ପ୍ରମୂଖ ଖବର
  • ‘ଡୋନାଲ୍ଡ ଟ୍ରମ୍ପଙ୍କ ଉପରେ ହୋଇପାରେ ଡ୍ରୋନ୍ ଆକ୍ରମଣ’: ଆମେରିକା ରାଷ୍ଟ୍ରପତିଙ୍କୁ ଇରାନର ଧମକ
  • ||
  • ଗଗନଯାନ ମିଶନକୁ ବଡ଼ ସଫଳତା, ଇଞ୍ଜିନର ହଟ୍ ଟେଷ୍ଟ ସଫଳ; ସୂଚନା ଦେଲା ଇସ୍ରୋ
  • ||
  • ଡଙ୍କି ରୁଟ୍ ମାମଲାରେ ଇଡିର ବଡ଼ କାର୍ଯ୍ୟାନୁଷ୍ଠାନ, ହରିୟାଣା ଓ ପଞ୍ଜାବର ୧୧ ଠିକଣାରେ ଚଢ଼ାଉ
  • ||
  • ପଞ୍ଚମ , ଅଷ୍ଟମ ଶ୍ରେଣୀ ପିଲାଙ୍କ ପାଇଁ ନୂଆ ନିୟମ : ଫେଲ ହେଲେ ଆଉ ଥରେ ପରୀକ୍ଷା ଦେବେ
  • ||
  • ଆଇପିଏସ୍ ସ୍ତରରେ ଅଦଳ ବଦଳ: ସଞ୍ଜୀବ ପଣ୍ଡା ହେଲେ ADG ନକ୍ସଲ ବିରୋଧୀ ଅପରେସନ୍
  • ||
  • ରାଜସ୍ଥାନରେ ଫାଇଟର ଜେଟ୍ କ୍ରାସ୍, ୨ ମୃତ
  • ||
  • ମୟୂରଭଞ୍ଜ : ବୁଢ଼ାବଳଙ୍ଗରେ ଗାଧୋଇବା ବେଳେ ଅଘଟଣ, ନଦୀରେ ଭାସି ଯୁବକ ମୃତ
  • ||
  • BMC ଅଧିକାରୀଙ୍କୁ ମାଡ଼ ମାମଲା; ଜଗନ୍ନାଥ ପ୍ରଧାନଙ୍କୁ ମିଳିଲା ଜାମିନ
  • ||
  • ପୁରୀ : ସର୍ବଭାରତୀୟ ଧର୍ମଘଟର ପ୍ରଭାବ; ସୂର୍ଯ୍ୟମନ୍ଦିର ବନ୍ଦ କଲା ଶ୍ରମିକ ସଂଗଠନ
  • ||
  • କଳାହାଣ୍ଡି : ବିଦ୍ୟୁତ ସଂସ୍ପର୍ଶରେ ଆସି ଦାଦନ ଶ୍ରମିକ ମୃତ, ଭିଟାମାଟିକୁ ଫେରୁଛି ମୃତଦେହ
  • ||
  • ଟାର୍ଗେଟରେ ଚୀନ-ପାକ୍‌; ଆତଙ୍କବାଦ ଉପରେ ଡବଲ୍‌ ଷ୍ଟାଣ୍ଡାର୍ଡ କାମ କରିବ ନାହିଁ, ବ୍ରାଜିଲରୁ ପ୍ରଧାନମନ୍ତ୍ରୀଙ୍କ କଡ଼ା ସନ୍ଦେଶ
  • ||
  • ଜଳ ପ୍ରଳୟରେ ବେହାଲ ଟେକ୍ସାସ, ମୃତ୍ୟୁ ସଂଖ୍ୟା ୧୦୯କୁ ବୃଦ୍ଧି
  • ||
  • ୧୫ ଜିଲ୍ଲାରେ ଆଜି ପ୍ରବଳ ବର୍ଷା ସମ୍ଭାବନା, ଗୁରୁବାରଠୁ କମିବ
  • ||
  • ସର୍ବଭାରତୀୟ ଧର୍ମଘଟ : ବିଜେଡିର ସମର୍ଥନ, ସାମିଲ ହେବ କଂଗ୍ରେସ
  • ||

ଟ୍ରକ୍‌କୁ ଧକ୍କା ଦେଲା ହାଇୱା, ଜଣେ ମୃତ

Published By : Harapriya Sethi | April 26, 2025 8:00 AM

ଭୁବନେଶ୍ୱର, ୨୬/୦୪: ଟ୍ରକ୍‌କୁ ଧକ୍କା ଦେଲା ହାଇୱା । ଘଟଣାସ୍ଥଳରେ ଚାଲିଗଲା ହାଇୱା ଡ୍ରାଇଭରଙ୍କ ଜୀବନ । ହାଇଓ୍ୱା ଭିତରେ ଚାପିହୋଇ ରହିଛି ଡ୍ରାଇଭରଙ୍କ ମୃତଦେହ । ମୃତ ଡ୍ରାଇଭରକୁ ଉଦ୍ଧାର କରିବା ପାଇଁ ଚେଷ୍ଟା ଚଳାଇଛି ଅଗ୍ନିଶମ ବାହିନୀ ଏବଂ ପୋଲିସ । ସୁନ୍ଦରଗଡ଼ ଜିଲ୍ଲା କୁନାଲ ପେଟ୍ରୋଲ ପମ୍ପ ନିକଟରେ ଏଭଳି ଘଟଣା ଘଟିଛି । 

ସୂଚନା ମୁତାବକ, ଏକ ଆରରନ୍‌ ବୋଝେଇ ଟ୍ରକ୍‌ ରାଉଲକେଲା ପଟୁ ଆସୁଥିଲା । ବାଟରେ ଆସୁଥିବା ବେଳେ ସୁନ୍ଦରଗଡ କୁନାଲ ପେଟ୍ରୋଲ ପମ୍ପ ନିକଟରେ ଏକ ଆଇରନ୍‌ ବୋଝେଇ ହାଇୱା ସହ ଧକ୍କା ହୋଇଥିଲା । ଯାହା ଫଳରେ ଗାଡ଼ି ଭିତରେ ଚାପି ହୋଇ ଘଟଣା ସ୍ଥଳରେ ହିଁ ହାଇୱା ଡ୍ରାଇଭରଙ୍କ ମୃତ୍ୟୁ ହୋଇଥିଲା । ଏହା ଦେଖି ସ୍ଥାନୀୟଲୋକେ ତୁରନ୍ତ ପୋଲିସ ଏବଂ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ । ଖବର ପାଇ ଘଟଣାସ୍ଥଳରେ ପୋଲିସ ଏବଂ ଅଗ୍ନିଶମ ବାହିନୀ ପହଞ୍ଚି ମୃତ ଡ୍ରାଇଭରକୁ ଗାଡ଼ି ଭିତରୁ ଉଦ୍ଧାର କରିବାକୁ ଚେଷ୍ଟା ଚଳାଇଛନ୍ତି । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.