ପ୍ରମୂଖ ଖବର
  • ଭଦ୍ରକ : ବିଦ୍ୟୁତ ଆଘାତରେ ମାମୁଁ -ଭଣଜା ମୃତ
  • ||
  • ବାଲେଶ୍ବର ଏଫଏମ କଲେଜ ପୀଡିତା ଛାତ୍ରୀଙ୍କ ମୃତ୍ୟୁ ଘଟଣା, ୟୁଜିସିର ଫ୍ୟାକ୍ଟ ଫାଇଣ୍ଡିଂ କମିଟି ଗଠନ
  • ||
  • ଆସନ୍ତାକାଲି ବାଲେଶ୍ବର ଜିଲ୍ଲା ବନ୍ଦ ଡାକରା ଦେଲା ବିଜେଡି, ସକାଳ ୬ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ବନ୍ଦ
  • ||
  • ସ୍ପେଶ ଡ୍ରାଗନ୍‌ର ସଫଳ ଅବତରଣ, ମହାକାଶରୁ ଫେରିଲେ ଶୁଭାଂଶୁ ଶୁକ୍ଳା ସମେତ ୪ ମହାକାଶଚାରୀ
  • ||
  • ଆସନ୍ତାକାଲି କେନ୍ଦ୍ର କ୍ୟାବିନେଟ୍ ବୈଠକ, ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ଗୁରୁତ୍ବପୂର୍ଣ୍ଣ ବୈଠକ
  • ||
  • ୩ ମାସ ବଢ଼ିଲା ରାସନ କାର୍ଡ ଇ-କେୱାଇସି ଅବଧି, ସୂଚନା ଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର
  • ||
  • ନିରବୀ ଗଲା ସୌମ୍ୟାଶ୍ରୀଙ୍କ ସ୍ୱର, ଗାଁ ମଶାଣିରେ ପଞ୍ଚଭୂତରେ ଲୀନ ​ହୋଇଗଲା ପାର୍ଥିବ ଶରୀର
  • ||
  • ଏଫ୍‌ଏମ୍‌ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା, ଆସନ୍ତା ୧୭ରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ
  • ||
  • ସ୍ପେସ୍‌ ଷ୍ଟେସନରୁ ଫେରୁଛନ୍ତି ଶୁଭାଂଶ ଶୁକ୍ଳା, ଆଜି କାଲିଫର୍ଣ୍ଣିଆ ତଟରେ ଜଳାବତରଣ
  • ||
  • ବୌଦ୍ଧ: ଟ୍ରକକୁ ପଛରୁ ଧକ୍କା ଦେଲା ବୋଲବମ୍ ଯାତ୍ରୀଙ୍କୁ ନେଇ ଯାଉଥିବା ପିକଅପ ଭ୍ୟାନ,୫ ଗୁରୁତର
  • ||
  • ଏଫ୍‌ଏମ୍‌ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟକୁ ନେଇ ଶୋକବ୍ୟକ୍ତ କଲେ କେନ୍ଦ୍ରମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀ
  • ||
  • ସୃଷ୍ଟି ହେଲା ଅବପାତ: ଉତ୍ତର, ପଶ୍ଚିମରେ ଅତି ପ୍ରବଳ ବର୍ଷା ସମ୍ଭାବନା, ୫ ଜିଲ୍ଲାକୁ ସତର୍କ
  • ||

ଭାରସାମ୍ୟ ହରାଇ ଓଲଟିଲା ଟମାଟୋ ବୋଝେଇ ଟ୍ରକ୍‌, ଡ୍ରାଇଭର ଆହତ

Published By : Harapriya Sethi | November 20, 2024 7:42 AM

ପାଟଣା,୨୦/୧୧: ଏନଏଚ୍ ୪୯ ଚେମେଣା ନର୍ସରୀ ଛକରେ ଦୁର୍ଘଟଣା । କେନ୍ଦୁଝରରୁ କଲିକତା ଯାଉଥିବା ବେଳେ ଭାରସାମ୍ୟ ହରାଇ ଓଲଟି ପଡିଲା ବିଲାତି ବୋଝେଇ ଟ୍ରକ୍‌ । ଏହା ଦୁର୍ଘଟଣାରେ ଗାଡ଼ିର ଡ୍ରାଇଭର ଆହତ ହୋଇଛନ୍ତି । ଦୁର୍ଘଟଣା ପରେ ସ୍ଥାନୀୟଲୋକେ ଟମୋଟୋ ବୋହି ନେଇଥିବା ଦେଖିବାକୁ ମିଳିଛି । କେନ୍ଦୁଝର ଜିଲ୍ଲା  ପାଟଣା ଅଞ୍ଚଳର ଏନଏଚ୍ ୪୯ ଚେମେଣା ନର୍ସରୀ ଛକରେ ଏଭଳି ଘଟଣା ଘଟିଛି ।  

ସୂଚନା ମୁତାବକ, ଏକ ବିଲାତି ବୋଝେଇ ଟ୍ରକ୍ କେନ୍ଦୁଝର ପଟରୁ କଲିକତା ଆଡ଼କୁ ଯାଉଥିଲା । ଶୀତର ଲହରୀ ଆରମ୍ଭ ହୋଇଥିବା କାରଣରୁ ଅନେକ ସ୍ଥାନରେ କୁହୁଡ଼ି ହୋଇଥିବା ବେଳେ ଏନଏଚ୍ ୪୯ ଚେମେଣା ନର୍ସରୀ ଛକରେ ଭାରସାମ୍ୟ ହରାଇ ଟ୍ରକ୍‌ଟି ଓଲଟି ପଡ଼ିଥିଲା । ଏହା ଦେଖି ସ୍ଥାନୀୟଲୋକେ ତୁରନ୍ତ ପୋଲିସକୁ ଖବର ଦେଇଥିବା ବେଳେ ଟ୍ରକ୍‌ରୁ ବିଲାତି ବୋହି ନେଇଥିଲେ । ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ଆହତ ଡ୍ରାଇଭରଙ୍କୁ ଗାଡ଼ିରୁ ଉଦ୍ଧାର କରି ଚିକିତ୍ସା ପାଇଁ ନିକଟସ୍ଥ ଡାକ୍ତରଖାନାକୁ ପଠାଇଛି ପୋଲିସ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.