ପ୍ରମୂଖ ଖବର
  • ଭଦ୍ରକ : ବିଦ୍ୟୁତ ଆଘାତରେ ମାମୁଁ -ଭଣଜା ମୃତ
  • ||
  • ବାଲେଶ୍ବର ଏଫଏମ କଲେଜ ପୀଡିତା ଛାତ୍ରୀଙ୍କ ମୃତ୍ୟୁ ଘଟଣା, ୟୁଜିସିର ଫ୍ୟାକ୍ଟ ଫାଇଣ୍ଡିଂ କମିଟି ଗଠନ
  • ||
  • ଆସନ୍ତାକାଲି ବାଲେଶ୍ବର ଜିଲ୍ଲା ବନ୍ଦ ଡାକରା ଦେଲା ବିଜେଡି, ସକାଳ ୬ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ବନ୍ଦ
  • ||
  • ସ୍ପେଶ ଡ୍ରାଗନ୍‌ର ସଫଳ ଅବତରଣ, ମହାକାଶରୁ ଫେରିଲେ ଶୁଭାଂଶୁ ଶୁକ୍ଳା ସମେତ ୪ ମହାକାଶଚାରୀ
  • ||
  • ଆସନ୍ତାକାଲି କେନ୍ଦ୍ର କ୍ୟାବିନେଟ୍ ବୈଠକ, ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ଗୁରୁତ୍ବପୂର୍ଣ୍ଣ ବୈଠକ
  • ||
  • ୩ ମାସ ବଢ଼ିଲା ରାସନ କାର୍ଡ ଇ-କେୱାଇସି ଅବଧି, ସୂଚନା ଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର
  • ||
  • ନିରବୀ ଗଲା ସୌମ୍ୟାଶ୍ରୀଙ୍କ ସ୍ୱର, ଗାଁ ମଶାଣିରେ ପଞ୍ଚଭୂତରେ ଲୀନ ​ହୋଇଗଲା ପାର୍ଥିବ ଶରୀର
  • ||
  • ଏଫ୍‌ଏମ୍‌ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା, ଆସନ୍ତା ୧୭ରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ
  • ||
  • ସ୍ପେସ୍‌ ଷ୍ଟେସନରୁ ଫେରୁଛନ୍ତି ଶୁଭାଂଶ ଶୁକ୍ଳା, ଆଜି କାଲିଫର୍ଣ୍ଣିଆ ତଟରେ ଜଳାବତରଣ
  • ||
  • ବୌଦ୍ଧ: ଟ୍ରକକୁ ପଛରୁ ଧକ୍କା ଦେଲା ବୋଲବମ୍ ଯାତ୍ରୀଙ୍କୁ ନେଇ ଯାଉଥିବା ପିକଅପ ଭ୍ୟାନ,୫ ଗୁରୁତର
  • ||
  • ଏଫ୍‌ଏମ୍‌ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟକୁ ନେଇ ଶୋକବ୍ୟକ୍ତ କଲେ କେନ୍ଦ୍ରମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀ
  • ||
  • ସୃଷ୍ଟି ହେଲା ଅବପାତ: ଉତ୍ତର, ପଶ୍ଚିମରେ ଅତି ପ୍ରବଳ ବର୍ଷା ସମ୍ଭାବନା, ୫ ଜିଲ୍ଲାକୁ ସତର୍କ
  • ||

ଭାରସାମ୍ୟ ହରାଇ ରାସ୍ତାକଡ଼ ଦୋକାନ ଭିତରକୁ ମାଡିଗଲା ଟ୍ରକ୍, ସିକ୍ୟୁରିଟି ଗାର୍ଡ ମୃତ

Published By : Rasmita Pradhan | December 3, 2024 8:39 AM

ବଲାଙ୍ଗୀର, ୦୩/୧୨ : ଭାରସାମ୍ୟ ହରାଇ ରାସ୍ତାକଡ଼ ଦୋକାନ ଭିତରକୁ ମାଡିଗଲା ଟ୍ରକ୍। ନାଇଟ ଡ୍ୟୁଟି କରୁଥିବା ସିକ୍ୟୁରିଟି ଗାର୍ଡଙ୍କ ଟ୍ରକ୍ ଧକ୍କାରେ ମୃତ୍ୟୁ। ବଲାଙ୍ଗୀର ସହର ମୁଖ୍ୟ ମାର୍କେଟ ପାଟଣାଛକ ନିକଟରେ ଏଭଳି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ମୃତ ସିକ୍ୟୁରିଟି ଗାର୍ଡ ଜଣକ ହେଲେ ବଲାଙ୍ଗିର ସଦର ଥାନା ଅନ୍ତର୍ଗତ ବଘଲା ଗାଁର ସିଦ୍ଧାନ୍ତ ପ୍ରଧାନ। 

ସୂଚନାନୁଯାୟୀ, ବଘଲା ଗାଁର ସିଦ୍ଧାନ୍ତ ପ୍ରଧାନ ରାଧିକା ହୋଟେଲରେ ସିକ୍ୟୁରିଟି ଗାର୍ଡ ଭାବେ କାର୍ଯ୍ୟରତ ଥିଲେ। ସେ ସୋମବାର ରାତିରେ ହୋଟେଲରେ ଡ୍ୟୁଟି କରୁଥିଲେ। ବିଳମ୍ଵିତ ରାତିରେ ସେହି ବାଟ ଦେଇ ଯାଉଥିବା ଏକ ଟ୍ରକ୍ ଭାରସାମ୍ୟ ହରାଇ ଦୋକାନ ଭିତରକୁ ମାଡି ଯାଇଥିଲା। ଫଳରେ ଟ୍ରକ୍ ଧକ୍କାରେ ସିଦ୍ଧାନ୍ତଙ୍କ ମୃତ୍ୟୁ ହୋଇଛି। ସ୍ଥାନୀୟ ଲୋକେ ଟ୍ରକ୍ ଡ୍ରାଇଭର୍‌ଙ୍କୁ କାବୁ କରି ପୋଲିସ ଜିମା ଦେଇଛନ୍ତି।ସେପଟେ ମୃତ ସିକ୍ୟୁରିଟି ଗାର୍ଡଙ୍କ ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ବଲାଙ୍ଗୀର ଭୀମଭୋଇ ମେଡିକାଲକୁ ପଠାଇ ଦିଆଯାଇଛି। ଘଟଣାସ୍ଥଳରୁ ଗାଡି ଜବତ କରି ଥାନାକୁ ନେଇଛି ଟାଉନ ଥାନା ପୋଲିସ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.