PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେନ୍ଦ୍ରାପଡ଼ା : ସିମେଣ୍ଟ ଇଟାଭାଟି ମାଲିକଙ୍କୁ ବିଭତ୍ସ ଭାବେ ହତ୍ୟା, ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ଵର : ରାଜଧାନୀରୁ ଲୁଟେରା ଗ୍ୟାଙ୍ଗ ଗିରଫ, ୧୭୧ ଗ୍ରାମର ସୁନା ଜବତ
  • ||
  • ଢେଙ୍କାନାଳ : କପି ଯାଞ୍ଚ୍ ବାହାନାରେ ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ, ପରୀକ୍ଷା କେନ୍ଦ୍ର ସମ୍ମୁଖରେ ଛାତ୍ରଛାତ୍ରୀଙ୍କ ଧାରଣା
  • ||
  • ଝାରସୁଗୁଡ଼ା : ଏସଏମସି ପାୱାର ଜେନେରେସନ କାରଖାନାରେ ଦୁର୍ଘଟଣା, ନିଆଁରେ ପୋଡ଼ି ହୋଇ ଶ୍ରମିକ ଗୁରୁତର
  • ||
  • ଭୁବନେଶ୍ଵର : ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କୁଲତା ସମାଜ, ନୃସିଂହନାଥ ପୀଠର ଉନ୍ନତିକରଣ ପଦକ୍ଷେପ ପାଇଁ ଦେଲେ ଧନ୍ୟବାଦ
  • ||
  • ମାର୍ଶାଘାଇ : ଦିନ ଦ୍ଵିପ୍ରହରେ ଲୁଟ୍, ମହିଳାଙ୍କୁ ଭୁଜାଲି ଦେଖାଇ ଅଳଙ୍କାର ଲୁଟିନେଲେ ୨ ଦୁର୍ବୃତ୍ତ
  • ||
  • ବିଜୟ ହଜାରେ ଟ୍ରଫି: ଇତିହାସ ରଚିଲେ ଋତୁରାଜ, ଗୋଟିଏ ଓଭରରେ ମାରିଲେ ୭ ଛକା
  • ||
  • କେନ୍ଦ୍ରାପଡ଼ା : ସିମେଣ୍ଟ ଇଟାଭାଟି ମାଲିକଙ୍କୁ ବିଭତ୍ସ ଭାବେ ହତ୍ୟା, ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର
  • ||
  • କେନ୍ଦ୍ରାପଡ଼ା: ବାଲିଆ ବାଣ ବିସ୍ଫୋରଣ ଅଘଟଣ: ଏସ୍‌ସିବିରେ ଆଉ ଜଣଙ୍କ ମୃତ୍ୟୁ, ଆହୁରି ୧୧ ଜଣଙ୍କ ଅବସ୍ଥା ଗୁରୁତର
  • ||
  • କଟକ: ଡିସେମ୍ବର ୯ରୁ ମାଟ୍ରିକ୍‌ ଏସ୍‌ଏ-୧ ଖାତା ଦେଖା, ୫୬ଟି କେନ୍ଦ୍ରରେ ହେବ ମୂଲ୍ୟାୟନ
  • ||
  • ଭୁବନେଶ୍ୱର: ରାଜ୍ୟରେ ଶୀତ ଲହରୀ ଅସମ୍ଭାଳ: ୧୦ ଡିଗ୍ରୀ ତଳେ ୭ ସହର, ସେମିଳିଗୁଡା ସବୁଠୁ ଥଣ୍ଡା
  • ||

ମଙ୍ଗଳବାର ରାଶିଫଳ: ମନରେ ଅସ୍ଥିରତା ଏବଂ ପରିବାରରେ ବିବାଦ ଦେଖାଦେବ, ଏହି ରାଶିର ଲୋକଙ୍କ ପାଇଁ ଦିନଟି ଖରାପ

ଅଦ୍ୟ ତା.୦୪.୧୦.୨୦୨୨ରିଖ, କନ୍ୟା ୧୮ ଦିନ, ଆଶ୍ୱିନ ମାସ ଶୁକ୍ଳପକ୍ଷ ନବମୀ, ମଙ୍ଗଳବାର । ନବମୀ: ଦିବା ୨ଟା ୨୧ ମିନିଟ୍‌ । ଉତ୍ତରାଷାଢ଼ା : ରାତ୍ରି ୧୦ଟା ୫୧ ମିନିଟ୍‌ । ଧନୁ ଚନ୍ଦ୍ର: ସକାଳ ୬ଟା ୦୨ ମିନିଟ୍‌ । ସୂର୍ଯ୍ୟୋଦୟ-୫ଟା ୩୯ ମିନିଟ୍‌ ୨୧ ସେକେଣ୍ଡ, ସୂର୍ଯ୍ୟାସ୍ତ-୫ଟା ୩୧ ମିନିଟ୍‌ ୦୪ ସେକେଣ୍ଡ । ଯୋଗିନୀ ପୂର୍ବେ, ଦିବା ୨ଟା ୨୧ ମିନିଟ୍‌ ଗତେ ଉତ୍ତରେ । ମୃତେ ଦ୍ୱିପାଦ, ରାତ୍ରି ୧୦ଟା ୫୧ ମିନିଟ୍‌ ଗତେ ଏକପାଦ ପୁଷ୍କର ଦୋଷ । ଲାଉ ଖାଇବା ମନା, ଖାଇଲେ ଗୋମାଂସ ସହ ସମାନ । ଅଦ୍ୟ ଶାରଦୀୟ ମହାନବମୀ । ସୋମନାଥ ବ୍ରତ ଉଦ୍‌ଯାପନ ।

ମଙ୍ଗଳବାର ରାଶିଫଳ
ମେଷ: ଦଶମ ଚନ୍ଦ୍ର, ମଙ୍ଗଳବାର ଏବଂ ଅପରାହ୍ନ ୨ଟା ୨୧ ମିନିଟ୍‌ ପରେ ଦଶମୀ ତିଥି ହେତୁ କର୍ମରେ ଉନ୍ନତି, କର୍ମ ପ୍ରତି ଏକାଗ୍ରତା, ଆନ୍ତରିକତା ଅଧିକ ରହିବ ଏବଂ ସମସ୍ତ କର୍ମରେ ଆଶାଠାରୁ ଅଧିକ ସଫଳତା ଓ ସମସ୍ତ କଷ୍ଟସାଧ୍ୟ କାମ ଆପଣଙ୍କ ପାଇଁ ସହଜ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ରହିବ । ଯେଉଁମାନଙ୍କର ଦ୍ୱିଜା ମେଷ ସେମାନେ ଉପକୃତ ହେବେ । ଶୁଭରଙ୍ଗ-ଲାଲ୍‌, ସଂଖ୍ୟା: ୩, ଆରାଧନା: ମା’ ବଗଳାମୁଖୀ ।

ବୃଷ: ନବମ ଚନ୍ଦ୍ର, ନବମୀ ତିଥି ଯୋଗୁ ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା ଏବଂ ଖ୍ୟାତି, ସୁଖ୍ୟାତି ଓ ପ୍ରତିପତ୍ତି ବୃଦ୍ଧି ପାଇବ । ଧାର୍ମିକ କାର୍ଯ୍ୟ ଓ ଗୁରୁଜନଙ୍କ ସେବାରେ ଅଧିକ ଆଗ୍ରହ ରହିବ ଏବଂ ମନରେ ଉଚ୍ଚାଭିଳାଷ ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ । କର୍ମରେ ସଫଳତା ଓ ପଦସ୍ଥ ଅଧିକାରୀଙ୍କ ଶୁଭଦୃଷ୍ଟିରେ ରହିବେ । ଯେଉଁମାନଙ୍କର ରୋହିଣୀ ଓ ମୃଗଶିରା ବୃଷ ସେମାନେ ଉପକୃତ ହେବେ । ଶୁଭରଙ୍ଗ: ଧଳା, ସଂଖ୍ୟା: ୧୨, ଆରାଧନା: ପ୍ରଭୁ ଶ୍ରୀରାମ ।

ମିଥୁନ: ଅଷ୍ଟମ ଚନ୍ଦ୍ର, ଅତିଶୟ ଯୋଗ ହେତୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର ଓ ଯାନବାହନ ଆରୋହଣ କାଳରେ ସତର୍କ ହେବେ । ସମସ୍ତ କର୍ମ, ଚାଲିଚଳନରେ ବ୍ୟତିକ୍ରମ ଏବଂ ଉଚିତ୍‌ କର୍ମରୁ ବିଚ୍ୟୁତ ହୋଇ ଅନୁଚିତ୍‌ କର୍ମରେ ଆଗ୍ରହ ରଖିବେ । ମନରେ ଅସ୍ଥିରତା, ପରିବାରରେ ବିବାଦ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ । ବାଣିଜ୍ୟ, ବ୍ୟବସାୟରେ ଆୟ ସ୍ୱଳ୍ପ ହେବ ଏବଂ କର୍ମରେ ବାଧାବିଘ୍ନ ଦେଖାଦେବ । ଯେଉଁମାନଙ୍କର ଆର୍ଦ୍ରା ମିଥୁନ ସେମାନେ ସତର୍କ ହେବେ । ଶୁଭରଙ୍ଗ: କଫି, ସଂଖ୍ୟା: ୬, ଆରାଧନା – ଭଗବାନ ବିଷ୍ଣୁ ।

କର୍କଟ: ସ୍ତ୍ରୀସୌଖ୍ୟ, ସ୍ତ୍ରୀହେତୁକ ଧନପ୍ରାପ୍ତି ଏବଂ ଦାମ୍ପତ୍ୟ ଜୀବନ ମଧୁର ହେବ । ମୂଲ୍ୟବାନ ଧାତୁ, ବସନଭୂଷଣ ଓ ସୌଖୀନ ଘରୋଇ ଉପକରଣ କ୍ରୟ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ଅପରିଚିତ ମହିଳାଙ୍କଠାରୁ ସାହାଯ୍ୟ, ସହଯୋଗ ପ୍ରାପ୍ତ କରିବେ । କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ କରିବେ । ଯେଉଁମାନଙ୍କର ପୁନର୍ବସୁ ଓ ଅଶ୍ଳେଷା କର୍କଟ ସେମାନେ ଉପକୃତ ହେବେ । ଶୁଭରଙ୍ଗ: ଲାଲ୍‌, ସଂଖ୍ୟା: ୧, ଆରାଧନା: ମା’ ଭୁବନେଶ୍ୱରୀ ।

ସିଂହ: ସକାଳ ୬ଟା ୦୨ ମିନିଟ୍‌ ପରେ ଘାତଚନ୍ଦ୍ର ଓ ଘାତତିଥି ହେତୁ ମନରେ ଅସ୍ଥିରତା, ପରିବାରରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ସ୍ୱାସ୍ଥ୍ୟ ବିଗିଡ଼ିଯିବ । ଚାଲିଚଳନ ବ୍ୟବହାର ବିବାଦୀୟ ହେବ ଏବଂ ଶତ୍ରୁବୃଦ୍ଧି ଘଟିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ସ୍ୱଳ୍ପ ହେବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କର ବିରୋଧର ଶିକାର ହେବେ । ଯେଉଁମାନଙ୍କର ମଘା ଓ ଉତ୍ତରା ଫାଲଗୁନୀ ସିଂହ ସେମାନେ ସତର୍କ ହେବେ । ଶୁଭରଙ୍ଗ: ହଳଦିଆ, ସଂଖ୍ୟା: ୧୧, ଆରାଧନା: ଭଗବାନ ଶିବ ।

କନ୍ୟା: ପଞ୍ଚମ ଚନ୍ଦ୍ର ହେତୁ ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ, ପିତାମାତାଙ୍କ କୃପା ଏବଂ ଚାଲିଚଳନ ବ୍ୟବହାର ମାର୍ଜିତ ଓ ସର୍ବଜନ ଆଦୃତ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ ପରିବାରର ହସଖୁସି, ସୁଖ, ଶାନ୍ତି, ଅତୁଟ ରହିବ । ନୂତନ ବିଦ୍ୟା, କଳା, ସଂସ୍କୃତିରେ ଅଧିକ ଆଗ୍ରହ ରହିବ ଏବଂ ଆପଣଙ୍କ ବାକ୍‌ଚାତୁରୀ ଓ ବାକ୍‌ ବିଚକ୍ଷଣତା ପ୍ରକାଶ ପାଇବ । କର୍ମରେ ସଫଳତା ଓ ସମସ୍ତଙ୍କର ପ୍ରିୟଭାଜନ ହେବେ । ଯେଉଁମାନଙ୍କର ହସ୍ତା ଓ ଚିତ୍ରା କନ୍ୟା ସେମାନେ ଉପକୃତ ହେବେ । ଶୁଭରଙ୍ଗ: ସବୁଜ, ସଂଖ୍ୟା: ୪, ଆରାଧନା: ମା’ ତ୍ରିପୁରସୁନ୍ଦରୀ ।

ତୁଳା: ସକାଳ ୬ଟା ୦୨ ମିନିଟ୍‌ ପର୍ଯ୍ୟନ୍ତ ଘାତଚନ୍ଦ୍ର ଓ ପରେ ଚତୁର୍ଥ ଚନ୍ଦ୍ର ଯୋଗୁ ବାଦବିବାଦ, ଆର୍ଥିକ କାରବାର, ସ୍ୱଜନରେ କଥାବାର୍ତ୍ତା ଓ ଯାନବାହନ ଆରୋହଣ କାଳରେ ସତର୍କ ହେବେ । ମନରେ ଅସ୍ଥିରତା, ପରିବାରରେ ବିବାଦ, ଆର୍ଥିକ ଠକାମି, ଯାନବାହନରେ ଖର୍ଚ୍ଚାନ୍ତ ଏବଂ ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ସ୍ୱଳ୍ପ ହେବ ଏବଂ କର୍ମରେ ବାଧାବିଘ୍ନ ଏବଂ ବହୁବିଧ ସମସ୍ୟା ଦେଖାଦେଇପାରେ । ଯେଉଁମାନଙ୍କର ସ୍ୱାତୀ ତୁଳା ସେମାନେ ସତର୍କ ହେବେ । ଶୁଭରଙ୍ଗ: ସିଲ୍‌ଭର, ସଂଖ୍ୟା: ୮, ଆରାଧନା: ମା’ ସମଲେଶ୍ୱରୀ ।

ବିଛା: ତୃତୀୟ ଚନ୍ଦ୍ର ଓ ମଙ୍ଗଳବାର ଯୋଗୁ ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖଶାନ୍ତି ଏବଂ ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ । ଭାଇଭଉଣୀଙ୍କ ସାହାଯ୍ୟ, ସହଯୋଗ ମିଳିବ ଏବଂ ତାଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ଅଧିକ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ଆଶାଠାରୁ ଅଧିକ ସଫଳତା ମିଳିବ । ଯେଉଁମାନଙ୍କର ବିଶାଖା ଓ ଜ୍ୟେଷ୍ଠା ବିଛା ସେମାନେ ଉପକୃତ ହେବେ । ଶୁଭରଙ୍ଗ: ଗୋଲାପୀ, ସଂଖ୍ୟା: ୩, ଆରାଧନା: ପ୍ରଭୁ ସ୍କନ୍ଦ ।

ଧନୁ: ଦ୍ୱିତୀୟ ଚନ୍ଦ୍ର ଯୋଗୁ ଧନ ଓ ଆୟ ପ୍ରତି ମନରେ ଅଧିକ ଦୁର୍ବଳତା ଓ ଆଗ୍ରହ ରହିବ ଏବଂ ଆୟରେ ଓ କର୍ମରେ ଯେତେ ଅଧିକ ସଫଳତା ମିଳିଲେ ମଧ୍ୟ ମନରେ ଆତ୍ମସନ୍ତୋଷ ମିଳିବ ନାହିଁ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ମିଳିଲେ ମଧ୍ୟ କିଛି ସମସ୍ୟା ଦେଖାଦେବ । ଯେଉଁମାନଙ୍କର ପୂର୍ବାଷାଢ଼ା ଧନୁ ସେମାନେ ଉପକୃତ ହେବେ । ଶୁଭରଙ୍ଗ: ଲାଲ୍‌, ସଂଖ୍ୟା: ୨, ଆରାଧନା: ମା’ ପ୍ରଭୁ ଗଜାନନ ।

ମକର: ଘାତବାର ଓ ଶ୍ରୀଚନ୍ଦ୍ର ଯୋଗୁ ଘାତବାରର ପ୍ରଭାବ କମ୍‌ ରହିବ । ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଏବଂ ଆମୋଦପ୍ରମୋଦ, ମଉଜ, ମଜଲିସରେ ଅଧିକ ଆଗ୍ରହ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ଲକ୍ଷ୍ମୀଙ୍କର କୃପା ଆପଣଙ୍କ ଉପରେ ରହିବ । ସ୍ୱଜନ, ବନ୍ଧୁ ଓ ପଡ଼ୋଶୀଙ୍କ ସହ ସୁସମ୍ପର୍କ ରହିବ ଏବଂ ଦେହ ମନ ସୁସ୍ଥ ରହିବ । କର୍ମରେ ପରିଶ୍ରମ ତୁଳନାରେ ଅଧିକ ସଫଳତା ପ୍ରାପ୍ତି ହେବ । ଯେଉଁମାନଙ୍କର ଶ୍ରବଣା ଓ ଧନିଷ୍ଠା ମକର ସେମାନେ ଉପକୃତ ହେବେ । ଶୁଭରଙ୍ଗ: ବାଇଗଣୀ, ସଂଖ୍ୟା: ୬, ଆରାଧନା : ମା’ ଚଣ୍ଡୀ ।

କୁମ୍ଭ: ଅପବ୍ୟୟ, ଅପବାଦ ଓ ଅପଯଶର ଶିକାର ହେବେ । ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ ଏବଂ ସମସ୍ତ କର୍ମରେ ଭୁଲ୍‌ ନିଷ୍ପତ୍ତି ନେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ପାଞ୍ଚଟଙ୍କା ହେଲେ ବ୍ୟୟ ପଚିଶ ଟଙ୍କା ହେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । କର୍ମରେ ବିଫଳତା ଏବଂ କର୍ମ ପ୍ରତି ଆଳସ୍ୟତା ଭାବ ଅଧିକ ରହିବ । ଯେଉଁମାନଙ୍କର ଶତଭିଷା କୁମ୍ଭ ସେମାନେ ସତର୍କ ହେବେ । ଶୁଭରଙ୍ଗ: କଳା, ସଂଖ୍ୟା : ୬, ଆରାଧନା: ମା’ ଦୁର୍ଗା ।

ମୀନ: ଏକାଦଶ ଚନ୍ଦ୍ର ହେତୁ ଧନ, ସମ୍ପଦ, ପ୍ରାଚୁର୍ଯ୍ୟ, ପ୍ରତିପତ୍ତି ବୃଦ୍ଧି ପାଇବ ଏବଂ ସମସ୍ତ ଆଶା, ଆକାଂକ୍ଷା, ଅଭିଳାଷ ପୂର୍ଣ୍ଣ ହେବ । ସମସ୍ତ ଈପସିତ ବସ୍ତୁତ, ସୁବିଧାସୁଯୋଗ ହାତ ପାଆନ୍ତାରେ ଉପଲବ୍ଧ ହେବ ଏବଂ ବାଣିଜ୍ୟ, ବ୍ୟବସାୟରେ ଆୟ ଅତି ଉତ୍ତମ ହେବ । ମୂଲ୍ୟବାନ ଧାତୁ, ଭୂମି କ୍ରୟ କରିବେ ଏବଂ ଉନ୍ନତିମୂଳକ କର୍ମରେ ଧନର ବିନିଯୋଗ କରିବେ । କର୍ମରେ ସଫଳତା ଓ ପଦମର୍ଯ୍ୟାଦା ଅତୁଟ ରହିବ । ଯେଉଁମାନଙ୍କର ପୂର୍ବଭାଦ୍ର ଓ ରେବତୀ ମୀନ ସେମାନେ ଉପକୃତ ହେବେ । ଶୁଭରଙ୍ଗ: ଲାଲ୍‌, ସଂଖ୍ୟା : ୫, ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ ।