PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ନୂଆଦିଲ୍ଲୀ : ଭଗବାନ ଚିତ୍ରଗୁପ୍ତଙ୍କ ଚରିତ୍ରକୁ ମଜାଳିଆ ଢଙ୍ଗରେ ଚିତ୍ରଣ କରିବାକୁ ନେଇ ଅଭିନେତା ଅଜୟ ଦେବଗନଙ୍କ ସମେତ କେତେକଙ୍କ ନାଁରେ ଏତଲା
  • ||
  • ଖୋର୍ଦ୍ଧା : ଆୟକର ଅଧିକାରୀ ସୁମନ ସୁନ୍ଦର ସାହୁଙ୍କ ବାସଭବନରେ ସିବିଆଇ ରେଡ୍, ଖୋର୍ଦ୍ଧାର ଶାନ୍ତି ଜୁଏଲର୍ସ ମାଲିକଙ୍କ ଠାରୁ ନେଉଥିଲେ ସୁନା ଓ ଟଙ୍କା
  • ||
  • ସମ୍ବଲପୁର : ବରଗଡ଼ ଜିଲ୍ଲା ଅମ୍ବାଭୋନା ବ୍ଲକର ଗୋବିନ୍ଦପୁରକୁ ପ୍ରଥମ ‘ପକ୍ଷୀଗ୍ରାମ’ ମାନ୍ୟତା, ଯୋଜନାରେ ସାମିଲ ହେବେ ୩ ଗାଁ
  • ||
  • ଭୁବନେଶ୍ବର : ବରମୁଣ୍ଡା ବସ ଷ୍ଟାଣ୍ଡରୁ ୫୦କେଜି ଗଞ୍ଜେଇ ଜବତ, ୪ ଗଞ୍ଜେଇ ଚୋରା ଚାଲାଣକାରୀ ଗିରଫ
  • ||
  • ଭୁବନେଶ୍ୱର : ହସ୍ପିଟାଲରୁ ଡିସଚାର୍ଜ ହେଲେ ଓଲିଉଡ ଷ୍ଟାର ବାବୁସାନ ମହାନ୍ତି, ଗତ କିଛି ଦିନ ହେବ ଅସୁସ୍ଥ ହୋଇ ଭୁବନେଶ୍ୱରର ଘରୋଇ ମେଡିକାଲରେ ହେଉଥିଲେ ଚିକିତ୍ସିତ
  • ||
  • କଟକ : କଟକ ପାରାଦୀପ ରାସ୍ତା ସୋମପୁର ବଜାର ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଗ୍ୟାରେଜ ଉପରେ ମାଡିଗଲା ଟ୍ରକ
  • ||
  • ଯାଜପୁର : କୁଆଖିଆ ଥାନା ଅନ୍ତର୍ଗତ ବସଷ୍ଟାଣ୍ଡ ନିକଟରେ ଯାଜପୁର ଅବକାରୀ ବିଭାଗ ଚଢ଼ାଉ, ୮୦ ଗ୍ରାମ ବ୍ରାଉନସୁଗାର ଜବତ
  • ||

ଟ୍ରକ୍ ଧକ୍କାରେ ଯୁବକ ମୃତ, ଗାଡି ଛାଡ଼ି ଡ୍ରାଇଭର୍ ଫେରାର୍

କଟକ, ୨୩/୦୯ : ଟ୍ରକ୍ ଧକ୍କାରେ ଯୁବକ ମୃତ। ନିଶ୍ଚନ୍ତକୋଇଲି ଥାନା ଅନ୍ତର୍ଗତ କଟକ ଚାନ୍ଦବାଲି ରାସ୍ତାର ସୁକରପଡା ବଜାରରେ ଏଭଳି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ମୃତ ଯୁବକ ଜଣଙ୍କ ହେଲେ ମାହାଙ୍ଗା ଥାନା ଗୋତରା ପଞ୍ଚାୟତ ଆପିଲୋ ଗ୍ରାମର ସୁବାସ ପଣ୍ଡାଙ୍କ ପୁଅ ମାନସ ପଣ୍ଡା (୪୨)।

ସୂଚନାନୁଯାୟୀ, ମାନସ କେନ୍ଦ୍ରାପଡ଼ାର ଏକ ୟାମା ସୋରୁମରେ କାମ କରନ୍ତି। କିଛି ସମୟ ପୂର୍ବେ ସେ ବାଇକରେ ଘରୁ ବାହାରି କେନ୍ଦ୍ରାପଡ଼ା ଯାଉଥିଲେ। ସୁକରପଡା ବଜାରରେ କଟକରୁ କେନ୍ଦ୍ରାପଡ଼ା ଯାଉଥିବା ଏକ ଦଶଚକିଆ ଟ୍ରକ ତାଙ୍କୁ ଚାପିଦେଇଥିଲା। ଫଳରେ ଘଟଣାସ୍ଥଳରେ ମାନସଙ୍କର ମୃତ୍ୟୁ ହୋଇଛି। ତେବେ ଟ୍ରକ୍ ଡ୍ରାଇଭର୍ ଘଟଣାସ୍ଥଳରୁ ଫେରାର୍ ହୋଇଯାଇଥିବା ବେଳେ ଟ୍ରକ୍ ଜବତ ହୋଇଛି। ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି। ପୋଲିସ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରୁଛି।