ମୋହନା ୦୨/୦୬ : ତପ୍ତପାଣି ଘାଟିରେ ଭାରସାମ୍ୟ ହରାଇ ଘାଟି ତଳକୁ ଖସିଲା ମାଲବାହୀ ଟ୍ରକ । ଦୁର୍ଘଟଣା ୨ ଜଣଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି । ଘଟଣାସ୍ଥଳରେ ଏବେ ଉଦ୍ଧାରକାର୍ଯ୍ୟ ଜାରି ରହିଛି ।
ସୂଚନା ମୁତାବିକ, ଗଜପତିରୁ ବ୍ରହ୍ମପୁର ଯାଉଥିଲା ମାଲବାହୀ ଟ୍ରକ। ହେଲେ ଗଞ୍ଜାମ ଜିଲ୍ଲା ତପ୍ତପାଣି ଘାଟି ଯକରାପଲି ଗାଁ ନିକଟରେ ଟ୍ରକ ଉପରୁ ନିୟନ୍ତ୍ରଣ ହରାଇଥିଲେ ଡ୍ରାଇଭର।। ଫଳରେ ଟ୍ରକଟି ଭାରସାମ୍ୟ ହରାଇ ଘାଟି ତଳକୁ ଖସିପଡିଥିଲା । ଯାହାଫଳରେ ଟ୍ରକରେ ଥିବା ଦୁଇ ଜଣଙ୍କର ମୃତ୍ୟୁ ହୋଇଛି । ଏବେ ସୁଦ୍ଧା ମୃତକଙ୍କ ପରିଚୟ ମିଳିନାହିଁ । ସେପଟେ ଦୁର୍ଘଟଣା ସଂପର୍କରେ ସୂଚନା ପାଇ ଉଦ୍ଧାରକାର୍ଯ୍ୟ ଆରମ୍ଭ ହୋଇଛି । ମୃତାହତଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି ।