ପ୍ରମୂଖ ଖବର
  • ୨୧ରେ ଛତିଶା ନିଯୋଗ ବୈଠକ, ରାଜେନ୍ଦ୍ରାଭିଷେକଠାରୁ ନୀଳାଦ୍ରିବିଜେ ନୀତିକାନ୍ତିରେ ଲାଗିବ ମୋହର
  • ||
  • ଟିମ ଇଣ୍ଡିଆର ଇଂଲଣ୍ଡ ଗସ୍ତ: ଆସନ୍ତା୨୩ରେ ହୋଇପାରେ ଦଳ ଘୋଷଣା
  • ||
  • ଧର୍ମଶାଳା ABDOଙ୍କ ଘରେ ଭିଜିଲାନ୍ସ ରେଡ୍‌, ଏକକାଳୀନ ୭ ସ୍ଥାନରେ ଚଢାଉ
  • ||
  • ଲକ୍ଷ୍ନୌ: ଚଳନ୍ତା ସ୍ଲିପର୍‌ ବସ୍ ଭୟଙ୍କର ଅଗ୍ନିକାଣ୍ଡ, ୫ ଯାତ୍ରୀଙ୍କ ଚାଲିଗଲା ଜୀବନ,ଏକାଧିକ ଗୁରୁତର, ଦିଲ୍ଳୀରୁ ବିହାରକୁ ୬୦ ଯାତ୍ରୀଙ୍କୁ ନେଇ ଯାଉଥିଲା
  • ||
  • ଘଟଗାଁରେ ବନ ବିଭାଗର ଚଢ଼ାଉ ଜାରି, ଉତ୍ତେଜନାକୁ ଦୃଷ୍ଟିରେ ରଖି ଗାଁରେ ପୋଲିସ ଫୋର୍ସ ମୁତୟନ
  • ||
  • ପ୍ରକାଶ ପାଇଲା ପ୍ରାଥମିକ, ମାଧ୍ୟମିକ ଶିକ୍ଷକ ବଦଳି କ୍ୟାଲେଣ୍ଡର: ଆଜିଠୁ ଆବେଦନ, ଜୁନ୍‌ରେ ବଦଳି ନିର୍ଦ୍ଦେଶ
  • ||
  • ଜଳେଶ୍ୱର : ଚଢାଉ ବେଳେ ପୋଲିସ ଗାଡ଼ିକୁ ପିଟିଲା ବାଲି ବୋଝେଇ ଟ୍ରାକ୍ଟର, ଅଳ୍ପକେ ବର୍ତ୍ତିଲେ ୩ ପୋଲିସ କର୍ମଚାରୀ
  • ||
  • କାଶ୍ମୀର ପୁଲୱାମାରେ ଏନ୍‌କାଉଣ୍ଟର, ସୁରକ୍ଷାକର୍ମୀଙ୍କ ସହ ଗୁଳି ବିନିମୟରେ ଜଣେ ଆତଙ୍କବାଦୀ ନିପାତ
  • ||
  • ଭାରତ-ମିଆଁମାର ସୀମାରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା,୧୦ ଉଗ୍ରବାଦୀ ନିପାତ
  • ||
  • ଓୟୋରେ ଯୁବତୀଙ୍କ ସନ୍ଦେହଜନକ ମୃତ୍ୟୁ: ରାସ୍ତାରୁ ରକ୍ତାକ୍ତ ମୃତଦେହ ଉଦ୍ଧାର, ପୁରୁଷ ବନ୍ଧୁଙ୍କୁ ଅଟକ ରଖିଛି ପୁଲିସ
  • ||
  • ଆଜିଠୁ ବଢ଼ିବ କାଳବୈଶାଖୀ, ୭ ଜିଲ୍ଲାକୁ ଘଡ଼ଘଡ଼ି ସହ ବର୍ଷା ଆଲର୍ଟ: ୨୧ରୁ କମିପାରେ ତାତି
  • ||

ଥଣ୍ଡା ବୋଝେଇ ଟ୍ରକ୍ ଦୁର୍ଘଟଣାଗ୍ରସ୍ତ, ଚାଳକ ମୃତ

Published By : Prameya | May 15, 2025 4:17 PM

ପାଳଲହଡ଼ା,୧୫/୫ :  ପାଳଲହଡ଼ା ବ୍ଲକ ଖମାର ଥାନା ଅର୍ନ୍ତଗତ ୧୪୯ନଂ ଜାତୀୟ ରାଜପଥ ବନର ନିକଟରେ ରାସ୍ତା କଡ଼ରେ ଠିଆ ହୋଇଥିବା ଏକ ଟ୍ରକକୁ ଥଣ୍ଡା ବୋଝେଇ ଟ୍ରକ ଧକ୍କା ଦେଇଛି । ଫଳରେ ଥଣ୍ଡା ବୋଝେଇ ଟ୍ରକ ଚାଳକଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି । ମୃତକ ବଇଣ୍ଡା ଥାନା ତଳମଳିଆ ଅଞ୍ଚଳର ସୁମନ୍ତ ସାହୁ ବୋଲି ଜଣା ପଡ଼ିଛି।   

ସୂଚନା ଅନୁସାରେ ରାତି ପ୍ରାୟ ୨ଟା ସମୟରେ ଏକ ଥଣ୍ଡା ବୋଝେଇ ଟ୍ରକ୍ କଟକରୁ ରାଉରକେଲା ଅଭିମୁଖେ ଯାଉଥିଲା । ଏହି ସମୟରେ ଭାରସାମ୍ୟ ହରାଇ ବିପରୀତ ଦିଗରେ ଖମାର ପଟକୁ ମୁହଁ କରି ଖରାପ ହୋଇ ଛିଡ଼ା ହୋଇଥିବା ଏକ ଟ୍ରକକୁ ମୁହାଁମୁହିଁ ଧକ୍କା ଦେଇଥିଲା । ଫଳରେ ଥଣ୍ଡା ବୋଝେଇ ଗାଡ଼ି ଚାଳକ ଗାଡ଼ିରେ ଚାପି ହୋଇଯାଇଥିଲେ । ସ୍ଥାନୀୟ ଗ୍ରାମବାସୀ ସୂଚନା ଦେବାରୁ ଘଟଣାସ୍ଥଳରେ ଖାମାର ପୋଲିସ ଓ ପାଳଲହଡ଼ା ଅଗ୍ନିଶମ ବାହିନୀ ପହଞ୍ଚି ଗୁରୁତର ଆହତ ହୋଇଥିବା ଟ୍ରକ ଡ୍ରାଇଭରକୁ ଉଦ୍ଧାର କରିଥିଲେ । 

ଘଟଣାସ୍ଥଳରେ ଗୁରୁତର ଚାଳକଙ୍କ ମୃତ୍ୟୁ ଘଟିଥିଲା। ଖମାର ପୋଲିସ ଉଭୟ ଗାଡ଼ିକୁ ଜବତ କରି ତଦନ୍ତ ଚଳାଇଛି । ଖମାର ପୋଲିସ ପକ୍ଷରୁ ପାଳଲହଡ଼ା ଉପଖଣ୍ଡ ଚିକିତ୍ସାଳୟରେ ସୁମନ୍ତଙ୍କ ମୃତଦେହ ବ୍ୟବଚ୍ଛେଦ କରାଯାଇ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଥିବା ଜଣାପଡ଼ିଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.