ମେଷ : ଷଷ୍ଠଚନ୍ଦ୍ର, ମଙ୍ଗଳବାର ଓ ଚନ୍ଦ୍ର, ମଙ୍ଗଳ ଉଭୟଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ ଏବଂ ସମସ୍ତ ଆଶା, ଆକାଂକ୍ଷା, ଅଭିଳାଷପୂର୍ଣ୍ଣ ହେବ । ମୂଲ୍ୟବାନ ଧାତୁ, ଭୂମି, ଯାନବାହନ କ୍ରୟ କରିବେ ଏବଂ ଉନ୍ନତିମୂଳକ କର୍ମରେ ଅଧିକ ଧ୍ୟାନ ଦେବେ । ରୋଗ, ଋଣ, ଶତ୍ରୁରୁ ମୁକ୍ତି ମିଳିବ ଏବଂ ଦେହ, ମନ ସୁସ୍ଥ ରହିବ । ମନରେ ପ୍ରସନ୍ନତା, ଚାଲି ଚଳନରେ ସଂଯମତା, ବଚନରେ ମଧୁରତା ଏବଂ ସମସ୍ତଙ୍କୁ ବଶୀଭୂତ କରିବାର ଶକ୍ତି ଜାଗ୍ରତ ହେବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ ଏବଂ କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀପ୍ରାପ୍ତ ହେବ । ଯେଉଁମାନଙ୍କର ଦ୍ୱିଜାମେଷ, ସେମାନେ ଉପକୃତ ହେବେ ।
ଶୁଭରଙ୍ଗ : ଗେର୍ରୁଆ, ସଂଖ୍ୟା : ୬, ଆରାଧନା : ପ୍ରଭୁହନୁମାନ
ବୃଷ : ଘାତଚନ୍ଦ୍ର,ଦିବା ୧୧ଟା ୫୪ ମିନିଟ୍ ପର୍ଯ୍ୟନ୍ତ ଘାତ ନକ୍ଷତ୍ର ଯୋଗୁ ମନ ଅସ୍ଥିର, ବିଷାଦଗ୍ରସ୍ତ, ଚାପଗ୍ରସ୍ତ ରହିବ ଏବଂ ଅପମାନ, ଅପଯଶ, ଅପନିନ୍ଦା ମିଳିବ । ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା, ପ୍ରତ୍ୟୁତ୍ପନ୍ନମତି, ଦୂରଦୃଷ୍ଟି, ଧୀଶକ୍ତି ଓ ସ୍ମରଣଶକ୍ତି ଲୋପପାଇବ ଏବଂ ନିଜର ପ୍ରିୟବନ୍ଧୁଙ୍କ ସହ ବିବାଦ ଦେଖାଯିବ । ସନ୍ତାନମାନେ ବିଶୃଙ୍ଖଳିତ ହେବେ ଏବଂ ପାରିବାରିକ ବିବାଦ ଉଗ୍ରରୂପ ଧାରଣ କରିବ । ପିତାମାତାଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା କିମ୍ବା ପୈତୃକ ସମ୍ପତ୍ତିକୁ ନେଇ ବିବାଦ ଦେଖାଯିବ। ବାଣିଜ୍ୟ, ବ୍ୟବସାୟ, ପରିବହନରେ ମାନ୍ଦାବସ୍ଥା ଲାଗି ରହିବ । କର୍ମରେ ବିଫଳତା ଓ ସମ୍ମାନ ହାନି ଘଟିବ । ଯେଉଁମାନଙ୍କର ରୋହିଣୀ ଓ ମୃଗଶିରାବୃଷ, ସେମାନେ ସତର୍କ ହେବେ ।
ଶୁଭରଙ୍ଗ : ନୀଳ, ସଂଖ୍ୟା : ୦୨, ଆରାଧନା : ମା’ କମଳା
ମିଥୁନ : ଶୁକ୍ଳପକ୍ଷର ଚତୁର୍ଥ ଚନ୍ଦ୍ରଯୋଗୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା, ଯାନବାହନରେ ଖର୍ଚ୍ଚାନ୍ତ ଏବଂ ଶାରୀରିକପୀଡ଼ା ଭୋଗିବେ । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜି ଯାଇପାରେ ଏବଂ ଆର୍ଥିକ ଠକାମିରେ ପଡ଼ିପାରନ୍ତି । ଧନକୁ ନେଇ ବିବାଦ ଓ ମାଲିମକଦ୍ଦମାରେ ପଡ଼ିବେ ଏବଂ ପରିବାରରେ ଅଶାନ୍ତିର ବାତାବରଣ ରହିବ । ବାଣିଜ୍ୟ, ବ୍ୟବସାୟରେ କ୍ଷତି, ପରିବହନ ବ୍ୟବସାୟରେ ବିପର୍ଯ୍ୟୟ ଘଟିବ । କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁମାନଙ୍କର ମୃଗଶିରାମିଥୁନ, ସେମାନେ ସତର୍କ ହେବେ ।
ଶୁଭରଙ୍ଗ : ସବୁଜ, ସଂଖ୍ୟା : ୧୨, ଆରାଧନା : ମା’ ତ୍ରିପୁରସୁନ୍ଦରୀ
କର୍କଟ : ତୃତୀୟଚନ୍ଦ୍ର, ମଙ୍ଗଳବାର ଓ ଚନ୍ଦ୍ର, ମଙ୍ଗଳ ଉଭୟଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖଶାନ୍ତି, ସ୍ୱଜନରେ ସୁସମ୍ପର୍କ ଏବଂ ଭାଇଭଉଣୀଙ୍କ ସାହାଯ୍ୟ, ସହଯୋଗପ୍ରାପ୍ତି ହେବ । ସୁଖବର, ସୁସମ୍ବାଦ ମିଳିବ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ନେବେ । ପୁତ୍ର, କନ୍ୟା, ଭ୍ରାତୃ, ଭଗ୍ନୀଙ୍କର ବୈବାହିକ କର୍ମର ଆୟୋଜନ କରିବେ କିମ୍ବା କୌଣସି ଶୁଭକର୍ମରେ ପରିବାର ସହଯୋଗ ଦେବେ । ମନରେ ଦୃଢ଼ଇଚ୍ଛାଶକ୍ତି, ଆତ୍ମବିଶ୍ୱାସ ପ୍ରକାଶ ପାଇବ ଏବଂ ମନୋବଳ ଦୃଢ଼ ହେବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ । କର୍ମରେ ସଫଳତା ଓ ସମସ୍ତ ଅସମ୍ପୂର୍ଣ୍ଣ କର୍ମକୁ ପୂର୍ଣ୍ଣାଙ୍ଗ ରୂପ ଦେବାରେ ସମର୍ଥ ହେବେ । ଯେଉଁମାନଙ୍କର ପୁନର୍ବସୁ ଓ ଅଶ୍ଲେଷାକର୍କଟ, ସେମାନେ ସୁଫଳ ପାଇବେ ।
ଶୁଭରଙ୍ଗ : ସିଲ୍ଭର, ସଂଖ୍ୟା : ୫, ଆରାଧନା : ମା’ସମଲେଶ୍ୱରୀ
ସିଂହ: ଶୁକ୍ଳପକ୍ଷର ଦ୍ୱିତୀୟଚନ୍ଦ୍ର ଓ ମଙ୍ଗଳବାର ଘାତତିଥି ଯୋଗୁ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ ମନରେ ଆତ୍ମସନ୍ତୋଷ, ଆତ୍ମତୃପ୍ତି ମିଳିବ ନାହିଁ । ଆକସ୍ମିକ ଧନଲାଭ, କୌଣସି ବିଶେଷସୂତ୍ରରୁ ଧନପ୍ରାପ୍ତି ଏବଂ ଅନ୍ୟକୁ ଦେଇଥିବା ଧନ, ହୃତଧନ ଫେରିପାଇବେ । ମୂଲ୍ୟବାନ ଧାତୁ, ଭୂମି, ଯାନବାହନ କ୍ରୟ କରିବେ ଏବଂ ଆୟର କିଛି ଅଂଶ ସଞ୍ଚୟରେ ବିନିଯୋଗ କରିବେ । ଖର୍ଚ୍ଚ କରିବାରେ ଟାଳଟୁଳ ନୀତି ଅବଲମ୍ବନ କରିବେ ଏବଂ ଧନର ସଦ୍ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ । କର୍ମରେ ସଫଳତା ଓ ଦରମାରେ କିଛି ବୃଦ୍ଧି ଘଟିପାରେ । ଯେଉଁମାନଙ୍କର ପୂର୍ବା ଫାଲଗୁନୀସିଂହ, ସେମାନେ ଉପକୃତ ହେବେ ।
ଶୁଭରଙ୍ଗ: ଗୋଲାପୀ, ସଂଖ୍ୟା : ୩, ଆରାଧନା :ପ୍ରଭୁଶ୍ରୀଜଗନ୍ନାଥ
କନ୍ୟା: ଶ୍ରୀଚନ୍ଦ୍ରଯୋଗୁ ଧନ, ମାନ, ସମ୍ମାନ, ସ୍ୱଜନରେ ସୁସମ୍ପର୍କ, ପରିବାରରେ ସୁଖଶାନ୍ତି, ଲକ୍ଷ୍ମୀଙ୍କର କୃପା ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତିହେବ । ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ମାର୍ଜିତ ଓ ସର୍ବଜନାଦୃତ ହେବ ଏବଂ ସମସ୍ତଙ୍କର ପ୍ରଶଂସାଭାଜନ ହେବେ । ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ, ପରିବାର ସଦସ୍ୟଙ୍କ ସହଯୋଗ ମିଳିବ ଏବଂ ଦେହ, ମନ ସୁସ୍ଥ ରହିବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଯାହାହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ, ଆତ୍ମତୃପ୍ତି ରହିବ । କର୍ମରେ ସ୍ୱଳ୍ପ ପରିଶ୍ରମରେ ଅଧିକ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ହସ୍ତାକନ୍ୟା, ସେମାନେ ସୁଫଳ ପାଇବେ ।
ଶୁଭରଙ୍ଗ : ମେରୁନ୍, ସଂଖ୍ୟା : ୪, ଆରାଧନା : ଭଗବାନ ବିଷ୍ଣୁ
ତୁଳା: ଶୁକ୍ଳପକ୍ଷର ଦ୍ୱାଦଶଚନ୍ଦ୍ରଯୋଗୁ ଆୟ ପାଞ୍ଚ ଟଙ୍କା ହେଲେ ବ୍ୟୟ ପଚିଶ ଟଙ୍କା ହେବ ଏବଂ ଆର୍ଥିକସ୍ଥିତି ପ୍ରଭାବିତ ହେବ । ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ, ପରିବାରର ଖର୍ଚ୍ଚଭାର ବୃଦ୍ଧିପାଇବ ଏବଂ ଖର୍ଚ୍ଚଭାରରେ ଅତିଷ୍ଠ ହୋଇ ଋଣଗ୍ରସ୍ତ ହେବେ । ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ ଏବଂ ବିନାକାରଣରେ ବହୁତ ବ୍ୟସ୍ତ ରହିବେ । ସତ୍ସଙ୍ଗ ପରିତ୍ୟାଗ କରି କୁସଙ୍ଗରେ ପଡ଼ିବେ ଏବଂ ନିଜକୁ ଅସହାୟ ମନେ କରିବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ କ୍ଷତି ପହଞ୍ଚିବ । କର୍ମରେ ବିଫଳତା ଓ କର୍ମପ୍ର୍ତି ଅନାଗ୍ରହ ଭାବ ପ୍ରକାଶ ପାଇବ । ଯେଉଁମାନଙ୍କର ଚିତ୍ରାତୁଳା, ସେମାନେ ସତର୍କ ହେବେ ।
ଶୁଭରଙ୍ଗ : କଫି, ସଂଖ୍ୟା : ୮, ଆରାଧନା : ମା’ ତ୍ରପୁରସୁନ୍ଦରୀ
ବିଛା : ଏକାଦଶଚନ୍ଦ୍ର, ମଙ୍ଗଳବାର ଓ ଚନ୍ଦ୍ର, ମଙ୍ଗଳ ଉଭୟଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ଭାଗ୍ୟରେ, କର୍ମରେ, ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ ଏବଂ ଧନ, ସମ୍ପଦ ବୃଦ୍ଧିପାଇବ । ନୂତନ କର୍ମାରମ୍ଭ, ବ୍ୟବସାୟାରମ୍ଭ, ବିଦେଶ ଯାତ୍ରାର ସୁଯୋଗ ଜୁଟିବ ଏବଂ ଆୟର ନୂତନ ମାର୍ଗ ଖୋଲିବ । ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତିମୂଳକ କର୍ମରେ ଧ୍ୟାନ ଅଧିକ ରହିବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ସଫଳତା ଏବଂ ପଦସ୍ଥ ଅଧିକାରୀଙ୍କ ଶୁଭଦୃଷ୍ଟିରେ ରହିବେ । ଯେଉଁମାନଙ୍କର ବିଶାଖା ଓ ଜ୍ୟେଷ୍ଠାବିଛା, ସେମାନେ ଉପକୃତ ହେବେ ।
ଶୁଭରଙ୍ଗ : ଲାଲ୍, ସଂଖ୍ୟା : ୩, ଆରାଧନା : ପ୍ରଭୁହନୁମାନ
ଧନୁ : ଶୁକ୍ଳପକ୍ଷର ଦଶମଚନ୍ଦ୍ରଯୋଗୁ ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତିମୂଳକ କର୍ମରେ ଧ୍ୟାନ ଅଧିକ ରହିବ । ଆଜି ଯେକୌଣସି କର୍ମ କରିବେ, ସେଥିରେ ଶତପ୍ରତିଶତ ସଫଳତା ପାଇବେ ଏବଂ ସମସ୍ତ କର୍ମରେ ଆପଣଙ୍କର କର୍ମକୁଶଳତା ଓ କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ମିଳିବ । କର୍ମରେ ପରିଶ୍ରମ ତୁଳନାରେ ଅଧିକ ସଫଳତା ଏବଂ ସମସ୍ତ କର୍ମ ଆଜି ଆପଣଙ୍କ ପାଇଁ ସହଜ ହେବ । ଯେଉଁମାନଙ୍କର ମୂଳା ଓ ଉତ୍ତରାଷାଢ଼ା ଧନୁ, ସେମାନେ ଉପକୃତ ହେବେ ।
ଶୁଭରଙ୍ଗ : ହଳଦିଆ, ସଂଖ୍ୟା: ୭, ଆରାଧନା: ମା’ ତାରା
ମକର : ନବମ ଚନ୍ଦ୍ର, ନବମୀତିଥି ଓ ଘାତବାର ଯୋଗୁ ଘାତବାରର ପ୍ରଭାବ ରହିବ ନାହିଁ । ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା, ଜନ ସମ୍ପର୍କ ବୃଦ୍ଧି ପାଇବ ଏବଂ ମହତ୍ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ । ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା, ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ । କୌଣସି ସଭା କିମ୍ବା ସଙ୍ଗଠନର ନେତୃତ୍ୱ ନେବେ । ଧନ, ସମ୍ପଦ ବୃଦ୍ଧିପାଇବ ଏବଂ ଆୟର କିଛି ଅଂଶ କୌଣସି ଆର୍ଥିକସଂସ୍ଥାରେ ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ । କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀପ୍ରାପ୍ତ ହେବ । ଯେଉଁମାନଙ୍କର ଶ୍ରବଣାମକର, ସେମାନେ ସୁଫଳ ପାଇବେ ।
ଶୁଭରଙ୍ଗ : କଳା, ସଂଖ୍ୟା : ୬, ଆରାଧନା : ମା’ କାଳୀ
କୁମ୍ଭ : ଅଷ୍ଟମଚନ୍ଦ୍ରଯୋଗୁ ମନରେ ବିରକ୍ତିଭାବ, ଚିଡ଼ିଚିଡ଼ାପଣ ପ୍ରକାଶ ପାଇବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଶାରୀରିକପୀଡ଼ା ଭୋଗିବେ । ଉଚିତ୍କର୍ମରୁ ବିଚ୍ୟୁତ ହୋଇ ଅନୁଚିତ୍ କର୍ମରେ ଆଗ୍ରହ ରଖିବେ ଏବଂ ସତ୍ସଙ୍ଗ ପରିତ୍ୟାଗ କରି କୁସଙ୍ଗରେ ପଡ଼ିବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ କ୍ଷତି ପହଞ୍ଚିବ । କର୍ମରେ ବିଫଳତା ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖାଯିବ । ଯେଉଁମାନଙ୍କର ଧନିଷ୍ଠାକୁମ୍ଭ, ସେମାନେ ସତର୍କ ହେବେ ।
ଶୁଭରଙ୍ଗ : ବାଇଗଣୀ, ସଂଖ୍ୟା : ୧୧, ଆରାଧନା : ମା’ ଦୁର୍ଗା
ମୀନ : ସପ୍ତମଚନ୍ଦ୍ର, ନବମୀତିଥି ମଙ୍ଗଳବାର ଓ ଚନ୍ଦ୍ର, ମଙ୍ଗଳଉଭୟଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ମୂଲ୍ୟବାନ ଧାତୁ, ବସନଭୂଷଣ, ସୌଖୀନ ଘରୋଇ ଉପକରଣ କ୍ରୟ କରିବେ । ଧନ, ସମ୍ପଦ ବୃଦ୍ଧିପାଇବ ଏବଂ ବିଭିନ୍ନ ଉତ୍ସରୁ ଧନପ୍ରାପ୍ତି ହେବ । ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା, ପରିବାରରେ ମିତ୍ରତା, ସମସ୍ତଙ୍କ ସହ ବନ୍ଧୁତା, ଚାଲିଚଳନରେ ସଂଯମତା ଏବଂ ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ । ପୁତ୍ର, କନ୍ୟା, ଭ୍ରାତୃଭଗ୍ନୀଙ୍କ ବୈବାହିକ କର୍ମର ଆୟୋଜନ କରିବେ ଏବଂ ଆମୋଦପ୍ରମୋଦରେ ଅଧିକ ଧନ ବ୍ୟୟ କରିବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ । କର୍ମରେ ସଫଳତା ଏବଂ ମହିଳା ସହକର୍ମୀଙ୍କ ସାହାଯ୍ୟ, ସହଯୋଗ ପ୍ରାପ୍ତିହେବ । ଯେଉଁମାନଙ୍କର ପୂର୍ବଭାଦ୍ର ଓ ରେବତୀମୀନ, ସେମାନେ ଉପକୃତ ହେବେ ।
ଶୁଭରଙ୍ଗ : ଲାଲ୍, ସଂଖ୍ୟା : ୯, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ
ଜ୍ୟୋତିର୍ବିଦ୍: କୈଳାସ ଦାଶ
ଫୋନ୍ : ୯୪୩୭୧୩୩୪୭୩