ମେଷ: ଘାତଚନ୍ଦ୍ର ଯୋଗୁ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ। ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ ଏବଂ ନିଜର ଲୋକମାନେ ଶତ୍ରୁତା ଆଚରଣ କରିବେ। ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ ଏବଂ ଅଯଥା ଖର୍ଚ୍ଚ ଓ ଶତ୍ରୁ ବୃଦ୍ଧିଘଟିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁମାନଙ୍କର ଦ୍ୱିଜାମେଷ, ସେମାନେ ସତର୍କ ହେବେ ।
ଶୁଭରଙ୍ଗ: ଗେରୁଆ, ସଂଖ୍ୟା : ୩, ଆରାଧନା : ପ୍ରଭୁ ହନୁମାନ ।
ବୃଷ: ଦ୍ୱାଦଶ ଚନ୍ଦ୍ର ଯୋଗୁ ଆୟ ପାଞ୍ଚ ଟଙ୍କା ହେଲେ ବ୍ୟୟ ପଚିଶ ଟଙ୍କା ହେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ ଓ ପରିବାରର ଖର୍ଚ୍ଚଭାର ବୃଦ୍ଧି ପାଇବ ଏବଂ ଋଣଭାରରେ ଅତିଷ୍ଠ ହୋଇ ଋଣ କରିବାକୁ ପଡ଼ିପାରେ। ସତ୍ସଙ୍ଗ ପରିତ୍ୟାଗ କରି କୁସଙ୍ଗରେ ପଡ଼ିବେ ଏବଂ ବିନାକାରଣରେ ବହୁତ ବ୍ୟସ୍ତ ରହିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖାଦେବ । ଯେଉଁମାନଙ୍କର ମୃଗଶିରା ବୃଷ, ସେମାନେ ସତର୍କ ହେବେ ।
ଶୁଭରଙ୍ଗ : ନୀଳ, ସଂଖ୍ୟା : ୧୨, ଆରାଧନା : ମା’ କମଳା ।
ମିଥୁନ: ଏକାଦଶଚନ୍ଦ୍ର ଏବଂ ଶୁକ୍ରଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଆୟରମାର୍ଗ ଅତିଉତ୍ତମ ହେବ ଏବଂ ବିଭିିନ୍ନଉତ୍ସରୁ ଧନପ୍ରାପ୍ତିହେବ । ଆର୍ଥିକସ୍ଥିତିରେ ଉନ୍ନତି, ବ୍ୟବସାୟରେ ପ୍ରଗତି ଏବଂ କର୍ମରେ ସ୍ଥିତି ମଜଭୁତ ହେବ । ଆୟଠାରୁ ବ୍ୟୟ ବହୁତ କମ୍ ରହିବ ଏବଂ ଆୟର କିଛି ଅଂଶ ସଞ୍ଚୟରେ ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ଆଶାଠାରୁ ଅଧିକ ସଫଳତା ଓ ସମସ୍ତଙ୍କ କର୍ମରେ ଆପଣଙ୍କର ଦକ୍ଷତା ପ୍ରତିପାଦନ କରିବେ । ଯେଉଁମାନଙ୍କର ଆର୍ଦ୍ରା ମିଥୁନ, ସେମାନେ ଉପକୃତ ହେବେ ।
ଶୁଭରଙ୍ଗ :ମେରୁନ୍, ସଂଖ୍ୟା : ୬, ଆରାଧନା: ମା’ ତ୍ରିପୁର ସୁନ୍ଦରୀ ।
କର୍କଟ: ଦଶମଚନ୍ଦ୍ର, ମଙ୍ଗଳବାର ଯୋଗୁ ନୂତନ କର୍ମାରମ୍ଭ କରିପାରନ୍ତି କିମ୍ବା ନୂତନ ନିଯୁକ୍ତିର ଖବର ମିଳିପାରେ । ସମସ୍ତ ଅଟକିଥିବା କାମକୁ ସଫଳତାର ସହ ସମ୍ପାଦନ କରିବେ ଏବଂ କର୍ମ କରିବାର ନୂତନ ଉପାୟ ଆପଣାଇବେ । ମନରେ ସତ୍ଚିନ୍ତା, ସତ୍ଭାବନା ପ୍ରକାଶ ପାଇବ ଏବଂ ସତ୍କର୍ମରେ ଅଧିକ ଆଗ୍ରହ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ, ଆତ୍ମତୃପ୍ତି ରହିବ ଏବଂ ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ । ଯେଉଁମାନଙ୍କର ପୁଷ୍ୟା କର୍କଟ, ସେମାନେ ସୁଫଳ ପାଇବେ ।
ଶୁଭରଙ୍ଗ : ଲାଲ୍, ସଂଖ୍ୟା : ୧, ଆରାଧନା : ମା’ ମାତଙ୍ଗୀ ।
ସିଂହ: ନବମ ଚନ୍ଦ୍ର, ମଙ୍ଗଳବାର ଯୋଗୁ ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଶୁଭ ଦୃଷ୍ଟିରେ ରହିବେ । ପରୋପକାର, ସମାଜସେବା ଓ ଧାର୍ମିକକର୍ମରେ ଅଧିକ ଆଗ୍ରହ ରହିବ ଏବଂ ମହତ୍ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ । କୌଣସି ସଭା କିମ୍ବା ସଙ୍ଗଠନର ନେତୃତ୍ୱ ମିଳିବ ଏବଂ ବିଦେଶ ଯାତ୍ରାର ସୁଯୋଗ ଜୁଟିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ଉଚ୍ଚ ସମ୍ମାନ, ଉଚ୍ଚ ପଦବୀପ୍ରାପ୍ତ ହେବ । ଯେଉଁମାନଙ୍କର ମଘା ଓ ଉତ୍ତରା ଫାଲଗୁନୀ ସିଂହ, ସେମାନେ ଉପକୃତ ହେବେ ।
ଶୁଭରଙ୍ଗ : ଗୋଲାପୀ, ସଂଖ୍ୟା : ୩, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।
କନ୍ୟା: ଅଷ୍ଟମ ଚନ୍ଦ୍ର ଯୋଗୁ ମନରେ ବିରକ୍ତି ଭାବ ଓ ଚିଡ଼ିଚିଡ଼ାପଣ ପ୍ରକାଶ ପାଇବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ଅଯଥା ଖର୍ଚ୍ଚ, ବୃଥା ଭ୍ରମଣ ଲାଗି ରହିବ ଓ ସତ୍ସଙ୍ଗ ପରି ତ୍ୟାଗକରି କୁସଙ୍ଗରେ ପଡ଼ିବେ । ସମସ୍ତ ଆଶା, ଆକାଂକ୍ଷା, ଅଭିଳାଷ ନିରର୍ଥକ ଯିବ ଏବଂ ଶାରୀରିକ ପୀଡ଼ା ଭୋଗିବେ । ଉଚିତ୍ କର୍ମରୁ ବିଚ୍ୟୁତ ହୋଇ ଅନୁଚିତ୍ କର୍ମରେ ଆଗ୍ରହ ରଖିବେ ଏବଂ ବିନାକାରଣରେ ବହୁତ ବ୍ୟସ୍ତ ରହିବେ ।ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ କର୍ମପ୍ରତି ଅନାଗ୍ରହଭାବ ପ୍ରକାଶ ପାଇବ । ଯେଉଁମାନଙ୍କର ଚିତ୍ରା କନ୍ୟା, ସେମାନେ ସତର୍କ ହେବେ ।
ଶୁଭରଙ୍ଗ :ସବୁଜ, ସଂଖ୍ୟା : ୮, ଆରାଧନା : ମା’ ଛିନ୍ନମସ୍ତା ।
ତୁଳା: ସପ୍ତମ ଚନ୍ଦ୍ର ଏବଂ ଶୁକ୍ରଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ମାନସିକ, ପାରିବାରିକ ଶାନ୍ତି ଏବଂ ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ ଏବଂ ପରିଚିତ ମହିଳାଙ୍କ ଠାରୁ ସାହାଯ୍ୟ, ସହଯୋଗ ଓ ଧନ ମିଳିବ । ମୂଲ୍ୟବାନ ଧାତୁ, ବସନ ଭୂଷଣ, ସୌଖୀନ ଘରୋଇ ଉପକରଣ କ୍ରୟ କରିବେ ଏବଂ ଆମୋଦପ୍ରମୋଦ ଅଧିକ ଧନ ବ୍ୟୟକରିବେ ଏବଂ ଆମୋଦପ୍ରମୋଦରେ ଅଧିକ ଧନ ବ୍ୟୟ କରିବେ । ଧନ, ସମ୍ପଦ ବୃଦ୍ଧିପାଇବ ଏବଂ ସମସ୍ତ ଆଶା, ଆକାଂକ୍ଷା ଓ ଅଭିଳାଷ ପୂର୍ଣ୍ଣହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ । କର୍ମରେ ସଫଳତା ଓ ମହିଳା ସହକର୍ମୀଙ୍କ ସହଯୋଗ ମିଳିବ । ଯେଉଁମାନଙ୍କର ସ୍ୱାତୀ ତୁଳା, ସେମାନେ ଉପକୃତ ହେବେ ।ଶୁଭରଙ୍ଗ : ଧଳା, ସଂଖ୍ୟା : ୪, ଆରାଧନା : ମା’ ଗାୟତ୍ରୀ ।
ବିଛା : ଷଷ୍ଠଚନ୍ଦ୍ର, ମଙ୍ଗଳବାର ଯୋଗୁ ମୂଲ୍ୟବାନ ଧାତୁ, ଭୂମି ଓ ଯାନବାହନ କ୍ରୟ କରିବେ । ରୋଗ, ଋଣ, ଦୁଃଖ, ଶୋକ, କ୍ଳେଶ ଓ ମାନସିକ ଅବସାଦରୁ ସାମୟିକ ମୁକ୍ତି ମିଳିବ ଏବଂ ଦେହ, ମନ ସୁସ୍ଥ ରହିବ । ଶତ୍ରୁମାନେ ମିତ୍ରତାର ହାତ ବଢ଼ାଇବେ ଏବଂ ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ । ପରୋପକାର, ସମାଜସେବା ଓ ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ ଏବଂ କୌଣସି ସଭା କିମ୍ବା ସଙ୍ଗଠନର ନେତୃତ୍ୱ ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଓ ପ୍ରତିବନ୍ଧକ ଦୂରହେବ । ଯେଉଁମାନଙ୍କର ଅନୁରାଧା ବିଛା, ସେମାନେ ସୁଫଳ ପାଇବେ ।
ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୧୧, ଆରାଧନା : ମା’ ଚଣ୍ଡୀ ।
ଧନୁ : ପଞ୍ଚମ ଚନ୍ଦ୍ର ଓ ଘାତ ନକ୍ଷତ୍ର ଯୋଗୁ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ ମନରେ ଆତ୍ମସନ୍ତୋଷ, ଆତ୍ମ ତୃପ୍ତି ମିଳିବ ନାହିଁ । ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା, ପ୍ରତ୍ୟୁତ୍ପନ୍ନମତି, ଦୂରଦୃଷ୍ଟି, ଧୀଶକ୍ତି ଓ ସ୍ମରଣ ଶକ୍ତିର ବିକାଶ ଘଟିବ ଏବଂ କଳା ଓ ସଂସ୍କୃତିରେ ନିପୁଣତା ହାସଲ କରିବେ । ପିତାମାତାଙ୍କ କୃପା ଲାଭକରିବେ ଏବଂ ସନ୍ତାନମାନଙ୍କ ଶିକ୍ଷା, ଦୀକ୍ଷା ଓ କର୍ମରେ ଉନ୍ନତି ଆସିବ। ପାରିବାରିକ ବିବାଦର ସମାଧାନ ହେବ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ଆଶାଜନକ ସଫଳତା ମିଳିବ । ଯେଉଁମାନଙ୍କର ମୂଳା ଓ ଉତ୍ତରାଷାଢ଼ା ଧନୁ, ସେମାନେ ଉପକୃତ ହେବେ ।
ଶୁଭରଙ୍ଗ : ଗୋଲାପି, ସଂଖ୍ୟା : ୭, ଆରାଧନା : ପ୍ରଭୁଗଜାନନ ।
ମକର :ଶୁକ୍ଳ ପକ୍ଷର ଚତୁର୍ଥ ଚନ୍ଦ୍ର, ଘାତବାର ଯୋଗୁ ବାଦ ବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର, ଯାନବାହନ ଆରୋହଣ କାଳରେ ସତର୍କତା ଅବଲମ୍ବନ କରିବେ ଏବଂ ପିତାମାତା, ଗୁରୁଜନ ଓ କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ କଥାବାର୍ତ୍ତା ବେଳେ ଯଥା ସମ୍ଭବ ବାକ୍ସଂଯମତା ରକ୍ଷାକରିବେ । ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ବନ୍ଧୁବାନ୍ଧବଙ୍କ ସହ ଅପ୍ରିୟତା ଏବଂ ଆର୍ଥିକ ଠକାମିରେ ପଡ଼ିପାରନ୍ତି । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ ଏବଂ ଯାନବାହନରେ ଖର୍ଚ୍ଚାନ୍ତରେ ପଡ଼ିପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ।ଯେଉଁମାନଙ୍କର ଧନିଷ୍ଠା ମକର, ସେମାନେ ସତର୍କ ହେବେ ।
ଶୁଭରଙ୍ଗ : କଳା, ସଂଖ୍ୟା : ୧୧, ଆରାଧନା : ମା’ କାଳୀ ।
କୁମ୍ଭ : ତୃତୀୟଚନ୍ଦ୍ର ଓ ଶୁକ୍ରଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖଶାନ୍ତି ଏବଂ ଭାଇଭଉଣୀଙ୍କ ସାହାଯ୍ୟ, ସହଯୋଗ ମିଳିବ । ସୁଖବର, ସୁସମ୍ବାଦ ପ୍ରାପ୍ତ ହେବ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ନେବେ । ନୂତନ କର୍ମାରମ୍ଭ, ବ୍ୟବସାୟ ଆରମ୍ଭ ଓ ବିଦେଶ ଯାତ୍ରାର ସୁଯୋଗ ଜୁଟିବ ଏବଂ ଧନ, ସମ୍ପଦ ବୃଦ୍ଧିପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତକର୍ମରେ ଆପଣଙ୍କର କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ । ଯେଉଁମାନଙ୍କର ଶତଭିଷାକୁମ୍ଭ, ସେମାନେ ଉପକୃତ ହେବେ ।
ଶୁଭରଙ୍ଗ : କଫି, ସଂଖ୍ୟା : ୬, ଆରାଧନା : ମା’ ଭୈରବୀ ।
ମୀନ : ଦ୍ୱିତୀୟଚନ୍ଦ୍ର, ମଙ୍ଗଳବାର ଯୋଗୁ ଧନ ଓ ଆୟବୃଦ୍ଧି ପାଇଁ ଯୋଜନା କରିବେ ଏବଂ ଧନ ଓ ଆୟଯେତେ ଅଧିକ ମିଳିଲେ ମଧ୍ୟ ମନରେ ଆତ୍ମସନ୍ତୋଷ ମିଳିବ ନାହିଁ । ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଅନ୍ୟକୁ ଦେଇଥିବା ଧନ ଫେରିପାଇବେ ଏବଂ ଉନ୍ନତି ମୂଳକ କର୍ମରେ ଧନର ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ।କର୍ମରେ ସଫଳତା ମିଳିଲେ ମଧ୍ୟ କିଛି ସମସ୍ୟା ଦେଖାଦେବ । ଯେଉଁମାନଙ୍କର ଉତ୍ତର ଭାଦ୍ରମୀନ, ସେମାନେ ସୁଫଳ ପାଇବେ ।
ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୭, ଆରାଧନା : ମା’ ଧୂମାବତୀ ।