଭ, ବ୍ୟବସାୟ ଆରମ୍ଭ ଓ ବିଦେଶ ଯାତ୍ରାର ସୁଯୋଗ ଜୁଟିବ । କୌଣସି ସଭା କିମ୍ବା ସଙ୍ଗଠନର ନେତୃତ୍ୱ ମିଳିବ ଏବଂ ମହତ୍ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ସ୍ୱାତୀ ତୁଳା, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ :ଧଳା, ସଂଖ୍ୟା : ୪, ଆରାଧନା : ମା’ କମଳା ।

ବିଛା : ଅଷ୍ଟମ ଚନ୍ଦ୍ର, ଚତୁର୍ଦ୍ଦଶୀ ତିଥି, ଶନିବାର ଯୋଗୁ ମନରେ ବିରକ୍ତିଭାବ, ଚିଡ଼ିଚିଡ଼ାପଣ ପ୍ରକାଶ ପାଇବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ଉଚିତ୍ କର୍ମରୁ ବିଚ୍ୟୁତ ହୋଇ ଅନୁଚିତ୍ କର୍ମରେ ଆଗ୍ରହ ରଖିବେ ଏବଂ ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ । ଆୟ ପାଞ୍ଚ ଟଙ୍କା ହେଲେ ବ୍ୟୟ ପଚିଶ ଟଙ୍କା ହେବ ଏବଂ ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ ବୃଦ୍ଧି ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁମାନଙ୍କର ବିଶାଖା ବିଛା, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୩, ଆରାଧନା : ମା’ ଚଣ୍ଡୀ ।

ଧନୁ : ସପ୍ତମ ଚନ୍ଦ୍ର , ଶନିବାର ଏବଂ ବୃହସ୍ପତିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଆୟର ମାର୍ଗ ଅତି ଉତ୍ତମ ହେବ ଏବଂ ବିଭିନ୍ନ ଉତ୍ସରୁ ଧନପ୍ରାପ୍ତି ହେବ । ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି, ସ୍ୱଜନରେ ସୁସମ୍ପର୍କ, ବନ୍ଧୁବାନ୍ଧବଙ୍କ ସହ ସଦ୍ଭାବ ଏବଂ ପରିଚିତ ମହିଳାଙ୍କଠାରୁ ସାହାଯ୍ୟ, ସହଯୋଗ ଓ ଧନ ମିଳିବ । ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ ଏବଂ ସହଧର୍ମିଣୀଙ୍କ ସାହାଯ୍ୟ, ସହଯୋଗ ମିଳିବ । ମୂଲ୍ୟବାନ ଧାତୁ, ବସନଭୂଷଣ, ସୌଖୀନ ଘରୋଇ ଉପକରଣ କ୍ରୟ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ମହିଳା ସହକର୍ମୀଙ୍କ ସାହାଯ୍ୟ, ସହଯୋଗ ମିଳିବ । ଯେଉଁମାନଙ୍କର ପୂର୍ବାଷାଢ଼ା ଧନୁ, ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୭, ଆରାଧନା : ମା’ ତାରା ।

ମକର : ଷଷ୍ଠ ଚନ୍ଦ୍ର, ଶନିବାର ଯୋଗୁ ରୋଗ, ଋଣ, ଦୁଃଖ, ଶୋକ, କ୍ଳେଶ ଓ ମାନସିକ ଅବସାଦରୁ ମୁକ୍ତି ମିଳିବ ଏବଂ ଦେହ, ମନ ସୁସ୍ଥ ରହିବ । ଶତ୍ରୁମାନେ ମିତ୍ରତାର ହାତ ବଢ଼ାଇବେ ଏବଂ ଋଣମୁକ୍ତ ହେବାର ସୁଯୋଗ ଜୁଟିବ । ପରୋପକାର, ସମାଜସେବା, ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ ଏବଂ ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା ବୃଦ୍ଧି ପାଇବ । ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ ଏବଂ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ କର୍ମରେ ନିଜର ଶ୍ରେଷ୍ଠତା ପ୍ରତିପାଦନ କରିବେ । ଯେଉଁମାନଙ୍କର ଶ୍ରବଣା ମକର, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : ବାଇଗଣୀ, ସଂଖ୍ୟା : ୧୧, ଆରାଧନା : ମା’ ଦୁର୍ଗା ।

କୁମ୍ଭ : ପଞ୍ଚମ ଚନ୍ଦ୍ର, ଶନିବାର ଯୋଗୁ ପାଞ୍ଚଟି କର୍ମରେ ଅଧିକ ସଫଳତା ମିଳିବ । ବିଦ୍ୟାରେ ବିଚକ୍ଷଣତା, କର୍ମରେ ତତ୍ପରତା, ସମସ୍ତଙ୍କ ସହ ସଦ୍ଭାବ, ଯଶ, ସମ୍ମାନ ପ୍ରାପ୍ତି, ପରିବାରରେ ସୁଖଶାନ୍ତି ଏବଂ ପିତାମାତାଙ୍କ କୃପା ଲାଭ କରିବେ । ନୂତନ ବିଦ୍ୟା ଓ କଳା ପ୍ରତି ମନରେ ଆଗ୍ରହ ପ୍ରକାଶ ପାଇବ ଏବଂ ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ । ସନ୍ତାନମାନେ ଆଜ୍ଞାଧୀନ ହେବେ ଏବଂ ପୈତୃକ ସମ୍ପତ୍ତିକୁ ନେଇ ଥିବା ବିବାଦର ସମାଧାନ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁମାନଙ୍କର ଶତଭିଷା କୁମ୍ଭ, ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ :ଇନ୍ଦ୍ରନୀଳ, ସଂଖ୍ୟା : ୩, ଆରାଧନା : ମା’ ଭୈରବୀ ।

ମୀନ : ଚତୁର୍ଥ ଚନ୍ଦ୍ର, ଶନିବାର, ଚତୁର୍ଦ୍ଦଶୀ ତିଥି ଯୋଗୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା, ଯାନବାହନରେ ଖର୍ଚ୍ଚାନ୍ତ ଏବଂ ଆର୍ଥିକ ଠକାମିରେ ପଡ଼ିବେ । ଅନ୍ୟଠାରୁ ଆଣିଥିବା ଧନ ଫେରାଇବାରେ ଅସମର୍ଥ ହେବେ ଏବଂ ଅନ୍ୟକୁ ଦେଇଥିବା ଧନ ପାଇବାରେ ବିଫଳ ହେବେ । ବାଣିଜ୍ୟ, ବ୍ୟବସାୟରେ କ୍ଷତି, ପରିବହନ ବ୍ୟବସାୟରେ ବିପର୍ଯ୍ୟୟ ଘଟିବ । କର୍ମରେ ବିଫଳତା ଓ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ । ଯେଉଁମାନଙ୍କର ପୂର୍ବଭାଦ୍ର ମୀନ, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୫, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।

ଜ୍ୟୋତିର୍ବିଦ୍ : କୈଳାସ ଦାଶ

ଯୋଗାଯୋଗ : ୯୪୩୭୧୩୩୪୭୩