ପ୍ରମୂଖ ଖବର
  • ବାଲେଶ୍ବର: ଟ୍ରକ୍‌ ଧକ୍କାରେ ଓଲଟି ପଡ଼ିଲା ବସ୍‌, ୨୦ରୁ ଉର୍ଦ୍ଧ୍ୱ ଗୁରୁତର
  • ||
  • ଏନ୍‌ସିଇଆର୍‌ଟି ବିଏଡ୍‌ ପ୍ରବେଶିକା ପରୀକ୍ଷା, ଆଜି ରାଜ୍ୟର ୪୪ କେନ୍ଦ୍ରରେ ୨୨ ହଜାର ଛାତ୍ରଛାତ୍ରୀ ଦେବେ ପରୀକ୍ଷା
  • ||
  • ସୋମବାର ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି: ଆଜି ପୁଲିସର କାର୍‌କେଡ୍‌ ରିହର୍ସାଲ, ଜଗିବେ ୫୦ ପ୍ଲାଟୁନ୍‌ ଫୋର୍ସ
  • ||
  • ଗାଜା ଉପରେ ଇସ୍ରାଏଲର ଭୟଙ୍କର ହମଲା, ୧୧୦ ପାଲେଷ୍ଟାନୀୟ ମୃତ
  • ||
  • ୧୬ରେ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସମ୍ଭାବନା, ଆଜି ବର୍ଷା ନେଇ ଅଧା ଓଡ଼ିଶାକୁ ୟେଲୋ ଓ୍ବାର୍ଣ୍ଣିଂ
  • ||

ରାସ୍ତା ତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ୍, ଡ୍ରାଇଭର ମୃତ

Published By : Harapriya Sethi | December 26, 2024 1:26 PM

ନୟାଗଡ,୨୬/୧୨: ଭାରସାମ୍ୟ ହରାଇ ରାସ୍ତା ତଳକୁ ଖସି ପଡ଼ିଲା ସିମେଣ୍ଟ ବୋଝେଇ ଟ୍ରକ୍ । ଟ୍ରକ୍‌ ଭିତରେ ଚାପି ହୋଇ ଚାଳକଙ୍କ ମୃତ୍ୟୁ । ମୃତକ ଝାଡ଼ଖଣ୍ଡ ରାଜ୍ୟ କୋଡରମା ଜିଲ୍ଲାର ବୋନେଷନ୍ ଖାନ୍ ବୋଲି ଜଣାପଡ଼ିଛି । ଟ୍ରକ୍‌ଟି ବିଶାଖାପାଟଣାରୁ ସିମେଣ୍ଟ ନେଇ ସୁନ୍ଦରଗଡ଼ ଯାଉଥିବା ବେଳେ ନୟାଗଡ ଜିଲ୍ଲା ଦଶପଲ୍ଲା ଥାନା ବାରିହାପିଟା ଗାଁ ନିକଟରେ ଏଭଳି ଘଟଣା ଘଟିଛି । 

ସୂଚନା ମୁତାବକ, ଏକ ସିମେଣ୍ଟ ବୋଝେଇ ଟ୍ରକ୍‌ ବିଶାଖାପାଟଣାରୁ ସୁନ୍ଦରଗଡ଼ ଯାଉଥିଲା । ଏହି ସମୟରେ ଭାରସାମ୍ୟ ହରାଇ ବାରିହାପିଟା ଗାଁ ନିକଟରେ ରାସ୍ତା ତଳକୁ ଟ୍ରକ୍‌ଟି ଖସି ପଡ଼ିଥିଲା । ଫଳରେ ଗାଡ଼ିର ଚାଳକ ଜଣକ ଦୀର୍ଘ ସମୟ ଧରି ଗାଡ଼ି ଭିତରେ ଚାପି ହୋଇ ରହିଥିଲେ । ଏହା ଦେଖି ସ୍ଥାନୀୟଲୋକେ ତୁରନ୍ତ ପୋଲିସ ଏବଂ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ । ଖବର ପାଇ ଘଟଣା ସ୍ଥଳରେ ଉଭୟ ପହଞ୍ଚିଥିଲେ । ସେଠାରେ ପହଞ୍ଚି ଅଗ୍ନିଶମ ବାହିନୀର ଏକ ଟିମ୍‌ କଟର ସାହାଯ୍ୟରେ କାଟି ଚାଳକଙ୍କ ମୃତ ଶରୀରକୁ ଗାଡିରୁ ବାହାର କରିଥିଲେ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ବ୍ୟକ୍ତିଙ୍କ ମୃତଦେହ ଜବତ କରିଛି । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.