ପ୍ରମୂଖ ଖବର
  • ନବୀନ ନିବାସରେ ରାଜ୍ୟପାଳ, ବିରୋଧୀ ଦଳ ନେତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ
  • ||
  • କେନ୍ଦୁଝର :ବିଦ୍ୟୁତ୍ ଜନିତ ଅଘଟଣ; ଝିଆରୀ ବଞ୍ଚିଗଲା, ବଞ୍ଚାଇବାକୁ ଯାଇ ବଡ଼ବାପା ଚାଲିଗଲେ
  • ||
  • ସୁନ୍ଦରଗଡ଼ : ଗଛରେ ପିଟିହୋଇ ଓଲଟିଲା ପିକଅପ୍ ଗାଡ଼ି; ଜଣେ ମୃତ, ୩୦ରୁ ଉର୍ଦ୍ଧ୍ୱ ଗୁରୁତର
  • ||
  • ଭୁବନେଶ୍ଵର ; ଭିଜିଲାନ୍ସ ଜାଲରେ ପୁଲିସ ବାବୁ, ଲାଞ୍ଚ ନେବା ବେଳେ ଧରାପଡ଼ିଲେ ବିଜେପୁର ଥାନା ଏସଆଇ
  • ||
  • ସୁବର୍ଣ୍ଣପୁର : ଭାରସାମ୍ୟ ହରାଇ ଓଲଟିଲା କ୍ଷୀର ବୋଝେଇ ଟ୍ୟାଙ୍କର, ଲକ୍ଷାଧିକ ଟଙ୍କର କ୍ଷୀର ନଷ୍ଟ
  • ||
  • ଭଦ୍ରକ : ଧାମନଗରରେ ବନ୍ୟା, ୪ ପଞ୍ଚାୟତରେ ୨୫ ସ୍କୁଲ ଓ ଦୁଇ ପଞ୍ଚାୟତର ଅଙ୍ଗନବାଡ଼ି ୨ ଦିନ ଛୁଟି
  • ||
  • ଯାଜପୁର : କାଣୀ ନଦୀରେ ୩୦ ଫୁଟର ଘାଇ, ଏକାଧିକ ପଞ୍ଚାୟତରେ ପଶିଲା ପାଣି
  • ||
  • ସଡ଼କ ଦୁର୍ଘଟଣା; ଟ୍ରାକ୍ଟରକୁ ଧକ୍କା ଦେଲା ଟ୍ରକ୍, ୮ ମୃତ, ୪୦ ଆହତ
  • ||
  • ବାଲିଗୁଡ଼ାର ପୂର୍ବତନ ବିଧାୟକ କରେନ୍ଦ୍ର ମାଝୀ ପରଲୋକ, ମୁଖ୍ୟମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀ, ରାଜ୍ୟ ବିଜେପି ସଭାପତିଙ୍କ ଶୋକ
  • ||
  • ଆସୁଛି ଆଉ ଏକ ଲଘୁଚାପ;୨୯ ଯାଏ ପ୍ରବଳ ବର୍ଷା ଆଶଙ୍କା, ଦୁଇ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି
  • ||

ଦିବଙ୍ଗତ କରେନ୍ଦ୍ର ମାଝୀଙ୍କୁ ଶ୍ରଦ୍ଧାଞ୍ଜଳୀ

Published By : Ladu Kishor | August 25, 2025 11:28 PM

ଫୁଲବାଣୀ,୨୫/୮ ; ବାଲିଗୁଡାର ପୂର୍ବତନ ବିଧାୟକ ତଥା ବରିଷ୍ଠ ବିଜେପି ନେତା ସ୍ବର୍ଗତ କରେନ୍ଦ୍ର ମାଝୀଙ୍କୁ ଫୁଲବାଣୀ ଠାରେ ଶ୍ରଦ୍ଧାଞ୍ଜଳୀ ଅର୍ପଣ କରାଯାଇଛି। ଅପରାହ୍ନରେ କରେନ୍ଦ୍ରଙ୍କ ମରଶରୀ ସ୍ଥାନୀୟ ଏଫସିଆଇ ଛକ ଠାରେ ପହଞ୍ଚିବା ପରେ ଦଳୀୟ ନେତା, କର୍ମକର୍ତ୍ତା ତଥା ବିଭିନ୍ନ ରାଜନୈତିକ ଦଳ ଏବଂ ସାମାଜିକ ସଂଗଠନର କର୍ମକର୍ତ୍ତା ଶେଷଦର୍ଶନ କରିବା ସହିତ ଶ୍ରଦ୍ଧାଞ୍ଜଳୀ ଅର୍ପଣ କରିଥିଲେ।

କନ୍ଧମାଳ ସାଂସଦ ସୁକାନ୍ତ ପାଣିଗ୍ରାହୀ, ଫୁଲବାଣୀ ବିଧାୟକ ଉମା ଚରଣ ମଲ୍ଲିକ, ବୌଦ୍ଧ ବିଧାୟକ ସରୋଜ କୁମାର୍ ପ୍ରଧାନ, ଜିଲ୍ଲା କଂଗ୍ରେସ ସଭାପତି ଚନ୍ଦ୍ର ଶେଖର ପରିଡା, ବିଜେପି ଜିଲ୍ଲା ସଭାପତି ପଣ୍ଡିତ ବିଶିମାଝୀଙ୍କ  ସମେତ ଜିଲ୍ଲାର ବହୁ ବିଜେପି ନେତା ଓ କର୍ମୀ ଉପସ୍ଥିତ ଥିଲେ। ପରେ ମରଶରୀରକୁ ଏଫସିଆଇ ଛକରୁ ଏକ ବିରାଟ ଶୋଭାଯାତ୍ରାରେ ସହର ପରିକ୍ରମା କରି ଫିରିଙ୍ଗିଆ ଦେଇ ବାଲିଗୁଡା ନିଆ ଯାଇଥିଲା ।  ସୂଚନାଯୋଗ୍ୟ, ପୂର୍ବତନ ବିଜେପି ବିଧାୟକ କରେନ୍ଦ୍ର ମାଝୀଙ୍କ ୫୩ ବର୍ଷ ବୟସରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ରବିବାର ଦେହାନ୍ତ ଘଟଥିଲା

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.