ପ୍ରମୂଖ ଖବର
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା , ସମୂହ ଛୁଟିରେ ଯିବେ ଓଏଏସ ଅଧିକାରୀ
  • ||
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା, କର୍ପୋରେଟର ଜୀବନ ରାଉତ ସମେତ ୩ ଗିରଫ
  • ||
  • କନ୍ଧମାଳ ଜଙ୍ଗଲରେ ଏନ୍‌କାଉଣ୍ଟର, ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୨ ମାଓବାଦୀ
  • ||
  • ବାହାରିଲା ପ୍ରଥମ ଦିନର ଆଡ଼ପ ଅବଢ଼ା, ମହାପ୍ରଭୁଙ୍କୁ ଦର୍ଶନ ସହ ମହାପ୍ରସାଦ ପାଇ ଭକ୍ତ ଆନନ୍ଦିତ
  • ||
  • ବରିଷ୍ଠ ଓଏଏସ୍ ମିର୍ଦ୍ଧା ଟପ୍ପୋଙ୍କୁ ଗୁରୁଦାୟିତ୍ବ, ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ ଭାବେ ମିଳିଲା ନୂଆ ନିଯୁକ୍ତି
  • ||
  • ଏଣିକି ପାନ୍‌କାର୍ଡ ଆବେଦନ ଲାଗି ଆଧାର ଜରୁରୀ, ଜୁଲାଇ ପହିଲାରୁ ହେବ କାର୍ଯ୍ୟକାରୀ
  • ||
  • ସୁନ୍ଦରଗଡ଼ :ଲଗାଣ ବର୍ଷା ପାଇଁ ବଢୁଛି ବ୍ରାହ୍ମଣୀ ନଦୀର ଜଳସ୍ତର, ଖୋଲିଲା ମନ୍ଦିରା ଡ୍ୟାମ୍‌ର ୪ ଗେଟ୍‌
  • ||
  • କଟକ ରେଳ ଷ୍ଟେସନ୍‌ ନିକଟରେ ମାଲବାହୀ ଟ୍ରେନ୍ ଲାଇନ୍‌ଚ୍ୟୁତ, ଟ୍ରାକ୍‌ରୁ ଖସିଲା ୩ ଖାଲି ବଗି
  • ||
  • ଫିଫା କ୍ଲବ ବିଶ୍ୱକପ, କ୍ୱାର୍ଟରରେ ଚେଲସୀ, ପାମେରାସ୍‌
  • ||
  • ଉତ୍ତରାଖଣ୍ଡ-ହିମାଚଳରେ ପ୍ରକୃତି କୋପ; ରେଡ୍ ଆଲର୍ଟ ପରେ ସ୍କଲ କଲେଜ ବନ୍ଦ,ଚାରିଧାମ ଯାତ୍ରାରୁ ହଟିଲା ୨୪ ଘଣ୍ଟିଆ ବ୍ରେକ୍
  • ||
  • ଗଞ୍ଜାମ : ପୂର୍ବ ଶତ୍ରୁତାରୁ ଗଡ଼ିଲା ମୁଣ୍ଡ, ଯୁବକଙ୍କୁ ମାରଣାସ୍ତ୍ରରେ ଆକ୍ରମଣ
  • ||
  • ମଙ୍ଗଳବାରଠୁ ଅନିର୍ଦ୍ଦିଷ୍ଟକାଳ ପାଇଁ ଶିମିଳିପାଳ ଜାତୀୟ ଉଦ୍ୟାନ ବନ୍ଦ
  • ||
  • ସୋମବାରଠୁ ଏସ୍‌ଓଏସ୍‌ସି ପରୀକ୍ଷା, ସକାଳ ୯ ଟାରୁ ୧୧ଟା ଯାଏ ଚାଲିବ: ଜୁଲାଇ ପହିଲାରୁ ସପ୍ଲିମେଣ୍ଟାରୀ ପରୀକ୍ଷା
  • ||
  • ପ୍ରବଳ ବର୍ଷା ଯୋଗୁ ବାଲେଶ୍ୱର, ମୟୂରଭଞ୍ଜକୁ ବନ୍ୟା ଭୟ: ଆଜିଠୁ ୩ ଯାଏ ମୟୂରଭଞ୍ଜରେ ସ୍କୁଲ ଛୁଟି ଘୋଷଣା
  • ||
  • ବାଲେଶ୍ୱର : ସୁବର୍ଣ୍ଣରେଖାରେ ବନ୍ୟାସ୍ଥିତି, ବିପଦ ସଂକେତ ଟପିଲା ବନ୍ୟାଜଳ
  • ||
  • ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ: ୫ ଯାଏ ପ୍ରବଳରୁ ଅତିପ୍ରବଳ ବର୍ଷା ଆକଳନ, ଆଜି ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
  • ||

କେନ୍ଦୁଝର ଧରଣୀଧର ମେଡିକାଲ କଲେଜ ଓ ହସ୍ପିଟାଲରେ ଆରମ୍ଭ ହେଲା ଅନ୍ତଃ-ଚିକିତ୍ସା ସେବା ଏବଂ ଟ୍ରମା କେୟାର

Published By : Suraj Kumar | May 5, 2025 8:49 PM

ଭୁବନେଶ୍ୱର/କେନ୍ଦୁଝର, ୫।୫ :  ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କେନ୍ଦୁଝର ସ୍ଥିତ ଧରଣୀଧର ମେଡିକାଲ କଲେଜ ଓ ହସ୍ପିଟାଲରେ ଅନ୍ତଃ ଚିକିତ୍ସା ସେବା (In-Patient Service) ଓ ଟ୍ରମା କେୟାର ବ୍ୟବସ୍ଥାର ଶୁଭାରମ୍ଭ କରିଛନ୍ତି। ଏହାଦ୍ୱାରା ଦୁର୍ଘଟଣାଗ୍ରସ୍ତ ବ୍ୟକ୍ତି ମାନଙ୍କର ଉତ୍ତମ ଚିକିତ୍ସା ହୋଇ ପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ  ଆମ ଦେଶରେ ଦୁର୍ଘଟଣା ଓ ଦୁର୍ଘଟଣା ଜନିତ ମୃତ୍ୟୁହାର ଖୁବ ଅଧିକ। କେନ୍ଦୁଝର ଭଳି ଜିଲ୍ଲାରେ ଖଣି କାରବାର ଯୋଗୁଁ ଅଧିକ ଯାନବାହନ ଚଳାଚଳ ହେଉଛି। ଏହା ସହିତ ଆଗାମୀ ଦିନରେ ଅଧିକ ଶିଳ୍ପ ପ୍ରତିଷ୍ଠା ଓ ଭିତ୍ତିଭୂମିର ବିକାଶ ମଧ୍ୟ କରାଯିବ। ତେଣୁ, ଯାନବାହନ ଚଳାଚଳା ଆହୁରି ବୃଦ୍ଧି ପାଇବ। ଏ କ୍ଷେତ୍ରରେ ଉତ୍ତମ ଟ୍ରମା କେୟାର ବ୍ୟବସ୍ଥା ଲୋକଙ୍କୁ ଆଶୁ ମୃତ୍ୟୁମୁଖରୁ ବଞ୍ଚାଇବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ସରକାର ଗଠନ କରିବାର ଅଳ୍ପଦିନ ମଧ୍ୟରେ ସବୁ ଖଣିଜ ଜିଲ୍ଲା ଗୁଡିକର ମେଡିକାଲ କଲେଜ ଗୁଡିକରେ ଟ୍ରମା କେୟାର ସ୍ଥାପନ କରିବା ପାଇଁ ନିଷ୍ପତ୍ତି ନିଆଯାଇଥିଲା । କେନ୍ଦୁଝରରେ ଏହା ସ୍ଥାପନ ହୋଇଛି, ଖୁବଶୀଘ୍ର ଅନ୍ୟସ୍ଥାନରେ ମଧ୍ୟ ଟ୍ରମା କେୟାର ସ୍ଥାପନ କରାଯିବ।  ରାଜ୍ୟର ସ୍ୱାସ୍ଥ୍ୟକ୍ଷେତ୍ରରେ ଉନ୍ନତି ପାଇଁ ଅନେକ ପଦକ୍ଷେପ ନିଆଯାଉଛି। ହସ୍ପିଟାଲ ଗୁଡିକର ଭିତ୍ତିଭୂମି ସୁଦୃଢ କରାଯାଉଛି। ଡାକ୍ତର ଓ ସ୍ୱାସ୍ଥ୍ୟକର୍ମୀ ନିଯୁକ୍ତ କରାଯାଉଛି। ନୂଆ ସରକାର ଆସିବା ପରେ ୪ ହଜାର ଡାକ୍ତର ଓ ସ୍ୱାସ୍ଥ୍ୟକର୍ମଚାରୀ ପଦବୀ ପୂରଣ କରାଯାଇଛି। ଆଗାମୀ ଦିନରେ ୫ହଜାର  ଡାକ୍ତର ପଦବୀ ପୂରଣ କରାଯିବ। ଏହା ସହିତ ନୂଆ ନୂଆ ଆମ୍ବୁଲାନ୍‌ସ ମଧ୍ୟ ଯୋଗାଇ ଦିଆଯାଉଛି। ତେଣୁ, ବିଭିନ୍ନ କ୍ଷେତ୍ରରେ ଓଡିଶା ଯେଉଁ ବିକାଶ କରିବାର ଲକ୍ଷ୍ୟ ନେଇ ଆଗକୁ ବଢୁଛି, ସ୍ୱାସ୍ଥ୍ୟ କ୍ଷେତ୍ରରେ ମଧ୍ୟ ଓଡିଶା ଏକ ଅଗ୍ରଣୀ ରାଜ୍ୟ ଭାବେ ପ୍ରତିଷ୍ଠିତ ହେବ। ଦୁର୍ଘଟଣା ଜନିତ ମୃତ୍ୟୁହାର ହ୍ରାସ କରିବା କ୍ଷେତ୍ରରେ ମଧ୍ୟ ଓଡିଶା ଏକ ଅଗ୍ରଣୀ ରାଜ୍ୟ ଭାବେ ପ୍ରତିଷ୍ଠା ପାଇବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। 

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ରାଜ୍ୟରେ ଖୁବଶୀଘ୍ର ଆଉ ୪ଟି ନୂଆ ମେଡିକାଲ କଲେଜ ସ୍ଥାପନ କରାଯିବ। ସେଗୁଡିକ ହେଲା ଭଦ୍ରକ, ଜଗତସିଂହପୁର, ଢେଙ୍କାନାଳ ଓ ନବରଙ୍ଗପୁର। ଧିରେ ଧିରେ ରାଜ୍ୟର ସବୁ ଜିଲ୍ଲାରେ ମେଡିକାଲ କଲେଜ ପ୍ରତିଷ୍ଠିତ ହେବ। ନରେନ୍ଦ୍ର ମୋଦୀଜୀଙ୍କ ନେତୃତ୍ୱରେ ଦେଶରେ ସ୍ୱାସ୍ଥ୍ୟ ସେବାର ଉନ୍ନତି ପାଇଁ କେନ୍ଦ୍ର ସରକାର ସବୁ ଜିଲ୍ଲାରେ ମେଡିକାଲ କଲେଜ ଖୋଲିବା ପାଇଁ ନିଷ୍ପତ୍ତି ନେଇଛନ୍ତି। କେନ୍ଦ୍ର ସରକାର ଏଥିପାଇଁ ୬୦ ପ୍ରତିଶତ ଅର୍ଥ ଦେଉଥିବା ବେଳେ ରାଜ୍ୟ ସରକାର ୪୦ ପ୍ରତିଶତ ଅର୍ଥ ଦେବେ। ଏହାର ସୁଯୋଗ ନେଇ ଅନେକ ରାଜ୍ୟ ବହୁତ ମେଡିକାଲ କଲେଜ ପ୍ରତିଷ୍ଠା କରିଛନ୍ତି। ତେଲେଙ୍ଗାନାରେ ବର୍ତ୍ତମାନ ୩୪ଟି ମେଡିକାଲ କଲେଜ ସ୍ଥାପନ ହୋଇଛି।  କିନ୍ତୁ ଓଡିଶାରେ ଖୁବ୍ କମ୍ ମେଡିକାଲ କଲେଜ ପ୍ରତିଷ୍ଠା ହୋଇଛି। ପୂର୍ବ ସରକାର ରାଜନୈତିକ କାରଣ ଯୋଗୁ ଏ ଦିଗରେ ବିଶେଷ ଧ୍ୟାନ ଦେଇନଥିଲେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। 

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ସ୍ୱାସ୍ଥ୍ୟ କ୍ଷେତ୍ରର ବିକାଶ ପାଇଁ ରାଜ୍ୟରେ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ସହିତ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା କାର୍ଯ୍ୟକାରୀ କରାଯାଇଛି। ଏହାଦ୍ୱାରା ଆମର ସାଧାରଣ ଲୋକମାନେ ଦେଶର ୨୯ ହଜାର ସରକାରୀ ଓ ବେସରକାରୀ ହସ୍ପିଟାଲରେ ଚିକିତ୍ସା ସୁବିଧା ପାଇପାରିବେ। ୭୦ ବର୍ଷରୁ ଅଧିକ ସମସ୍ତ ବୟୋଜ୍ୟେଷ୍ଠଙ୍କୁ ଆୟୁଷ୍ମାନ ବୟୋବନ୍ଦନା ଯୋଜନାରେ ଅନ୍ତର୍ଭୁକ୍ତ କରାଯାଇଛି। 

ପରିଶେଷରେ ଡାକ୍ତର ମାନଙ୍କୁ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ସ୍ୱାସ୍ଥ୍ୟସେବାର ଉନ୍ନତି ପାଇଁ ଆପଣ ମାନେ ସ୍ୱାସ୍ଥ୍ୟସେବାକୁ ଜୀବନର ଏକ ମିଶନ ଭାବେ ଗ୍ରହଣ କରନ୍ତୁ। ବୃତ୍ତିଗତ ଦକ୍ଷତା ସହିତ ସେବା ମନୋଭାବ ଅତ୍ୟନ୍ତ ଜରୁରୀ। ଏହାଦ୍ୱାରା ସ୍ୱାସ୍ଥ୍ୟକ୍ଷେତ୍ରରେ ମଧ୍ୟ ଓଡିଶା ବିଭିନ୍ନ ସୂଚକାଙ୍କରେ ଉନ୍ନତି ହାସଲ କରିପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଏହି କାର୍ଯ୍ୟକ୍ରମରେ ଉଚ୍ଚଶିକ୍ଷା, ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ଆନନ୍ଦପୁର ବିଧାୟକ ଅଭିମନ୍ୟୁ ସେଠୀ, ଘସିପୁରା ବିଧାୟକ ବଦ୍ରିନାରାୟଣ ପାତ୍ର, ତେଲକୋଇ ବିଧାୟକ ଡଃ ଫକୀର ମୋହନ ନାୟକ, ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାୟକ, ଚମ୍ପୁଆ ବିଧାୟକ ସନାତନ ମହାକୁଡ ପ୍ରମୁଖ ଉପସ୍ଥିତ ଥିଲେ। ଏହି କାର୍ଯ୍ୟକ୍ରମରେ ମେଡିକାଲ କଲେଜର ଅଧ୍ୟକ୍ଷା ଡଃ ଚିନ୍ମୟୀ ମହାପାତ୍ର ସ୍ୱାଗତ ଭାଷଣ ଦେଇଥିବା ବେଳେ ମେଡିକାଲ ସୁପରିଣ୍ଟେଣ୍ହେଣ୍ଟ ମହେନ୍ଦ୍ର କୁମାର ନାୟକ ଧନ୍ୟବାଦ ଅର୍ପଣ କରିଥିଲେ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.