ପ୍ରମୂଖ ଖବର
  • ଅକ୍ଷୟ ତୃତୀୟରେ ଚାଷୀଙ୍କୁ ମିଳିଲା ସିଏମ୍‌ କିଷାନ ଟଙ୍କା, ୧୦୨୫ କୋଟି ଟଙ୍କା ବାଣ୍ଟିଲେ ସରକାର
  • ||
  • ଭୁବନେଶ୍ୱର : ରାଜଧାନୀ ଅଭାବନୀୟ ଘଟଣା; ରାସ୍ତାରେ ଜଳିଗଲେ କଲେଜ ଛାତ୍ର, ତଦନ୍ତ କରୁଛି ପୋଲିସ
  • ||
  • ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଚନ୍ଦନ ଯାତ୍ରା, ନରେନ୍ଦ୍ର ପୁଷ୍କରିଣୀରେ ଜଳକ୍ରୀଡା କରିବେ ମଦନମୋହନ
  • ||
  • ଅକ୍ଷୟ ତୃତୀୟାଠାରୁ ବିନ୍ଦୁସାଗରରେ ଚନ୍ଦନ ଯାତ୍ରା, ୨୨ ଦିନ ଚାପ ଖେଳିବେ ଶ୍ରୀଲିଙ୍ଗରାଜ
  • ||
  • ବିଶାଖାପାଟଣାର ସୀମାଞ୍ଚଳମ୍ ମନ୍ଦିରରେ ଅଘଟଣ; ପାଚେରି ଭୁଶୁଡ଼ି ୮ ଜଣଙ୍କର ମୃତ୍ୟୁ, ଅନେକ ଆହତ
  • ||
  • ଭଦ୍ରକ : ମିଶ୍ରପୁର ଗ୍ରାମରେ ଅଘଟଣ, ନଈରେ ପଡ଼ି ନାବାଳିକା ମୃତ
  • ||

୨୦ଫୁଟ ତଳକୁ ଖସିଲା ପେପର ବୋଝେଇ ଟ୍ରକ୍

Published By : Prameya | April 18, 2025 7:14 PM

ମୋହନା ୧୮/୪ : ଗଜପତି-ଗଞ୍ଜାମ ସୀମାନ୍ତ ତପ୍ତପାଣି ଘାଟିରେ ବଡ଼ ଦୁର୍ଘଟଣା l ଘାଟିର ପ୍ରାୟ ୨୦ଫୁଟ ତଳକୁ ଖସିଲା ପେପର ବୋଝେଇ ଟ୍ରକ୍ l ଏହି ଦୁର୍ଘଟଣାରେ ଅଳ୍ପକେ ବର୍ତ୍ତି ଯାଇଛନ୍ତି ଡ୍ରାଇଭର ଓ ହେଲପର l 

ସୂଚନାଯୋଗ୍ୟ ଯେ, ଅପରାହ୍ନ ପ୍ରାୟ ୪ଟାରେ ଏକ ପେପର ବୋଝଇ ଟ୍ରକ୍ ରାୟଗଡ଼ାରୁ ବ୍ରହ୍ମପୁର ଯାଉଥିଲା l ଏହି ସମୟରେ ଘାଟି ମଧ୍ୟରେ ଥିବା ଜକରାପଲି ନିକଟରେ ଭାରସାମ୍ୟ ହରାଇ ଟ୍ରକ୍‌ଟି ରାସ୍ତା କଡ଼କୁ ପ୍ରାୟ ୨୦ଫୁଟ ତଳକୁ ଖସିବା ସହ ବିଲ୍ ମଧ୍ୟରେ ଓଲଟି ପଡ଼ିଛି l ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ ଟ୍ରକ୍‌ର ଚେସିସ ଓ ବଡି ଅଲଗା ହୋଇଯାଇଛି l ଉଭୟ ଡ୍ରାଇଭର ଓ ହେଲପର ସାମାନ୍ୟ ଆହତ ହୋଇଛନ୍ତି l ଖବରପାଇ ପୋଡାମାରି ଫାଣ୍ଡି ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି ।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.