ପ୍ରମୂଖ ଖବର
  • ଭୁବନେଶ୍ୱର : ଏମ୍ସରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ; ଏମ୍ସର ନିର୍ଦ୍ଦେଶକଙ୍କ ସହ କରିଲେ ଆଲୋଚନା
  • ||
  • FM କଲେଜରେ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ ଘଟଣା; ପୀଡ଼ିତାଙ୍କ ପରିବାରକୁ ଭେଟିବେ ମୁଖ୍ୟମନ୍ତ୍ରୀ
  • ||
  • ରାଜ୍ୟସଭାକୁ ୪ ମନୋନୀତ, ମନୋନୀତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
  • ||
  • ବାଲେଶ୍ବର: ଟ୍ରକ୍‌ ଧକ୍କାରେ ଓଲଟି ପଡ଼ିଲା ବସ୍‌, ୨୦ରୁ ଉର୍ଦ୍ଧ୍ୱ ଗୁରୁତର
  • ||
  • ଏନ୍‌ସିଇଆର୍‌ଟି ବିଏଡ୍‌ ପ୍ରବେଶିକା ପରୀକ୍ଷା, ଆଜି ରାଜ୍ୟର ୪୪ କେନ୍ଦ୍ରରେ ୨୨ ହଜାର ଛାତ୍ରଛାତ୍ରୀ ଦେବେ ପରୀକ୍ଷା
  • ||
  • ସୋମବାର ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି: ଆଜି ପୁଲିସର କାର୍‌କେଡ୍‌ ରିହର୍ସାଲ, ଜଗିବେ ୫୦ ପ୍ଲାଟୁନ୍‌ ଫୋର୍ସ
  • ||
  • ଗାଜା ଉପରେ ଇସ୍ରାଏଲର ଭୟଙ୍କର ହମଲା, ୧୧୦ ପାଲେଷ୍ଟାନୀୟ ମୃତ
  • ||
  • ୧୬ରେ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସମ୍ଭାବନା, ଆଜି ବର୍ଷା ନେଇ ଅଧା ଓଡ଼ିଶାକୁ ୟେଲୋ ଓ୍ବାର୍ଣ୍ଣିଂ
  • ||

ଟ୍ରକ୍‌କୁ ପଛପଟୁ ଧକ୍କା ଦେଲା ଟ୍ରକ୍‌, ଡ୍ରାଇଭର ଗୁରୁତର

Published By : Harapriya Sethi | November 14, 2024 8:46 AM

ଘଟଗାଁ,୧୪/୧୧: ୨୦ନମ୍ୱର ଜାତୀୟ ରାଜପଥରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଦରଖୋଳା ଛକ ନିକଟରେ ଟ୍ରକ୍‌କୁ ପଛପଟୁ ଧକ୍କା ଦେଲା ଆଉ ଏକ ଟ୍ରକ୍‌ । ଏହି ଦୁର୍ଘଟଣାରେ ଡ୍ରାଇଭର ଚାପିହୋଇ ଗୁରୁତର ହୋଇଛନ୍ତି । କେନ୍ଦୁଝର ଜିଲ୍ଲା ଘଷିପୁରା ଥାନା ଅନ୍ତର୍ଗତ ଦରଖୋଳା ଛକ ନିକଟରେ ଏଭଳି ଘଟଣା ଘଟିଛି । 

ସୂଚନା ମୁତାବକ, ଗୁରୁବାର ଭୋର ୪ଟା ସମୟରେ ଦରଖୋଳା ଛକ ନିକଟରେ ଏକ ଟ୍ରକ୍‌ ଠିଆ ହୋଇଥିଲା । ଏହି ସମୟରେ ଆଉ ଏକ ଟ୍ରକ୍‌ ଆସି ଠିଆ ହୋଇଥିବା ଟ୍ରକ୍‌କୁ ପଛପଟୁ ଧକ୍କା ଦେଇଥିଲା । ଫଳରେ ଧକ୍କା ଦେଇଥିବା ଟ୍ରକ୍‌ର ଡ୍ରାଇଭର ଗାଡ଼ି ଭିତରେ ଚାପି ହୋଇ ରହି ଯାଇଥିଲେ । ଏହା ଦେଖି ସ୍ଥାନୀୟଲୋକେ ତୁରନ୍ତ ଏନ୍ଏଚ୍ ଆମ୍ବୁଲାନ୍ସକୁ କଲ୍ କରିବା ସହିତ ଅଗ୍ନିଶମ ବାହିନୀକୁ ମଧ୍ୟ ଖବର ଦେଇଥିଲେ । ଏହା ସହ ପୋଲିସକୁ ମଧ୍ୟ ଏହି ଘଟଣା ସମ୍ୱନ୍ଧରେ ଅବଗତ କରାଇଥିଲେ । ଖବର ପାଇ ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ଗାଡ଼ିକୁ କଟର ସାହାଯ୍ୟରେ କାଟି ଡ୍ରାଇଭରକୁ ଉଦ୍ଧାର କରିଥିଲେ । ପରେ ଟ୍ରକ୍‌ ଡ୍ରାଇଭରକୁ ଗୁରୁତର ଅବସ୍ଥାରେ ଆମ୍ବୁଲାନ୍ସ ଯୋଗେ ନିକଟସ୍ଥ ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି । ଖବର ପାଇ ଘଟଣାସ୍ଥଳରେ ଘଷିପୁରା ପୋଲିସ ପହଞ୍ଚି ଘଟଣାର ତଦନ୍ତ ଚଳାଇଛି । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.