ପ୍ରମୂଖ ଖବର
  • ICCର ଗ୍ରୀନ୍ ସିଗନାଲ: ୩୪ ଓଭର ପରେ ଗୋଟିଏ ବଲ୍, ୫ ବ୍ୟାକଅପ୍ ପ୍ଲେୟାର, କ୍ରିକେଟରେ ବଦଳିବ ନିୟମ
  • ||
  • 'ଆତଙ୍କୀ ନାରୀ ଶକ୍ତିକୁ ଚ୍ୟାଲେଞ୍ଜ କରିଥିଲେ, ସେମାନଙ୍କ ବିନାଶ ହେଲା': ପ୍ରଧାନମନ୍ତ୍ରୀ
  • ||
  • ଗ୍ରାମାଞ୍ଚଳ ଛାତ୍ରଛାତ୍ରୀଙ୍କ ପାଇଁ ଫ୍ରି ପବ୍ଲିକ ଟ୍ରାନ୍ସପୋର୍ଟ ସେବା ଦେବାକୁ କଂଗ୍ରେସର ଦାବି, ଜୁନ୍ ୧୦ ସୁଦ୍ଧା କାର୍ଯ୍ୟକାରୀ ନହେଲେ ଆନ୍ଦୋଳନ
  • ||
  • ଉତ୍ତରପୂର୍ବ ରାଜ୍ୟରେ ପ୍ରକୃତି କୋପ; ଘରେ ପଶିଲା ପାଣି- ବୁଡ଼ିଲା ଗାଡ଼ି, ୩ ମୃତ
  • ||
  • କରୋନା ଆତଙ୍କ; ରାଜଧାନୀରେ ପ୍ରଥମ ମୁଣ୍ଡ ନେଲା ନୂଆ ଭାରିଏଣ୍ଟ, ୭ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ଶିଆଳି ନିକଟରେ କୂଳ ଲଙ୍ଘିଲା ସମୂଦ୍ର, ବଜାର ଏବଂ ଜନ ବନତିରେ ମାଡ଼ିଗଲା ପାଣି
  • ||
  • ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ, ଏକକାଳୀନ ୪ ଟି ସ୍ଥାନରେ ଚଢାଉ
  • ||
  • ମୟୂରଭଞ୍ଜ : ବାଙ୍ଗିରିପୋଷିରୁ ଚୋରି ଗାଡି ଝାଡଖଣ୍ଡରୁ ଉଦ୍ଧାର, ଜଣେ ଗିରଫ
  • ||
  • 'ଆମେ କଥା ହେଲୁ ଯୁଦ୍ଧ ରୋକିଲା'; ଭାରତ-ପାକିସ୍ତାନ ସିଜଫାୟାରକୁ ନେଇ ଟ୍ରମ୍ପଙ୍କ ବଡ଼ ବୟାନ
  • ||
  • ଗଞ୍ଜାମ : ଗୁହାଳରେ ଅଗ୍ନିକାଣ୍ଡ, ୧୫ ରୁ ଉର୍ଦ୍ଧ୍ୱ ଛେଳି ଏବଂ ମେଣ୍ଢା ଜୀବନ୍ତ ଦଗ୍ଧ
  • ||
  • ଟ୍ରମ୍ପଙ୍କ ବଡ଼ ଘୋଷଣା; ଚୀନ୍‌ ଷ୍ଟିଲ ଉପରେ ଡବଲ୍ ଟାରିଫ୍‌, ଜୁନ୍‌ ୪ରୁ ଲାଗୁ
  • ||
  • ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ସହ ମା' ପାର୍ବତୀଙ୍କ ବିବାହ ସମ୍ପନ୍ନ, ଆଜି ରାତି ୧୦ଟାରେ ଶୀତଳ ଷଷ୍ଠୀ ଶୋଭାଯାତ୍ର
  • ||
  • କେନ୍ଦୁଝର: ପାରିବାରିକ କଳହର କରୁଣ ପରିଣତି, ବେକରେ ଫାଶୀ ଲଗାଇ ଝୁଲିପଡ଼ିଲେ ଦମ୍ପତି
  • ||
  • ଦୁର୍ବଳ ହେଉଛି ଅବପାତ: ଆଜି କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା, ସପ୍ତାହେ ଯାଏ ବିଶେଷ ବର୍ଷା ନାହିଁ
  • ||

ପ୍ଲାଣ୍ଟରେ ଶ୍ରମିକଙ୍କ ଉପରେ ମାଡ଼ିଗଲା ଆଇରନ୍‌ ବୋଝେଇ ଟ୍ରକ୍, କ୍ଷତିପୂରଣ ଦାବିରେ ଉତ୍ତେଜନା

Published By : Harapriya Sethi | May 30, 2025 12:42 PM

ଲହୁଣୀପଡ଼ା,୩୦/୦୫: ସୁନ୍ଦରଗଡ ଜିଲ୍ଲା ଲହୁଣୀପଡ଼ା ଥାନା ଅନ୍ତର୍ଗତ ରାଜାମୁଣ୍ଡା ପଞ୍ଚାୟତ ତୁମକେଲା ସ୍ଥିତ ଭାସ୍କର ଷ୍ଟିଲ ଏଣ୍ଡ ଫେରୋ ଏଲୋୟ ପ୍ରାଇଭେଟ ଲିମିଟେଡ଼ କାରଖାନାରେ ଦୁର୍ଘଟଣା । କାର୍ଯ୍ୟରତ ଶ୍ରମିକଙ୍କ ଉପରେ ମାଡ଼ିଗଲା ଆଇରନ୍‌ ବୋଝେଇ ଟ୍ରକ୍ । ଚାଲିଗଲା ଶ୍ରମିକଙ୍କ ଜୀବନ । ମୃତ ଶ୍ରମିକ ଜଣକ ହେଲେ ଖୁଣ୍ଟାଗାଁ ଦିଗୀପଡ଼ାର ୨୫ ବର୍ଷୀୟ ବଇଦ ବେହେରା । ଖବର ପାଇ ଘଟଣାସ୍ଥଳରେ ପହଞ୍ଚି କ୍ଷତିପୂରଣ ଦାବି କଲେ ପରିବାର ଲୋକେ ।

ସୂଚନା ମୁତାବକ, ଗୁରୁବାର ବିଳମ୍ବିତ ରାତିରେ ପ୍ଲାଣ୍ଟ ଭିରରେ ଏକ ଆଇରନ ବୋଝେଇ ଟ୍ରକ୍‌ କାର୍ଯ୍ୟରତ ବଇଦଙ୍କ ଉପରେ ମାଡି ଯାଇଥିଲା । ଫଳରେ ତାଙ୍କର ମୃତ୍ୟ ଘଟିଥିବା ଜଣାପଡିଛି ।  ଶ୍ରମିକଙ୍କ ମୃତଦେହ ରାଉରକେଲା ବ୍ୟବଚ୍ଛେଦ ଗୃହରେ ଥିବା ଜଣାପଡିଛି । ସକାଳେ ଖବର ଜଣା ପଡିବା ପରେ ଶ୍ରମିକ ମହଲରେ ଅଶାନ୍ତି ଦେଖାଯିବା ସହ ଗେଟ୍‌ ସମ୍ମୁଖରେ ଭିଡ ଦେଖାଯାଇଥିଲା । ପରିବାର ଲୋକେ ଘଟଣାସ୍ଥଳରେ ପହଞ୍ଚିବା ପରେ ଉପଯୁକ୍ତ କ୍ଷତି ପୂରଣ ସହ ପରିବାରର ଜଣେ ସଦସ୍ୟଙ୍କୁ ପ୍ଲାଣ୍ଟରେ ଚାକିରି ଦେବା ପାଇଁ ଦାବି କରିଛନ୍ତି । ଉତ୍ତେଜନାକୁ ଦୃଷ୍ଟିରେ ରଖି ପୁଲିସ ପ୍ରଶାସନ ଉପସ୍ଥିତ ଥିବା ବେଳେ ପରିବାର ଏବଂ କର୍ତୃପକ୍ଷଙ୍କ ମଧ୍ୟରେ ଆଲୋଚନା ଜାରି ରହିଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.