ମେଷ : ତୃତୀୟ ଚନ୍ଦ୍ର, ମଙ୍ଗଳବାର ଓ ବୃହସ୍ପତିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖଶାନ୍ତି, ସ୍ୱଜନରେ ସୁସମ୍ପର୍କ, ବନ୍ଧୁବାନ୍ଧବଙ୍କ ସହ ସଦ୍ଭାବ, ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଏବଂ ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ଆପଣାଇବେ । ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ, ଭାଇଭଉଣୀଙ୍କ ସହଯୋଗ ମିଳିବ ଏବଂ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ନୂତନ କର୍ମାରମ୍ଭ କରିପାରନ୍ତି କିମ୍ବା ନୂତନ ନିଯୁକ୍ତିର ଖବର ମିଳିପାରେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ । କର୍ମରେ ଆଶାଠାରୁ ଅଧିକ ସଫଳତା ଓ ସମସ୍ତ କର୍ମରେ ନିଜର ଶ୍ରେଷ୍ଠତା ପ୍ରତିପାଦନ କରିବେ । ଯେଉଁମାନଙ୍କର ଦ୍ୱିଜା ମେଷ, ସେମାନେ ସୁଫଳ ପାଇବେ । ଶୁଭ ରଙ୍ଗ : ଗୋଲାପୀ, ସଂଖ୍ୟା : ୩, ଆରାଧନା : ମା’ ଚଣ୍ଡୀ ।
ବୃଷ : କୃଷ୍ଣପକ୍ଷର ଦ୍ୱିତୀୟ ଚନ୍ଦ୍ର ଯୋଗୁ ଧନକୁ ନେଇ ବିବାଦ ଦେଖାଯିବ ଏବଂ ଆର୍ଥିକ ଠକାମିରେ ପଡ଼ିବେ । ମନରେ ଦୁଶ୍ଚିନ୍ତା, ଦୁର୍ଭାବନା, ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ ଶାରୀରିକ ପୀଡ଼ା ଭୋଗିବେ । ଅନ୍ୟଠାରୁ ଆଣିଥିବା ଧନ ଫେରେଇବାରେ ଅସମର୍ଥ ହେବେ ଏବଂ ଅନ୍ୟକୁ ଦେଇଥିବା ଧନ ପାଇବାରେ ବିଫଳ ହେବେ । ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ । ଅପରାହ୍ଣ ୩ଟା ୧୩ ମିନିଟ୍ ପରେ ଶୁକ୍ଳପକ୍ଷ ଭୋଗ ହେଉଥିବାରୁ ସମସ୍ତ କର୍ମ ଓ ବ୍ୟବସାୟରେ କିଛିଟା ଶୁଭଫଳ ମିଳିବ । ଅପରାହ୍ଣ ୩ଟା ୧୩ ମିନିଟ୍ ପର୍ଯ୍ୟନ୍ତ ବାଣିଜ୍ୟ, ବ୍ୟବସାୟରେ କ୍ଷତି ଓ କର୍ମରେ ବିଫଳତା ଓ ବହୁବିଧ ସମସ୍ୟାର ସମ୍ମୁଖୀନ ହେବେ । ଯେଉଁମାନଙ୍କର କୃତ୍ତିକା ଓ ମୃଗଶିରା ବୃଷ, ସେମାନେ ସତର୍କ ହେବେ । ଶୁଭ ରଙ୍ଗ : ସିଲ୍ଭର, ସଂଖ୍ୟା : ୧୨, ଆରାଧନା : ମା’ ଷୋଡ଼ଶୀ ।
ମିଥୁନ : ଶ୍ରୀଚନ୍ଦ୍ର ଯୋଗୁ ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା, ପରିବାରରେ ମିତ୍ରତା, ସମସ୍ତଙ୍କ ସହ ବନ୍ଧୁତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଏବଂ ସମସ୍ତଙ୍କର ମନ ଜିଣିବାରେ ସମର୍ଥ ହେବେ । ଆମୋଦପ୍ରମୋଦ, ମଉଜ ମଜଲିସରେ ଅଧିକ ଆଗ୍ରହ ରହିବ ଏବଂ ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ, ପଡ଼ୋଶୀଙ୍କ ସାହାଯ୍ୟ ସହଯୋଗ ମିଳିବ । ପୁତ୍ର, କନ୍ୟା, ଭ୍ରାତୃଭଗ୍ନୀଙ୍କର ବୈବାହିକ କର୍ମର ଆୟୋଜନ କରିବେ ଏବଂ ପରିବାର ପ୍ରତି ଅଧିକ ଧ୍ୟାନ ଦେବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ । କର୍ମରେ ସଫଳତା ଓ ସହକର୍ମୀଙ୍କ ସହଯୋଗ ଓ ପଦସ୍ଥ ଅଧିକାରୀଙ୍କ କୃପାଲାଭ କରିବେ । ଯେଉଁମାନଙ୍କର ଆର୍ଦ୍ରା ମିଥୁନ, ସେମାନେ ସୁଫଳ ପାଇବେ । ଶୁଭ ରଙ୍ଗ : ସବୁଜ, ସଂଖ୍ୟା : ୪, ଆରାଧନା : ମା’ ଛିନ୍ନମସ୍ତା ।
କର୍କଟ : କୃଷ୍ଣପକ୍ଷର ଦ୍ୱାଦଶ ଚନ୍ଦ୍ର ଯୋଗୁ ଓ କୃଷ୍ଣପକ୍ଷ ଅପରାହ୍ଣ ୩ଟା ୧୩ ମିନିଟ୍ ପର୍ଯ୍ୟନ୍ତ ରହୁଥିବାରୁ ସେ ସମୟ ପର୍ଯ୍ୟନ୍ତ ସମସ୍ତ କର୍ମରେ ଓ ବ୍ୟବସାୟରେ ଶୁଭଫଳ ମିଳିବ । ଖର୍ଚ୍ଚ ପ୍ରତି ଅନାଗ୍ରହ, ସଞ୍ଚୟ ପ୍ରତି ମନରେ ଆଗ୍ରହ ପ୍ରକାଶ ପାଇବ ଏବଂ ଧନର ସତ୍ବିନିଯୋଗ କରିବେ । ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତିମୂଳକ କର୍ମରେ ଧ୍ୟାନ ଅଧିକ ରହିବ । ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ, ପରିବାରର ଖର୍ଚ୍ଚଭାର କମ୍ ରହିବ ଏବଂ ସମସ୍ତ କର୍ମରେ ତତ୍ପରତା ଓ ସମୟାନୁର୍ତ୍ତିତା ପ୍ରକାଶ ପାଇବ । କୁସଙ୍ଗ ପରିତ୍ୟାଗ କରି ସତ୍ସଙ୍ଗ କରିବେ । ବାଣିଜ୍ୟ, ବ୍ୟବସାୟରେ ଆୟ ଉତ୍ତମ ହେବ । କର୍ମରେ ସଫଳତା ଆଶାଠାରୁ ଅଧିକ ପାଇବେ । ଅପରାହ୍ଣ ୩.୦୦ ପରେ ଶୁକ୍ଳପକ୍ଷ ଯୋଗୁ ସମସ୍ତ କର୍ମ, ବ୍ୟବସାୟରେ ଅଶୁଭ ଫଳ ମିଳିବ । ଯେଉଁମାନଙ୍କର ପୁଷ୍ୟା ଓ ଅଶ୍ଳେଷା କର୍କଟ, ସେମାନେ ଉପକୃତ ହେବେ । ଶୁଭ ରଙ୍ଗ : ଲାଲ୍, ସଂଖ୍ୟା : ୩, ଆରାଧନା : ମା’ ଭୁବନେଶ୍ୱରୀ ।
ସିଂହ: ଏକାଦଶ ଚନ୍ଦ୍ର, ମଙ୍ଗଳବାର ଓ ବୃହସ୍ପତିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ଆର୍ଥିକ ସ୍ଥିତିରେ ସୁଧାର ଆସିବ । ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ ଏବଂ ସମସ୍ତ ଆଶା, ଆକାଂକ୍ଷା, ଅଭିଳାଷ ପୂର୍ଣ୍ଣ ହେବ । ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଅନ୍ୟକୁ ଦେଇଥିବା ଧନ, ହୃତଧନ ଫେରିପାଇବେ । ଆର୍ଥିକ ସ୍ଥିତିରେ ଉନ୍ନତି, ବ୍ୟବସାୟରେ ପ୍ରଗତି ଏବଂ କର୍ମରେ ଉନ୍ନତି ଶିଖର ଛୁଇଁବ । ଧନର ସତ୍ବିନିଯୋଗ କରିବେ ଏବଂ ଉଚ୍ଚ ଲାଭ ଆଶାରେ କୌଣସି ଆର୍ଥିକ ସଂସ୍ଥାରେ ଅଧିକ ଧନ ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ । କର୍ମରେ ସଫଳତା ଓ ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁମାନଙ୍କର ପୂର୍ବା ଫାଲଗୁନୀ ସିଂହ, ସେମାନେ ସୁଫଳ ପାଇବେ । ଶୁଭ ରଙ୍ଗ : ସିଲ୍ଭର, ସଂଖ୍ୟା : ୬, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।
କନ୍ୟା : ଘାତଚନ୍ଦ୍ର ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର ଓ ଯେକୌଣସି କର୍ମ କରିବା ପୂର୍ବରୁ ଭଲ୍ ଭାବରେ ଚିନ୍ତାକରି ଆରମ୍ଭ କରିବେ । ଉଚିତ୍ କର୍ମରୁ ବିଚ୍ୟୁତ ହୋଇ ଅନୁଚିତ୍ କର୍ମରେ ଆଗ୍ରହ ରଖିବେ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ । ମନ ଅସ୍ଥିର, ବିଷାଦଗ୍ରସ୍ତ, ଚାପଗ୍ରସ୍ତ ରହିବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ଠିକ୍ ସମୟରେ ଠିକ୍ ନିଷ୍ପତ୍ତି ନେବାରେ ଅସମର୍ଥ ହେବେ ଏବଂ ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ । କର୍ମରେ ବିଫଳତା ଓ କର୍ମ ପ୍ରତି ବିପଦ ଦେଖାଦେଇପାରେ । ଯେଉଁମାନଙ୍କର ଚିତ୍ରା କନ୍ୟା, ସେମାନେ ସତର୍କ ହେବେ । ଶୁଭ ରଙ୍ଗ : କଫି, ସଂଖ୍ୟା : ୮, ଆରାଧନା : ମା’ ତ୍ରିପୁରସୁନ୍ଦରୀ ।
ତୁଳା : କୃଷ୍ଣପକ୍ଷର ନବମ ଚନ୍ଦ୍ର ଯୋଗୁ ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ । ମନ ଅସ୍ଥିର, ବିଷାଦଗ୍ରସ୍ତ, ଚାପଗ୍ରସ୍ତ ରହିବ ଏବଂ ଅପମାନ, ଅପଯଶ, ଅପନିନ୍ଦା ମିଳିବ । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ ଏବଂ ଆର୍ଥିକ ଠକାମିରେ ପଡ଼ିପାରନ୍ତି । ଉନ୍ନତିମୂଳକ କର୍ମରେ ପ୍ରତିବନ୍ଧକ, ଧାର୍ମିକ କର୍ମରେ ବିଘ୍ନ ଦେଖାଯିବ ଏବଂ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା, ହତୋତ୍ସାହ ଭାବ ପ୍ରକାଶ ପାଇବ । ପରିବାରରେ ମନୋମାଳିନ୍ୟ ଓ ନିଜର ପ୍ରିୟ କିମ୍ବା ପୁରାତନ ବନ୍ଧୁଙ୍କ ସହ ବିବାଦ ଏବଂ ଶାରୀରିକ ପୀଡ଼ା ଭୋଗିବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ ଆର୍ଥିକ ସ୍ଥିତି ପ୍ରଭାବିତ ହେବ । କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁମାନଙ୍କର ଚିତ୍ରା ଓ ବିଶାଖା ତୁଳା, ସେମାନେ ସତର୍କ ହେବେ । ଶୁଭ ରଙ୍ଗ : ନୀଳ, ସଂଖ୍ୟା : ୨, ଆରାଧନା : ମା’ କମଳା ।
ବିଛା : ଅଷ୍ଟମ ଚନ୍ଦ୍ର, ଅମାବାସ୍ୟା ତିଥି ଯୋଗୁ ମନରେ ବିରକ୍ତିଭାବ, ଚିଡ଼ିଚିଡ଼ାପଣ ପ୍ରକାଶ ପାଇବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ଯାନବାହନରେ ଖର୍ଚ୍ଚାନ୍ତ ଏବଂ ଶାରୀରିକ ପୀଡ଼ା ଭୋଗିବେ । ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ, ପରିବାରର ଖର୍ଚ୍ଚଭାର ବୃଦ୍ଧି ପାଇବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । ନିଶ୍ଚିତତାକୁ ପରିତ୍ୟାଗ କରି ଅନିଶ୍ଚିତତାର ପଶ୍ଚାତ୍ଧାବନ କରିବେ ଏବଂ ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ କ୍ଷତି ପହଞ୍ଚିବ । କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁମାନଙ୍କର ବିଶାଖା ବିଛା, ସେମାନେ ସତର୍କ ହେବେ । ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୧୧, ଆରାଧନା : ମା’ ଚଣ୍ଡୀ ।
ଧନୁ : ସପ୍ତମ ଚନ୍ଦ୍ର, ମଙ୍ଗଳବାର ଓ ବୃହସ୍ପତିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି, ସ୍ୱଜନରେ ସୁସମ୍ପର୍କ, ଦାମ୍ପତ୍ୟ ଜୀବନରେ ମଧୁରତା ଏବଂ ପରିଚିତ ମହିଳାଙ୍କଠାରୁ ସାହାଯ୍ୟ, ସହଯୋଗ ଓ ଧନ ମିଳିବ । ସମସ୍ତ ଆଶା, ଆକାଂକ୍ଷା, ଅଭିଳାଷ ପୂର୍ଣ୍ଣ ହେବ ଏବଂ ସମସ୍ତ ଈପ୍ସିତ ପଦାର୍ଥ ହାତପାଆନ୍ତାରେ ଉପଲବ୍ଧ ହେବ । ପରୋପକାର, ସମାଜସେବା, ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ ଏବଂ ମହତ୍ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ । ମୂଲ୍ୟବାନ ଧାତୁ, ବସନଭୂଷଣ, ସୌଖୀନ ଘରୋଇ ଉପକରଣ କ୍ରୟ କରିବେ ଏବଂ ଆମୋଦପ୍ରମୋଦରେ ଅଧିକ ଧ୍ୟାନ ଦେବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ । କର୍ମରେ ସଫଳତା ଓ ମହିଳା ସହକର୍ମୀଙ୍କ ସହଯୋଗ ମିଳିବ । ଯେଉଁମାନଙ୍କର ପୂର୍ବାଷାଢ଼ା ଧନୁ, ସେମାନେ ସୁଫଳ ପାଇବେ । ଶୁଭ ରଙ୍ଗ : ଗୋଲାପୀ, ସଂଖ୍ୟା : ୫, ଆରାଧନା : ପ୍ରଭୁ ଗଜାନନ ।
ମକର : ଷଷ୍ଠ ଚନ୍ଦ୍ର, ଘାତବାର ଯୋଗୁ ଘାତବାରର ପ୍ରଭାବ ରହିବ ନାହିଁ । ରୋଗ, ଋଣ, ଦୁଃଖ, ଶୋକ, କ୍ଳେଶ, ମାନସିକ ଅବସାଦରୁ ମୁକ୍ତି ମିଳିବ ଏବଂ ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଅତୁଟ ରହିବ । ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା, ଜନ ସମ୍ପର୍କ ବୃଦ୍ଧି ପାଇବ ଏବଂ ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ । ଶତ୍ରୁମାନେ ବଶୀଭୂତ ହେବେ ଏବଂ ସ୍ୱଜନ, ପରିଜନଙ୍କ ସହଯୋଗ ମିଳିବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ସଫଳତା, ସହକର୍ମୀଙ୍କ ସହଯୋଗ, ପଦସ୍ଥ ଅଧିକାରୀଙ୍କ କୃପା ଓ ପ୍ରମୋଶନ ମିଳିପାରେ । ଯେଉଁମାନଙ୍କର ଶ୍ରବଣା ମକର, ସେମାନେ ଉପକୃତ ହେବେ । ଶୁଭ ରଙ୍ଗ : କଳା, ସଂଖ୍ୟା : ୬, ଆରାଧନା : ମା’ କାଳୀ ।
କୁମ୍ଭ : କୃଷ୍ଣପକ୍ଷର ପଞ୍ଚମ ଚନ୍ଦ୍ର, ଅମାବାସ୍ୟା ତିଥି ଓ ମଙ୍ଗଳବାର ଯୋଗୁ ମାନ ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଇତର ଜନଠାରୁ ଅପମାନ ପାଇବେ । ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ବୁଝାମଣାର ଅଭାବ ରହିବ । ପିତାମାତାଙ୍କ ସ୍ୱାସ୍ଥ୍ୟ ଓ ସନ୍ତାନମାନଙ୍କ କର୍ମକୁ ନେଇ ଚିନ୍ତିତ ହେବେ ଏବଂ ପୈତୃକ ସମ୍ପତ୍ତିକୁ ନେଇ ବିବାଦ ଦେଖାଦେବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ କ୍ଷତି ପହଞ୍ଚିବ । କର୍ମରେ ବିଫଳତା ଓ ସମସ୍ତ କର୍ମ ବିବାଦୀୟ ହେବ । ଅପରାହ୍ଣ ୩ଟା ୧୩ ମିନିଟ୍ ପରେ ଶୁକ୍ଳପକ୍ଷ ଭୋଗ ହେଉଥିବାରୁ ସମସ୍ତ କର୍ମରେ ଓ ବ୍ୟବସାୟରେ କିଛିଟା ଶୁଭଫଳ ମିଳିବ । ଯେଉଁମାନଙ୍କର ଧନିଷ୍ଠା ଓ ପୂର୍ବଭାଦ୍ର କୁମ୍ଭ, ସେମାନେ ସତର୍କ ହେବେ । ଶୁଭ ରଙ୍ଗ : ଇନ୍ଦ୍ରନୀଳ, ସଂଖ୍ୟା : ୧୧, ଆରାଧନା : ମା’ ଦୁର୍ଗା ।
ମୀନ : କୃଷ୍ଣପକ୍ଷର ଚତୁର୍ଥ ଚନ୍ଦ୍ର, ମଙ୍ଗଳବାର ଓ ବୃହସ୍ପତିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଭାଗ୍ୟରେ, କର୍ମରେ ଓ ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ । ଧନ, ସମ୍ପତ୍ତି ବୃଦ୍ଧି ପାଇବ, ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା, ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ ଏବଂ ପରିବାରର ବୟୋଜ୍ୟେଷ୍ଠ ବ୍ୟକ୍ତିଙ୍କ କୃପାଲାଭ କରିବେ । ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଅନ୍ୟକୁ ଦେଇଥିବା ଧନ ଫେରିପାଇବେ । ନୂତନ କର୍ମାରମ୍ଭ, ବ୍ୟବସାୟାରମ୍ଭ, ବିଦେଶ ଯାତ୍ରାର ସୁଯୋଗ ଜୁଟିବ ଏବଂ ବିଭିନ୍ନ ଉତ୍ସରୁ ଧନପ୍ରାପ୍ତି ହେବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ । କର୍ମରେ ସଫଳତା ଓ ସମ୍ମାନ ମିଳିବ । ଅପରାହ୍ଣ ୩ଟା ୧୩ ମିନିଟ୍ ପରେ କୃଷ୍ଣପକ୍ଷ ଭୋଗ ହେଉଥିବାରୁ ବହୁବିଧ ସମସ୍ୟାର ସମ୍ମୁଖୀନ ହେବେ । ଯେଉଁମାନଙ୍କର ଉତ୍ତରଭାଦ୍ର ଓ ରେବତୀ ମୀନ, ସେମାନେ ଉପକୃତ ହେବେ । ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୭, ଆରାଧନା : ମା’ ମାତଙ୍ଗୀ ।
ଜ୍ୟୋତିର୍ବିଦ୍: କୈଳାସ ଦାଶ
ଯୋଗାଯୋଗ .: ୯୪୩୭୧୩୩୪୭୩