ପ୍ରମୂଖ ଖବର
  • ରୁଷକୁ ଟ୍ରମ୍ପଙ୍କ ଅଲ୍ଟିମେଟମ୍, ୫୦ ଦିନ ମଧ୍ୟରେ ଯୁଦ୍ଧ ବନ୍ଦ ନକଲେ ଲଗାଇବେ ଶତ ପ୍ରତିଶତ ଶୁଳ୍କ
  • ||
  • ଛୋଟ ଛୋଟ କଥାରେ ବିବାଦ ଯୋଗୁଁ ବିପଦରେ ପଡ଼ୁଛି ହିନ୍ଦୁ ବିବାହ, ଚିନ୍ତା ପ୍ରକାଶ କଲେ ବମ୍ବେ ହାଇକୋର୍ଟ
  • ||
  • ବାରଙ୍ଗ ବ୍ଲକ ଛକରେ ଆମ ବସ୍ ଧକ୍କାରେ ଯୁବକ ମୃତ, ଘଟଣାସ୍ଥଳରେ ଉତ୍ତେଜନା, ରାସ୍ତାରୋକ
  • ||
  • ଏଫଏମ କଲେଜ ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣା, ଏମ୍ସରେ ପୀଡିତାଙ୍କୁ ଭେଟିଲେ ରାଷ୍ଟ୍ରପତି
  • ||
  • ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣାରେ ଏଫଏମ କଲେଜ ଅଧ୍ୟକ୍ଷ ଗିରଫ
  • ||
  • ମାଲକାନଗିରି: ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣରେ ୩ ଗୁରୁତର, -ଜଙ୍ଗଲକୁ ଛତୁ ସଂଗ୍ରହ ପାଇଁ ଯାଇଥିବା ବେଳେ ଫୁଟିଲା ଲ୍ୟାଣ୍ଡମାଇନ୍‌
  • ||
  • କେନ୍ଦୁଝର : ଲଗାଣ ବର୍ଷାରେ ଅସ୍ତବ୍ୟସ୍ତ ତେଲକୋଇ, ପିଟାନାଳି ପୋଲ ଉପରେ ୩ ଫୁଟର ବନ୍ୟା ଜଳ ପ୍ରବାହିତ
  • ||
  • ଭୁବନେଶ୍ୱର : ମୃତ୍ୟୁ ସହ ସଂଘର୍ଷ କରୁଛି ଝିଅ, ସୁସ୍ଥ ହେବା ପାଇଁ ପ୍ରାର୍ଥନା କରନ୍ତୁ କହିଲେ ଏଫଏମ୍ କଲେଜ ପୀଡ଼ିତାଙ୍କ ବାପା
  • ||
  • ଗଞ୍ଜାମ : ମନ୍ଦିର ଗେଟ୍‌ରେ ପିଟିହେଲା ବାଇକ୍‌, ୨ ମୃତ
  • ||
  • ମହାମହିମଙ୍କ ଗସ୍ତ ପାଇଁ କମିଶନରେଟ୍‌ ପୁଲିସ ପକ୍ଷରୁ ଟ୍ରାଫିକ୍ କଟକଣା, ସହର ଭିତରକୁ ୨ ଦିନ ପାଇଁ ଭାରୀଯାନ ମନା
  • ||
  • ପାରାଦ୍ଵୀପର ପରିବା ମାର୍କେଟ୍‌ରେ ଅଗ୍ନିକାଣ୍ଡ, ୬ରୁ ଉର୍ଦ୍ଧ୍ଵ ଦୋକାନ ପୋଡ଼ି ପାଉଁଶ
  • ||
  • ଏଫଏମ୍‌ କଲେଜରେ ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା, ଆଜି ବାଲେଶ୍ୱର ଗସ୍ତ କରିବ ପିସିସି ଅନୁଧ୍ୟାନ କମିଟି
  • ||
  • ଶ୍ରାବଣ ସୋମବାର ଉପଲକ୍ଷେ ସୁଦର୍ଶନ ପଟ୍ଟନାୟକଙ୍କ ବାଲୁକା କଳା, ବାଲିରେ ଝଲସିଲେ ଦେବ ଦେବ ମହାଦେବ
  • ||
  • ଭେଣ୍ଟିଲେଟରରେ ମୃତ୍ୟୁ ସହ ଲଢୁଛନ୍ତି FM କଲେଜ ଛାତ୍ରୀ, ଭର୍ଚୁଆଲରେ ଦିଲ୍ଲୀ ଏମ୍ସର ପରାମର୍ଶରେ ଚାଲିଛି ଡାୟାଲିସିସ୍‌
  • ||
  • ଡେଲାଙ୍ଗରେ ବ୍ୟାପିଛି ବାର୍ଡ ଫ୍ଲୁ, ଚିକେନ୍ ପ୍ରେମୀଙ୍କ ମନରେ ଛନକା, ଦୁଇ ଦିନରେ ମରାଗଲାଣି ୬,୭୩୧ କୁକୁଡ଼ା
  • ||
  • ମହାକାଶରୁ ଶୁଭାଂଶୁଙ୍କ ମେସେଜ୍, କହିଲେ ସାରେ ଜହାଁ ସେ ଅଛା, ହିନ୍ଦୁସ୍ତାନ ହମାରା, ଆଜି ମହାକାଶରୁ ପୃଥିବୀ ଅଭିମୁଖେ ଯାତ୍ରା
  • ||
  • ଲଣ୍ଡନ ସାଉଥ୍‌ଏଣ୍ଡ୍ ଏୟାରପୋର୍ଟରେ ବିମାନ ଦୁର୍ଘଟଣା, ଉଡ଼ାଣର କିଛି ସମୟ ଭିତରେ ଜଳିଗଲା ବିଚ୍‌କ୍ରାଫ୍ B200 ସୁପରକିଙ୍ଗ୍
  • ||
  • ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି: ଏମ୍‌ସ, ରେଭେନ୍ସା ବିଶ୍ୱବିଦ୍ୟାଳୟ ସମାବର୍ତ୍ତନ ସମାରୋହରେ ଦେବେ ଯୋଗ
  • ||
  • ବଙ୍ଗୋପସାଗରରେ ଯୋଡ଼ା ଲଘୁଚାପ ସକ୍ରିୟ: ଆଜି ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
  • ||
  • ଶ୍ରାବଣ ମାସର ପ୍ରଥମ ସୋମବାରରେ ଚଳଚଞ୍ଚଳ ଧବଳେଶ୍ଵରଙ୍କ ପୀଠ, ଶ୍ରାବଣୀ ଲିଙ୍ଗରେ ଜଳଲାଗି କଲେ କାଉଡ଼ିଆ
  • ||

ପୁଟିନ୍ ଦିନରେ ଖୁବ୍ ଭଲ କଥା ହୁଅନ୍ତି, ରାତି ହେଲେ କରନ୍ତି ବୋମା ବର୍ଷା : ରୁଷ ରାଷ୍ଟ୍ରପତିଙ୍କ ଉପରେ ବର୍ଷିଲେ ଟ୍ରମ୍ପ

Published By : Harapriya Biswal | July 14, 2025 6:52 PM

ନୂଆଦିଲ୍ଲୀ,୧୪।୭: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡୋ ଟ୍ରମ୍ପ ୟୁକ୍ରେନ୍ ଯୁଦ୍ଧକୁ ରୋକିବା ପାଇଁ କୌଣସି ରାସ୍ତା ବାହାର ନକରିବା ନେଇ ଅସନ୍ତୋଷ ପ୍ରକାଶ କରିଛନ୍ତି। ଟ୍ରମ୍ପ ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଉପରେ ଅସନ୍ତୋଷ ପ୍ରକାଶ କରି କହିଛନ୍ତି ଯେ ସେ ଜଣେ ଦୋମୁହାଁ ନୀତି ରଖିଥିବା ବ୍ୟକ୍ତି। ଟ୍ରମ୍ପ କହିଛନ୍ତି,  ପୁଟିନ ଦିନରେ ଫୋନରେ ଭଲ ଭାବରେ କଥା ହୁଅନ୍ତି କିନ୍ତୁ ରାତିରେ ୟୁକ୍ରେନ ଉପରେ କ୍ଷେପଣାସ୍ତ୍ର ବର୍ଷା କରନ୍ତି। ଏହି ମନୋଭାବ ୟୁକ୍ରେନରେ ଶାନ୍ତି ଆଣିବ ନାହିଁ। ଟ୍ରମ୍ପ ୟୁକ୍ରେନକୁ ପାଟ୍ରିଅଟ୍ ଏୟାର ଡିଫେନ୍ସ କ୍ଷେପଣାସ୍ତ୍ର ଦେବାକୁ ମଧ୍ୟ ଘୋଷଣା କରିଛନ୍ତି। 

ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଉପରେ ଅଭିଯୋଗ କରିଛନ୍ତି। ସେ କହିଛନ୍ତି, ପୁଟିନ୍ ଗୋଟିଏ କଥା କହୁଛନ୍ତି ଏବଂ ଅନ୍ୟ କିଛି କରୁଛନ୍ତି। 'ମୁଁ ପୂର୍ବରୁ ଭାବୁଥିଲି ଯେ ପୁଟିନ ଯାହା କୁହନ୍ତି ତାହା କରନ୍ତି କିନ୍ତୁ ଏହା ସେପରି ନୁହେଁ। ସେ ଦିନରେ ବହୁତ ଭଲ ଭାବରେ କଥା ହୁଅନ୍ତି ଏବଂ ରାତିରେ ୟୁକ୍ରେନୀୟ ଲୋକଙ୍କ ଉପରେ ବୋମା ମାଡ଼ କରୁଛନ୍ତି। ଆମେ ଏହା ପସନ୍ଦ କରୁନାହୁଁ।' ଟ୍ରମ୍ପଙ୍କ ଏହି ବୟାନ ଏପରି ସମୟରେ ଆସିଛି ଯେତେବେଳେ ରୁଷ ୟୁକ୍ରେନ ଉପରେ ଆକ୍ରମଣକୁ ଆହୁରି ବଢାଇ ଦେଇଛି।

ନାଟୋ ସହଯୋଗୀଙ୍କୁ କମ୍ ପ୍ରତିରକ୍ଷା ଖର୍ଚ୍ଚ ପାଇଁ ଘେରୁଥିବା ଟ୍ରମ୍ପ କହିଛନ୍ତି, ଏହା ବହୁତ ପୂର୍ବରୁ  ହୋଇଯିବା ଦରକାର। ୟୁରୋପକୁ ଆଞ୍ଚଳିକ ସୁରକ୍ଷାର ଅଧିକ ଦାୟିତ୍ବ ନେବା ଦରକାର, ତାକୁ ଆମେରିକା ଉପରେ ପକାଇବା ଉଚିତ ନୁହେଁ। ଟ୍ରମ୍ପ ବାରମ୍ବାର କହୁଛନ୍ତି, ତାଙ୍କର ସହଯୋଗୀ ହତିଆର ଉପରେ ଖର୍ଚ୍ଚ କରିବାକୁ ଚାହାଁନ୍ତି ନାହିଁ। ୟୁରୋପୀୟ ସଂଘ ଏପର୍ଯ୍ୟନ୍ତ ଟ୍ରମ୍ପଙ୍କ ଘୋଷଣା ଉପରେ କୌଣସି ପ୍ରତିକ୍ରିୟା ଦେଇ ନାହିଁ।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.