ପ୍ରମୂଖ ଖବର
  • ରାୟଗଡ଼ା : ଲାଞ୍ଚ ନେବା ବେଳ ଭିଜିଲାନ୍ସ ହାତରେ ଧରାପଡିଲେ ସିଡିପିଓ, କିରାଣୀ
  • ||
  • ବାଲେଶ୍ୱର : ସାପ କାମୁଡ଼ାରେ ଅଷ୍ଟମ ଶ୍ରେଣୀ ଛାତ୍ରୀ ମୃତ
  • ||
  • ଖୋର୍ଦ୍ଧା : ବାଇକ୍‌ ପଛରେ ପିଟିହେଲା ମାଲବାହୀ ଟ୍ରକ୍‌; ମହିଳା ମୃତ, ଜଣେ ଆହତ
  • ||
  • ରଥ ଖଳା ହାଲ୍‌ଚାଲ୍... ରଥତ୍ରୟରେ ଲାଗିଲା ୧୨ ଦୁଆରଘଡ଼ା, କଳସ ଉଠି ଓଲଟ ଶୁଆ ସ୍ଥାପନ
  • ||
  • ୩ ବିଧାୟକଙ୍କୁ ବହିଷ୍କାର କଲା ସମାଜବାଦୀ ପାର୍ଟି, ଦଳ ବିରୋଧୀ କାର୍ଯ୍ୟ ପାଇଁ ଆକ୍ସନ
  • ||
  • ସୁନ୍ଦରଗଡ଼ : ବାଇକ୍‌କୁ ପଛରୁ ପିଟିଲା ଟ୍ରକ୍‌; ୨ ମୃତ, ଜଣେ ଗୁରୁତର
  • ||
  • ଅନବସର ତ୍ରୟୋଦଶୀ ତିଥି, ମହାପ୍ରଭୁଙ୍କୁ ଘଣା ଓ ଖଳି ପ୍ରସାଦ ଲାଗି ହେବ
  • ||
  • ସିରିଆର ଏକ ଚର୍ଚ୍ଚରେ ଆତ୍ମଘାତୀ ବିସ୍ଫୋରଣ, ୨୦ ମୃତ
  • ||
  • ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଯୁବ ଶକ୍ତି ସମାବେଶରେ ଦେବେ ଯୋଗ
  • ||
  • ୨୫ରେ ଆଉ ଏକ ଘୂର୍ଣ୍ଣିବଳୟ, ୨୭ଯାଏ ବର୍ଷା ସମ୍ଭାବନା: ଆଜି ୨୪ ଜିଲ୍ଲାକୁ ୟେଲୋ ଆଲର୍ଟ
  • ||

ଟ୍ରକ ଧକ୍କାରେ ପୂର୍ବତନ ଏଡିଏମଓଙ୍କ ଚାଲିଗଲା ଜୀବନ: ଗାଡ଼ି ଜବତ, ଡ୍ରାଇଭର ଫେରାର

Published By : Prameya | May 19, 2025 1:32 PM

ସମ୍ବଲପୁର, ୧୯/୫: ସମ୍ବଲପୁର ଅଇଁଠାପାଲି ଛକ ସାଜିଛି ମରଣଯନ୍ତା। ପୂର୍ବତନ ଜିଲ୍ଲା ଅତିରିକ୍ତ ମୁଖ୍ୟ ଚିକିତ୍ସାଧିକାରୀଙ୍କ ଉପରେ ମାଡ଼ିଗଲା ଟ୍ରକ। ଦୁର୍ଘଟଣାସ୍ଥଳରେ ପୂର୍ବତନ ଏଡିଏମ୍‌ଓ ଭରତ ଚନ୍ଦ୍ର ଦାସଙ୍କ ମୃତ୍ୟୁ ଘଟିଛ। ସେପଟେ ଟ୍ରକ୍‌ ଛାଡ଼ି ଘଟଣାସ୍ଥଳରୁ ଡ୍ରାଇଭର ଫେରାର ମାରିଛି।‌ ପୋଲିସ ଟ୍ରକ ଜବତ କରିଥିବା ବେଳେ ଚାଳକକୁ ଧରିବା ପାଇଁ ଉଦ୍ୟମ ଚଳାଇଛି।

ସୂଚନା ଅନୁଯାଇ, ଆଜି ପୂର୍ବାହ୍ନ ପ୍ରାୟ ୧୧ଟା ବେଳେ ପୂର୍ବତନ ଏଡିଏମ୍‌ଓ  ଭରତ ଚନ୍ଦ୍ର ଦାସ ନିଜ ସ୍କୁଟିରେ ଯାଉଥିଲେ । ଅଇଁଠାପାଲି ଛକ ନିକଟ ମଦନାବତୀ ସ୍କୁଲ ନିକଟରେ ଏକ ଟ୍ରକ ତାଙ୍କୁ ଧକ୍କା ଦେଇ ମୁଣ୍ଡ ଉପରେ ଚଢ଼ି ଚାଲିଯାଇଥିଲା। ଫଳରେ ଘଟଣାସ୍ଥଳରେ ତାଙ୍କର ଜୀବନ ଚାଲିଯାଇଥିଲା। ଦୁର୍ଘଟଣା ପରେ ଅଇଁଟାପାଲି ପୋଲିସକୁ ସ୍ଥାନୀୟଲୋକ ସୂଚନା ଦେଇଥିଲେ। ଘଟଣାସ୍ଥଳରେ ପୋଲିସ ପହଞ୍ଚି  ମୃତଦେହ ଜବତ କରି ଜିଲ୍ଲା ମୁଖ୍ୟ ହସ୍ପିଟାଲକୁ ବ୍ୟବଚ୍ଛେଦ ପାଇଁ ପଠାଇଛି। ଏଥି ସହିତ ଦୁର୍ଘଟଣା ଘଟାଇଥିବା ଟ୍ରକ୍‌କୁ ଜବତ କରିଛି। ଡ୍ରାଇଭର ଘଟଣାସ୍ଥଳରୁ ଫେରାର ହୋଇଯାଇଥିବା ଧରିବାକୁ ଉଦ୍ୟମ ଚଳାଇଛି ପୋଲିସ।

ଡକ୍ଟର ଦାସ ଚଳିତ ବର୍ଷ ଫେବ୍ରୁଆରୀରେ ଜିଲ୍ଲା ଅତିରିକ୍ତ ମୁଖ୍ୟ ଚିକିତ୍ସାଧିକାରୀ ଭାବେ ଅବସର ଗ୍ରହଣ କରିଥିଲେ। ଅଇଁଠାପାଲି ଥାନା ଅଧୀନ ପ୍ରଗତି ବିହାର ଅଞ୍ଚଳରେ ରହୁଥିଲେ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.