ପ୍ରମୂଖ ଖବର
  • ବାଜିଲା ବିଗୁଲ; ଜୁନ୍ ୧୯ରେ ୪ ରାଜ୍ୟର ୫ ବିଧାନସଭା ଆସନରେ ଉପନିର୍ବାଚନ, ଏହି ଦିନ ରେଜଲ୍ଟ
  • ||
  • Mann ki Baat; ସାହସ ଓ ସଂକଳ୍ପର ପ୍ରତୀକ 'ଅପରେସନ୍ ସିନ୍ଦୂର, ଆତଙ୍କବାଦ ଶେଷ ଭାରତର ସଂକଳ୍ପ କହିଲେ ପ୍ରଧାନମନ୍ତ୍ରୀ
  • ||
  • ରଥଯାତ୍ରା ପ୍ରସ୍ତୁତି: ରଥଖଳାରେ ପହଞ୍ଚିଲା ୩୨ଟି ୪୦ ଫୁଟିଆ କାଠ
  • ||
  • ଭଦ୍ରକ : ନିଆଁ ଲାଗି ଜଳିଗଲା ୬ ବଖରା ଘର, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡ଼ି ନଷ୍ଟ
  • ||
  • ବିଶ୍ୱର ୪ର୍ଥ ସର୍ବବୃହତ ଅର୍ଥନୈତିକ ଦେଶ ଭାରତ, ଜାପାନକୁ ଟପିଲା
  • ||
  • IPL 2025: ଆଜି ଚେନ୍ନାଇ- ଗୁଜରାଟ ମଧ୍ୟରେ ଶେଷ ଲିଗ୍‌ ମ୍ୟାଚ୍‌, ଟାଇଟନ୍ସ ପାଇଁ ଗୁରୁତ୍ୱପୂର୍ଣ୍ଣ
  • ||
  • ନନ୍ଦନକାନନ ପ୍ରାଣୀ ଉଦ୍ୟାନ ପାଇଁ ଖୁସି ଖବର, ଅଣ୍ଡାରୁ ଫୁଟି ବାହାରିଲେ ୧୪ ଘଡ଼ିଆଲ ଛୁଆ
  • ||
  • ଭାରତ ପ୍ରହାରରେ ଥରହର ପାକିସ୍ତାନ; ପ୍ରତିରକ୍ଷା ବଜେଟ୍ ବଢାଇବାକୁ ପ୍ଲାନ୍‌, କହିଲା ଆମ ପଡ଼ୋଶୀ...
  • ||
  • ସମ୍ବଲପୁର ବୁର୍ଲା ଥାନା ଲଡୁଖାଇ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା, ଟ୍ରକକୁ ପିଟିଲା କାର୍‌, ୨ ମୃତ, ୨ ଗୁରୁତର
  • ||
  • ରବିବାର ଏନ୍‌ଡିଏ ମୁଖ୍ୟମନ୍ତ୍ରୀଙ୍କ ସମ୍ମିଳନୀ,ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ, ଫୋକସରେ ଭାରତ- ପାକ୍ ତିକ୍ତତା
  • ||
  • ମଞ୍ଚେଶ୍ୱର ଶିଳ୍ପାଞ୍ଚଳରେ ଅଗ୍ନିକାଣ୍ଡ: ହୁତୁହୁତୁ ହୋଇ ଜଳିଗଲା ଗଦି ତିଆରି କାରଖାନା, ୧୦କୋଟି ଟଙ୍କାର ସମ୍ପତ୍ତି ନଷ୍ଟ
  • ||
  • ୫ ଦିନରେ ଓଡ଼ିଶାରେ ମୌସୁମୀ: ଏବେ ଝିପିଝିପି, ୨୭ରୁ ୩୦ ଯାଏଁ ଅଧିକ ବର୍ଷା ସମ୍ଭାବନା, ଜୁନ୍ ପୁଣି ଗରମ
  • ||

ବାଇକ୍ ଚାଳକଙ୍କ ଉପରେ ମାଡ଼ିଗଲା ଟ୍ରକ୍; ଜଣେ ମୃତ, ଦୁଇ ଆହତ

Published By : Bijay Swain | May 24, 2025 8:21 PM

ବ୍ରହ୍ମପୁର, ୨୪/୫(ବ୍ୟୁରୋ): ବ୍ରହ୍ମପୁର ଉପକଣ୍ଠ ଦେଇ ଯାଇଥିବା ଜାତୀୟ ରାଜପଥରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ବାଇକ ଚାଳକଙ୍କ ଉପରେ ଟ୍ରକ ମାଡିଯିବାରୁ ଘଟଣାସ୍ଥଳରେ ତାଙ୍କର ମୁତ୍ୟୁ ହୋଇଛି। ସେହିପରି ଜଣେ ଗୁରୁତର ଆହତଙ୍କୁ ଏମକେସିଜି ହସପିଟାଲକୁ ସ୍ଥାନାନ୍ତର କରାଯାଇଥିବା ବେଳେ ଅନ୍ୟ ଜଣେ ଆହତ ହୋଇଛନ୍ତି। 

ସୂଚନା ମୁତାବକ, ଗୋପାଳପୁର ଜଙ୍କସନ ଭକ୍ତ ସାଲବେଗ ନଗର ସମ୍ମୁଖରେ ଶନିବାର ସନ୍ଧ୍ୟାରେ ଏହି ଦୁର୍ଘଟଣା ହୋଇଛି। ଛତ୍ରପୁରରୁ ବ୍ରହ୍ମପୁର ଅଭିମୁଖେ ଆସୁଥିବା ଏକ ବାଇକ ରଙ୍ଗରୋଡରେ ଆସୁଥିବା ଏକ ବାଇକ୍‌କୁ ଧକ୍କା ଦେଇଥିଲା। ଫଳରେ ଚାଳକ ଜଣଙ୍କ ରାସ୍ତା ମଝିକୁ ଛିଟକି ପଡିଥିଲେ। ତେବେ ପଛରୁ ଦୃତ ଗତିରେ ଆସୁଥିବା ଏକ ଟ୍ରକ୍ ତାଙ୍କ ଉପରେ ଚଢ଼ି ଯାଇଥିଲା। ଫଳରେ ଘଟଣା ସ୍ଥଳରେ ହିଁ ବାଇକ୍ ଚାଳକଙ୍କ ମୃତ୍ୟୁ ହୋଇଥିଲା। ପଛରେ ବସିଥିବା ବ୍ୟକ୍ତିଙ୍କ ଡାହାଣ ଗୋଡଟି ମଧ୍ୟ ଭାଙ୍ଗି ଯାଇଛି ଓ ଅବସ୍ଥା ଗୁରୁତର ରହିଛି। ସ୍ଥାନୀୟ ଲୋକ ଜାତୀୟ ରାଜପଥ ଆମ୍ବୁଲାନ୍ସ ଜରିଆରେ ତାଙ୍କୁ ଚିକିତ୍ସା ପାଇଁ ଏମ୍‌କେସିଜି ହସ୍ପିଟାଲକୁ ନେଇଛନ୍ତି। ସମାନ ଭାବେ ଅନ୍ୟ ଜଣେ ବାଇକ୍ ଚାଳକ ସାମାନ୍ୟ ଆହତ ହୋଇଛନ୍ତି। ଘଟଣାସ୍ଥଳରେ ଗୋପାଳପୁର ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ତେବେ ମୃତକଙ୍କ ପରିଚୟ ମିଳିପାରିନାହିଁ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.