ପ୍ରମୂଖ ଖବର
  • ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ, ସୋସିଆଲ ମିଡିଆରେ ପାଟ ଅଗଣା ଓ ଭେଟ ମଣ୍ଡପର ଫଟୋ ଛାଡିଲେ ଯୁବକ
  • ||
  • 'ଏକ୍ସ'ର ସିଇଓ ପଦରୁ ଇସ୍ତଫା ଦେଲେ ଲିଣ୍ଡା ୟାକାରିନୋ,ସାମ୍ନାକୁ ଆସିଲା ମସ୍କଙ୍କ ପ୍ରତିକ୍ରିୟା
  • ||
  • ଡେଲାଙ୍ଗ ବ୍ଲକରେ ବ୍ୟାପିଛି ବାର୍ଡ ଫ୍ଲୁ, ଚିନ୍ତାରେ ଚାଷୀ
  • ||
  • ଏଆଇ-ଚାଳିତ ଉତ୍ପାଦନ ବିପ୍ଳବର ନେତୃତ୍ୱ ନେବ ଓଡ଼ିଶା, ଆସୋଚାମ-ପ୍ରାଇମସ ପାର୍ଟନର୍ସ ରିପୋର୍ଟ
  • ||
  • ରେଲୱେରେ ଏବର୍ଷ ମିଳିବ ୫୦ ହଜାର ଚାକିରି, ଏପର୍ଯ୍ୟନ୍ତ ୯ ହଜାର ନିଯୁକ୍ତିପତ୍ର ପଠାଇସାରିଲାଣି RRB
  • ||
  • ଅନୁଗୁଳ : NH ୧୪୯ ବଂରପାଳ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା, ଟ୍ରାଭେଲର୍‌ ଧକ୍କାରେ ୨ ବାଇକ୍‌ ଆରୋହୀ ମୃତ
  • ||
  • ଜିଦ୍‌ରେ ଅଟଳ ଡ୍ରାଇଭର୍ ମହାସଙ୍ଘ : ପରିବହନ ଅଚଳ, ତିରୋଟମୁହାଁ ତେଲ, ବାହାରୁ ଆସିପାରୁନି ଗ୍ରୋସରୀ ଓ ପନିପରିବା
  • ||

ଟ୍ରକ୍‌କୁ ପଛପଟୁ ପିଟିଲା ଟ୍ରକ୍‌, ୧୨ ଆହତ

Published By : Harapriya Sethi | January 26, 2025 10:50 AM

ଭୁବନେଶ୍ୱର,୨୬/୦୧: ଟ୍ରକ୍‌କୁ ପଛପଟୁ ଧକ୍କା ଦେଲା ଆଉ ଏକ ଟ୍ରକ୍‌ । ଏହି ଦୁର୍ଘଟଣାରେ ଭବାନୀପାଟଣା ଅଞ୍ଚଳର ୧୦ ଜଣରୁ ଉର୍ଦ୍ଧ୍ୱ ଆହତ ହୋଇଥିବା ବେଳେ ୨ ଜଣ ଗୁରୁତର ହୋଇଛନ୍ତି । ନୟାଗଡ଼ ଜିଲ୍ଲା ଇଟାମାଟି ନିକଟରେ ଏଭଳି ଘଟଣା ଘଟିଥିବାର ଖବର ସାମ୍ନାକୁ ଆସିଛି । 

ସୂଚନା ମୁତାବକ, ଖୋର୍ଦ୍ଧାରୁ ଡ୍ୟାନ୍ସ ପ୍ରୋଗ୍ରାମ୍ ସାରି ୧୪ ଜଣ ଯାତ୍ରୀ ଏକ ଟ୍ରକ୍‌ରେ ଫେରୁଥିଲେ । ଫେରିବା ବେଳେ ରାସ୍ତାରେ ଘନ କୁହୁଡ଼ି ଥିଲା । ଏହି ସମୟରେ ଡ୍ରାଇଭର୍‌ର ଆଖି ଲାଗି ଯାଇଥିଲା । ଫଳରେ ଟ୍ରକ୍‌ଟି ଆଉ ଏକ ଟ୍ରକ୍‌ ପଛରେ ପିଟି ହୋଇଥିଲା । ଏହି ଦୁର୍ଘଟଣା ଫଳରେ ଗାଡ଼ିରେ ଥିବା ୧୪ ଜଣ ଯାତ୍ରୀଙ୍କ ମଧ୍ୟରୁ ୧୦ ଜଣରୁ ଉର୍ଦ୍ଧ୍ୱ ଆହତ ହୋଇଥିବା ବେଳେ ୨ ଜଣ ଗୁରୁତର ହୋଇଥିଲେ । ଏହା ଦେଖି ସ୍ଥାନୀୟଲୋକେ ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ସମସ୍ତ ଯାତ୍ରୀଙ୍କୁ ଉଦ୍ଧାର କରିଛି । ଏହା ସହ ଗୁରୁତର ଯାତ୍ରୀଙ୍କୁ ଉଦ୍ଧାର କରି ଭୁବନେଶ୍ବର ସ୍ଥାନାନ୍ତର କରଛି ପୋଲିସ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.