ପ୍ରମୂଖ ଖବର
  • ରାଉରକେଲା : ପାରିବାରିକ କଳହର କରୁଣ ପରିଣତି , ୨ ଝିଅକୁ ବିଷ ଦେଇ ନିଜେ ବିଷ ପିଇଲା ମା’
  • ||
  • ରାଜ୍ୟରେ ଖୋଲିବ ୫ ନୂଆ ଏନସିସି ଛାତ୍ରୀ ବାଟାଲିୟନ
  • ||
  • ଆମେରିକାର ପୋଲ୍ ଖୋଲିଲା ଏହି ରିପୋର୍ଟ, ଇରାନର କେବଳ ଗୋଟିଏ ପରମାଣୁ ଠିକଣା ହୋଇଥିଲା ଧ୍ବଂସ
  • ||
  • ବିନିକା : ମହାନଦୀରୁ ମିଳିଲା ଏକ କୁଇଣ୍ଟାଲର ବୋଦା ମାଛ
  • ||
  • ପ୍ରତିବନ୍ଧକର ଧମକ ଦେଇଥିଲେ ନାଟୋ ମୁଖ୍ୟ, କଡ଼ା ଜବାବ ଦେଲା ଭାରତ
  • ||
  • ଏଫଏମ କଲେଜ ଘଟଣା ପରେ ଆକ୍ସନରେ ସରକାର; ଜିଏମ୍ ବିଶ୍ବବିଦ୍ୟାଳୟର ଆସିଷ୍ଟାଣ୍ଟ ପ୍ରଫେସର ଗିରଫ
  • ||
  • କଣ୍ଟାବଞ୍ଜି: ରାୟପୁର- ବିଶାଖପାଟଣା ପାସେଞ୍ଜର ଟ୍ରେନର ଏକ ବଗିର ଯାନ୍ତ୍ରିକ ତ୍ରୁଟି,ଦୀର୍ଘ ସମୟ ଧରି ଅଟକିଥିଲା ଟ୍ରେନ
  • ||
  • ନୂଆପଡ଼ା : ସାହାଜଟ ସେବାଶ୍ରମରେ ଅଘଟଣ, ଗଛରେ ଝୁଲି ପଡ଼ିଲେ ଅଷ୍ଟମ ଶ୍ରେଣୀ ଛାତ୍ର
  • ||
  • କେନ୍ଦ୍ରାପଡ଼ା : ଖରସ୍ରୋତାକୁ ଡେଇଁ ଯୁବତୀଙ୍କ ଆତ୍ମହତ୍ୟା ଉଦ୍ୟମ; ଉଦ୍ଧାର କାର୍ଯ୍ୟ ଜାରି
  • ||
  • ଓଡ଼ିଶା ବନ୍ଦ; ସାଲେପୁର କଂଗ୍ରେସରେ ଫାଟ, ସମର୍ଥକଙ୍କ ମଧ୍ୟରେ ଛକାପଞ୍ଝା
  • ||
  • କୋଣାର୍କ : ଓଡ଼ିଶା ବନ୍ଦ ଡାକରାର ପ୍ରଭାବ; ପର୍ଯ୍ୟଟକଶୂନ୍ୟ କୋଣାର୍କ ଓ ଚନ୍ଦ୍ରଭାଗା
  • ||
  • କଳାହାଣ୍ଡି : କେସିଙ୍ଗାରେ ଓଡିଶା ବନ୍ଦ ପ୍ରଭାବ, ସହରର ସମସ୍ତ ଦୋକାନ ବଜାର ସହ ବିଭିନ୍ନ କାର୍ଯ୍ୟାଳୟ ବନ୍ଦ
  • ||
  • ଆଲାସ୍କା ଦ୍ୱୀପରେ ୭.୩ ତୀବ୍ରତାର ଭୂମିକମ୍ପ ଅନୁଭୂତ, ସୁନାମି ଚେତାବନୀ ଜାରି
  • ||
  • ସପିଂ ମଲରେ ଭୟଙ୍କର ଅଗ୍ନିକାଣ୍ଡ; ଜିଅନ୍ତା ଜଳି ୫୦ ମୃତ, ଅନେକ ଆହତ
  • ||
  • ଖଲ୍ଲିକୋଟ : ୧୬ ନଂ ଜାତୀୟ ରାଜପଥ ନାରାୟଣୀ ଛକରେ ଓଲଟିଲା କାର୍, ଜଣେ ମୃତ ୮ ଗୁରୁତର
  • ||
  • ଓଡ଼ିଶା ବନ୍ଦ, ଚକଅଖ ଜାମ୍, ସକାଳ ୬ରୁ ୧୨ ଘଣ୍ଟିଆ ବନ୍ଦ ଡାକରା ଦେଇଛନ୍ତି କଂଗ୍ରେସ, ବାମପନ୍ଥୀ ଦଳ
  • ||
  • ଗୁରୁବାରଠୁ କମିବ ବର୍ଷାର ପରିମାଣ, ୨୩ ଜିଲ୍ଲାରେ ବଜ୍ରଘାତ ଆଶଙ୍କା; ୨୦ରୁ ଅନେକ ସ୍ଥାନରେ ବର୍ଷା ସମ୍ଭାବନା
  • ||

ସ୍କୁଲ ଗାଡ଼ି ସହ ଧକ୍କା ହେଲା ଟ୍ରକ୍: ଡ୍ରାଇଭର୍ ମୃତ, ଶିକ୍ଷୟିତ୍ରୀଙ୍କ ସମେତ ଛାତ୍ରଛାତ୍ରୀ ଗୁରୁତର

Published By : Rasmita Pradhan | June 30, 2025 8:46 AM

ବେଲବାହାଳୀ, ୩୦/୬ : ସ୍କୁଲ୍ ଗାଡ଼ି ସହ ଟ୍ରକ୍ ମୁହାଁମୁହିଁ ଧକ୍କା। ଡ୍ରାଇଭର୍ ମୃତ, ୧୦ ଛାତ୍ରଛାତ୍ରୀଙ୍କ ସମେତ ଶିକ୍ଷୟିତ୍ରୀ ଗୁରୁତର। କେନ୍ଦୁଝର ଜିଲ୍ଲା ରାମଚନ୍ଦ୍ରପୁର ଥାନା ନୂଆଗାଁ ପେଟ୍ରୋଲ ପମ୍ପ ନିକଟରେ ଏହି ଦୁର୍ଘଟଣା ଘଟିଛି। ଆହତ ଶିକ୍ଷୟିତ୍ରୀ ଏବଂ ଛାତ୍ରଛାତ୍ରୀଙ୍କୁ ସାଇଁକୁଳ ମେଡିକାଲରେ ଭର୍ତ୍ତି କରାଯାଇଛି। 

ସୂଚନାନୁଯାୟୀ, ସୋମବାର ସକାଳେ ରାମଚନ୍ଦ୍ରପୁର ଥାନା ଖଲଣାରେ ଥିବା ଜାଭିୟର ସ୍କୁଲର ଛାତ୍ରଛାତ୍ରୀଙ୍କୁ ନେଇ ଏକ ବୋଲେରୋ ଯାଉଥିବା ବେଳେ ୨୦ନଂ ଜାତୀୟ ରାଜପଥ ନୂଆଗାଁ ପେଟ୍ରୋଲ ପମ୍ପ ନିକଟରେ ଏକ ଟ୍ରକ୍ ସହ ଧକ୍କା ହୋଇଥିଲା। ବୋଲେରୋଟି ରାସ୍ତା କଡ଼କୁ ଓଲଟି ପଡ଼ିଥିଲା। ଫଳରେ ଘଟଣାସ୍ଥଳରେ ଡ୍ରାଇଭର୍‌ଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଶିକ୍ଷୟତ୍ରୀ ଓ ୨ ଜଣ ଛାତ୍ରଛାତ୍ରୀ ଗୁରୁତର ହୋଇଥିଲେ। ଅନ୍ୟ ୮ ଜଣ ଛାତ୍ରଛାତ୍ରୀ ଆହତ ହୋଇଥିଲେ। ସମସ୍ତ ଗୁରୁତର ଆହତଙ୍କୁ ଉଦ୍ଧାର କରି ସାଇଁକୁଳ ମେଡିକାଲରେ ଭର୍ତ୍ତି କରାଯାଇଛି। ଘଟଣା ସ୍ଥଳରୁ ଟ୍ରକ୍ ଡ୍ରାଇଭର ଫେରାର ଥିବା ବେଳେ ପୁଲିସ ପହଁଞ୍ଚି ତଦନ୍ତ ଆରମ୍ଭ କରିଛି।




Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.