ପ୍ରମୂଖ ଖବର
  • ଜାମ୍ମୁ-କାଶ୍ମୀରରେ ଏନକାଉଣ୍ଟର, ୩ ଯବାନ ଆହତ , ଜଣେ ଆତଙ୍କୀ ନିପାତ
  • ||
  • ମୁମ୍ବାଇରେ ଭୁଶୁଡିଲା ତିନି ମହଲା କୋଠା, ଚାପି ହୋଇ ଚାଲିଗଲା ୨ ଜୀବନ, ଏକାଧିକ ଆହତ
  • ||
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ମଙ୍ଗଳବାର ଓଡ଼ିଶା ଗସ୍ତରେ ଆସୁଛନ୍ତି ଛତିଶଗଡ଼ ଉପମୁଖ୍ୟମନ୍ତ୍ରୀ, ନବରଙ୍ଗପୁରର ଉମରକୋଟରେ ଦଳୀୟ କାର୍ଯ୍ୟକ୍ରମରେ ଯୋଗଦେବେ

ଭୁବନେଶ୍ୱର,୧୯/୦୩: ମଙ୍ଗଳବାର ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଛତିଶଗଡ଼ ଉପମୁଖ୍ୟମନ୍ତ୍ରୀ ବିଜୟ ଶର୍ମା । ଗସ୍ତ ବେଳେ ନବରଙ୍ଗପୁର ଜିଲ୍ଲା ଉମରକୋଟରେ ବିଜେପିର ବିଭିନ୍ନ କାର୍ଯ୍ୟକ୍ରମରେ  ଯୋଗଦେବେ । ବିଶେଷ କରି  "ବିକଶିତ ଭାରତ' ଗଠନ ପାଇଁ ଜନପରାମର୍ଶ ଓ ଜନସହଯୋଗ ପାଇଁ ଦେଶବାସୀଙ୍କ ଉଦ୍ଦେଶ୍ୟରେ  ପ୍ରଧାନମନ୍ତ୍ରୀ ଦେଇଥିବା ଚିଠିକୁ ରାଜ୍ୟର ୧ କୋଟି ପରିବାରରେ ପହଞ୍ଚାଇବା ଉଦ୍ଦେଶ୍ୟରେ ଲୋକଙ୍କୁ  କହିବେ । 

"ବିକଶିତ ଓଡ଼ିଶା ଓ  ବିକଶିତ ଭାରତ' ହିଁ ମୋଦିଙ୍କ  ଗ୍ୟାରେଣ୍ଟି । ମୋଦିଜୀ ପୁଣି ତୃତୀୟଥର  ପାଇଁ ପ୍ରଧାନମନ୍ତ୍ରୀ ହେବେ ଓ ବିଜେପି  ଦେଶ ଓ ରାଜ୍ୟରେ ସରକାର ଗଠନ  କରିବ । ଲୋକସଭା ନିର୍ବାଚନରେ  ୪ଶହରୁ ଅଧିକ ଆସନ ଜିତି ଦଳ  ନିରଙ୍କୁଶ ସଂଖ୍ୟା ଗରିଷ୍ଠତା ହାସଲ କରିବ ବୋଲି ପ୍ରଚାର କରିବେ । ଏହି  ଅଭିଯାନରେ ନବରଙ୍ଗପୁରବାସୀଙ୍କୁ ସାମିଲ କରିବା ପାଇଁ ଶ୍ରୀ ଶର୍ମା  ଆସୁଛନ୍ତି । ଏହି ଗସ୍ତ ବେଳେ ଶ୍ରୀ ଶର୍ମା  କାର୍ଯ୍ୟକର୍ତ୍ତା ସମ୍ମିଳନୀ ସହ ବଣିକ  ସଂଘ ସଦସ୍ୟଙ୍କ ବୈଠକ, ଲାଭାର୍ଥୀ  ସମ୍ମିଳନୀ ଓ ଘର ଘର ଜନସମ୍ପର୍କ  କାର୍ଯ୍ୟକ୍ରମରେ ଯୋଗଦେବେ । ଶ୍ରୀ  ଶର୍ମାଙ୍କ ନବରଙ୍ଗପୁର ଗସ୍ତ ଓଡ଼ିଆ  ଲୋକଙ୍କ ପାଇଁ ନୂଆ ଉତ୍ସାହ ସୃଷ୍ଟି  କରିବ ବୋଲି ରାଜ୍ୟ ସମ୍ପାଦକ  ସରୋଜ କର ସୂଚନା ଦେଇଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.