ପ୍ରମୂଖ ଖବର
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା: ଆଉ ୨ ଗିରଫ
  • ||
  • ମାଲକାନଗିରି : ନଈ ପାରି ହେବା ସମୟରେ ପାଣିରେ ଭାସି ଯାଇ ଦୁଇ ଯୁବକ ମୃତ
  • ||
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ମାମଲାରେ ଆକ୍ସନ୍‌, ୫ ଜଣଙ୍କୁ ନିଲମ୍ବନ କଲା ରାଜ୍ୟ ବିଜେପି
  • ||
  • ଜୁଲାଇ ୧୪​‌ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଏମ୍‌ସ ସମାବର୍ତ୍ତନ ଉତ୍ସବରେ ଦେବେ ଯୋଗ
  • ||
  • କେମିକାଲ ଫ୍ୟାକ୍ଟ୍ରିରେ ବିସ୍ଫୋରଣ ଘଟଣା: ମୃତ୍ୟୁ ସଂଖ୍ୟା ୩୮କୁ ବୃଦ୍ଧି, ଆହୁରି ବଢ଼ିପାରେ
  • ||
  • ତେଲେଙ୍ଗାନା ରାସାୟନିକ ଫ୍ୟାକ୍ଟ୍ରିରେ ବିସ୍ଫୋରଣ; ୩୫କୁ ବଢିଲା ମୃତ୍ୟୁସଂଖ୍ୟା
  • ||
  • ବୁଧବାରଠୁ ଇଂଲଣ୍ଡ- ଭାରତ ଦ୍ୱିତୀୟ ଟେଷ୍ଟ: ଆର୍ଚରଙ୍କୁ ମିଳିଲାନି ସ୍ଥାନ, ଅପରିବର୍ତ୍ତିତ ବେନ୍‌ ସେନା
  • ||
  • ପୁରୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଅପରାହ୍ନରେ ସେବାୟତଙ୍କ ସହ ଆଲୋଚନା
  • ||
  • ମଙ୍ଗଳବାର ହେରାପଞ୍ଚମୀ: ନନ୍ଦିଘୋଷ ଭାଙ୍ଗିବେ ମାଆ ଲକ୍ଷ୍ମୀ ସାଆନ୍ତାଣୀ, ରାତି ସାଢ଼େ ୯ଟାରେ ଶରଧାବାଲିକୁ ବିଜେ କରିବେ
  • ||
  • ଆସନ୍ତା ୫ ଦିନ ଯାଏ ବର୍ଷା ସମ୍ଭାବନା, ଉତ୍ତର-ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷିବ: ୧୨ ଜିଲ୍ଲାରେ ଅଧିକ, ୧୫ରେ ସ୍ୱାଭାବିକ
  • ||
  • ପାରାଦୀପ: ତେଲ ଟ୍ୟାଙ୍କର -କାର୍ ମୁହାଁମୁହିଁ ଧକ୍କା, ଘଟଣାସ୍ଥଳରେ କାର୍ ଡ୍ରାଇଭରଙ୍କ ମୃତ୍ୟୁ
  • ||
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା , ସମୂହ ଛୁଟି ନିଷ୍ପତ୍ତିରୁ ଓହରିଲା ଓଏଏସ ସଂଘ
  • ||

ଟ୍ରାକ୍ଟର ସହ ଧକ୍କା ହେଲା ପିଆଜ ବୋଝେଇ ଟ୍ରକ୍: ଜଣେ ମୃତ, ୨ ଗୁରୁତର

Published By : Harapriya Sethi | December 12, 2024 9:08 AM

କରଞ୍ଜିଆ, ୧୨/୧୨: ୪୯ ନମ୍ୱର ଜାତୀୟ ରାଜପଥରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଡୁମୁରୁଡ଼ିହା ଛକ ନିକଟରେ ଟ୍ରାକ୍ଟର ସହ ପିଆଜ ବୋଝେଇ ଟ୍ରକ୍ ଧକ୍କା । ଜଳିଗଲା ପିଆଜ ବୋଝେଇ ଟ୍ରକ୍ ସହ ଗୋଟିଏ ବାଇକ୍ । ଏହି ଦୁର୍ଘଟଣାରେ ଟ୍ରାକ୍ଟରର ଜଣେ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ବେଳେ ଟ୍ରକ୍ ଡ୍ରାଇଭର ଏବଂ ହେଲପର ଗୁରୁତର ହୋଇଛନ୍ତି । ମୃତ ଶ୍ରମିକ ଜଣକ ନୂଆଗାଁର ପପୁ ମହାନ୍ତ ବୋଲି ଜଣା ପଡ଼ିଛି । ମୟୂରଭଞ୍ଜ ଜିଲ୍ଲାରେ ଏଭଳି ଘଟଣା ଘଟିଛି । 

ସୂଚନା ମୁତାବକ, ଡୁମୁରୁଡ଼ିହା ଛକ ନିକଟରେ ବିଳମ୍ୱିତ ରାତିରେ ଏକ ଟ୍ରାକ୍ଟରକୁ ପିଆଜ ବୋଝେଇ ଟ୍ରକ୍ ଧକ୍କା ଦେଇଥିଲା । ଫଳରେ ପିଆଜ ଟ୍ରକ୍‌ ସହ ଏକ ବାଇକ୍ ଜଳି ଯାଇଥିଲା । ଏହି ଦୁର୍ଘଟଣାରେ ଟ୍ରାକ୍ଟରର ଜଣେ ଶ୍ରମିକ ମୃତ୍ୟୁ ବରଣ କରିଥିବା ବେଳେ ଟ୍ରକ୍ ଡ୍ରାଇଭର ଏବଂ ହେଲପର ଗୁରୁତର ହୋଇଥିଲେ । ଏହା ଦେଖି ସ୍ଥାନୀୟଲୋକେ ତୁରନ୍ତ ପୋଲିସ ଏବଂ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ । ଖବର ପାଇ ଘଟଣାସ୍ଥଳରେ ଉଭୟ ପହଞ୍ଚିଥିଲେ । ସେଠାରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା ଅଗ୍ନିଶମ ବାହିନୀ । ବିଶୋଇ ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ଏହା ସହ ଗୁରୁତରଙ୍କୁ ଉଦ୍ଧାର କରି ରାଇରଙ୍ଗପୁର ଡାକ୍ତରଖାନାକୁ ଚିକିତ୍ସା ପାଇଁ ପଠାଇଛି । ଏଥି ସହିତ ବିଶୋଇ ପୋଲିସ ଘଟଣାର ତଦନ୍ତ ଚଳାଇଛି । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.