ପ୍ରମୂଖ ଖବର
  • ଏଫଏମ କଲେଜରେ ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣା , କ୍ରାଇମବ୍ରାଞ୍ଚର ତଦନ୍ତ ଆରମ୍ଭ
  • ||
  • ଲର୍ଡସ୍ ଟେଷ୍ଟ: ଦ୍ୱିତୀୟ ଇନିଂସରେ ଇଂଲଣ୍ଡ ଅଲଆଉଟ୍, ଭାରତ ଆଗରେ ୧୯୩ ରନର ବିଜୟ ଲକ୍ଷ୍ୟ
  • ||
  • ନିର୍ବାଚନ ପୂର୍ବରୁ ନୀତୀଶ କୁମାରଙ୍କ ବଡ଼ ଘୋଷଣା, ଆସନ୍ତା ୫ ବର୍ଷ ମଧ୍ୟରେ ଏକ କୋଟି ଚାକିରି ଦେବେ ସରକାର
  • ||
  • ଆଇପିଏସ୍ ସୋନାଲି ମିଶ୍ର ଆରପିଏଫର ପ୍ରଥମ ମହିଳା ମହାନିର୍ଦ୍ଦେଶକ
  • ||
  • କୋଲାକାତା ଆଇଆଇଏମରେ ଦୁଷ୍କର୍ମ ମାମଲା, ତଦନ୍ତ ଲାଗି ଏସ୍ଆଇଟି ଗଠିତ
  • ||
  • ଭୁବନେଶ୍ୱର : ଏମ୍ସରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ; ଏମ୍ସର ନିର୍ଦ୍ଦେଶକଙ୍କ ସହ କରିଲେ ଆଲୋଚନା
  • ||
  • FM କଲେଜରେ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ ଘଟଣା; ପୀଡ଼ିତାଙ୍କ ପରିବାରକୁ ଭେଟିବେ ମୁଖ୍ୟମନ୍ତ୍ରୀ
  • ||
  • ରାଜ୍ୟସଭାକୁ ୪ ମନୋନୀତ, ମନୋନୀତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
  • ||
  • ବାଲେଶ୍ବର: ଟ୍ରକ୍‌ ଧକ୍କାରେ ଓଲଟି ପଡ଼ିଲା ବସ୍‌, ୨୦ରୁ ଉର୍ଦ୍ଧ୍ୱ ଗୁରୁତର
  • ||
  • ଏନ୍‌ସିଇଆର୍‌ଟି ବିଏଡ୍‌ ପ୍ରବେଶିକା ପରୀକ୍ଷା, ଆଜି ରାଜ୍ୟର ୪୪ କେନ୍ଦ୍ରରେ ୨୨ ହଜାର ଛାତ୍ରଛାତ୍ରୀ ଦେବେ ପରୀକ୍ଷା
  • ||
  • ସୋମବାର ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି: ଆଜି ପୁଲିସର କାର୍‌କେଡ୍‌ ରିହର୍ସାଲ, ଜଗିବେ ୫୦ ପ୍ଲାଟୁନ୍‌ ଫୋର୍ସ
  • ||
  • ଗାଜା ଉପରେ ଇସ୍ରାଏଲର ଭୟଙ୍କର ହମଲା, ୧୧୦ ପାଲେଷ୍ଟାନୀୟ ମୃତ
  • ||
  • ୧୬ରେ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସମ୍ଭାବନା, ଆଜି ବର୍ଷା ନେଇ ଅଧା ଓଡ଼ିଶାକୁ ୟେଲୋ ଓ୍ବାର୍ଣ୍ଣିଂ
  • ||

ଟ୍ରକ-ସ୍କୁଟି ମୁହାଁମୁହିଁ ଧକ୍କା, ସ୍କୁଟି ଚାଳକ ଗୁରୁତର

Published By : Suraj Kumar | July 13, 2025 6:01 PM

ନମୌଜା,୧୩|୭(ଆପ୍ର):କେନ୍ଦ୍ରାପଡ଼ା ଜିଲ୍ଲା ଆଳି ଥାନା ଅନ୍ତର୍ଗତ କଟକ-ଚାନ୍ଦବାଲି ମୁଖ୍ୟ ରାସ୍ତା ର ରାଇସରପୁର ପେଟ୍ରୋଲ ପମ୍ପ ଛକ ନିକଟରେ ଏକ ସ୍କୁଟି-ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ସ୍କୁଟି ଚାଳକ ଗୁରୁତର ହୋଇଛନ୍ତି। ସ୍କୁଟି ଚାଳକ ଜଣକ ହେଲେ ଆଳି ଥାନା ପତ୍ରପୁର ପଞ୍ଚାୟତ ବିଲିକଣା ଗ୍ରାମ ର ଭଗବାନ ଦାଶ ଙ୍କ ପୁଅ କୈଳାସ(୫୪)।

କୈଳାସ ଦାଶ ଆଳି ସିଙ୍ଗିରିରୁ ତାଙ୍କ ଦୋକାନ ସାମଗ୍ରୀ ନେଇ ନିଜ ଦୋକାନ ଅଭିମୁଖେ ସ୍କୁଟିରେ ଯାଉଥିଲେ। ଏହି ସମୟରେ ଏକ ଟ୍ରକ ତାଙ୍କୁ ଧକ୍କା ଦେଇଥିଲା।  ରାସ୍ତାରେ ରକ୍ତ ଜୁଡୁବୁଡୁ   ଅବସ୍ଥାରେ କୈଳାସ ପଡିଥିଲେ। ଏହି ସମୟରେ ପଟ୍ଟାମୁଣ୍ଡାଇରୁ ଆଳି ଫେରୁଥିବା ସଡ଼କ ବନ୍ଧୁ ସୁଶାନ୍ତ ତରାଇ ପହଞ୍ଚି ସେଠାରେ ତାଙ୍କର ବ୍ୟାଣ୍ଡେଜ କରାଇଥିଲେ l ଶ୍ରୀ ତରାଇ ଦମକଳ ବାହିନୀକୁ ଖବର ଦେଇଥିଲେ।  ଦମକଳ ବାହିନୀ ପହଞ୍ଚି ତାଙ୍କୁ ଆଳି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର କୁ ଆଣିଥିଲେ l ତାଙ୍କୁ ପ୍ରଥମେ ଆଳି ସ୍ୱାସ୍ଥ୍ୟକେନ୍ଦ୍ର ଓ ପରେ ଅଧିକ ଚିକିତ୍ସା ପାଇଁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇ ଦିଆଯାଇଛି l ଦୁର୍ଘଟଣା ସ୍ଥଳରୁ କୈଳାସଙ୍କ ମୋବାଇଲ ଓ ତାଙ୍କ ଟଙ୍କାକୁ ଶ୍ରୀ ତରାଇ ତାଙ୍କ ବାପା ଭଗବାନ ଦାଶଙ୍କୁ ହସ୍ତାନ୍ତର କରିଥିଲେ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.