ପ୍ରମୂଖ ଖବର
  • ଏପ୍ରିଲ ୨୨ରୁ ଜୁନ୍‌ ୧୭ ମଧ୍ୟରେ କଥା ହୋଇନଥିଲେ ମୋଦୀ-ଟ୍ରମ୍ପ, ମଧ୍ୟସ୍ଥତା ଦାବିକୁ ଖଣ୍ଡନ କଲେ ଏସ୍‌. ଜୟଶଙ୍କର
  • ||
  • ଏମ୍ସରେ ନର୍ସଙ୍କୁ ଅସଦାଚାରଣ ଅଭିଯୋଗ, କାର୍ଯ୍ୟାନୁଷ୍ଠାନ ଦାବିରେ ଠିକା କର୍ମଚାରୀଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ
  • ||
  • ସାକ୍ଷୀଗୋପାଳ ମାଳତିପାଟପୁର ଷ୍ଟେସନ ନିକଟରେ ପୁରୀ-ବଦ୍ରୀନାଥ ଏକ୍ସପ୍ରେସ ଟ୍ରେନ ଧକ୍କାରେ ଟ୍ରାକ୍ଟର ଚୁରମାର
  • ||
  • ଭାରତକୁ ହରାଇ ଭାରତ ଚାମ୍ପିଅନ; ଚେସ୍ ବିଶ୍ବକପରେ ଇତିହାସ, ଦିବ୍ୟା ଦେଶମୁଖ ଜିତିଲେ ଟାଇଟଲ୍
  • ||
  • ଜାମ୍ମୁ-କାଶ୍ମୀରରେ ସେନାର ଅପରେସନ୍ ମହାଦେବକୁ ବଡ଼ ସଫଳତା, ଯବାନଙ୍କ ଗୁଳିରେ ୩ ଆତଙ୍କୀ ସଫା
  • ||
  • ଭୁବନେଶ୍ବର: ସତ୍ୟବିହାର ଅଞ୍ଚଳରେ ମହିଳା ହଷ୍ଟେଲରେ ଅଗ୍ନିକାଣ୍ଡ,ନିଆଁକୁ ଆୟତ୍ତ କଲେ ଅଗ୍ନିଶମ ଟିମ୍
  • ||
  • ରାଉରକେଲା : ଠିକା କର୍ମଚାରୀଙ୍କ ଆତ୍ମହତ୍ୟା ଉଦ୍ୟମ, ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି
  • ||
  • କେନ୍ଦ୍ରାପଡ଼ା: ଛାତ୍ରୀଙ୍କୁ ଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ; ବିଜ୍ଞାନ ଶିକ୍ଷକକୁ ନିଲମ୍ବନ କଲେ ଜିଲ୍ଲା ଶିକ୍ଷାଧିକାରୀ
  • ||
  • ବଳଙ୍ଗା ନାବାଳିକା ପୋଡ଼ି ମାମଲା: ବଢ଼ିଲା ସୁରକ୍ଷା, ପୀଡ଼ିତାଙ୍କ ଘରେ ପୁଲିସ ମୁତୟନ
  • ||
  • ବାଲେଶ୍ୱର : ଧାମରାରେ ମିସାଇଲ୍‌ ପ୍ରଳୟ-୬ର ସଫଳ ପରୀକ୍ଷଣ, ୧୫୦ ରୁ ୫୦୦ କିମି ଯାଏଁ କରିପାରିବ ଲକ୍ଷ୍ୟଭେଦ
  • ||
  • ନାଇଜେରିଆର ଡଙ୍ଗା ବୁଡ଼ି ୨୫ ମୃତ; ଅନେକ ନିଖୋଜ, ଡଙ୍ଗାରେ ଥିଲେ ମୋଟ୍ ୧୦୦ ଯାତ୍ରୀ
  • ||
  • ଭଦ୍ରକରେ ବନ୍ୟା ବିତ୍ପାତ; ୪ ପଞ୍ଚାୟତରେ ୨ ଦିନ ସ୍କୁଲ୍‌ ଛୁଟି
  • ||
  • ଜର୍ମାନୀରେ ଲାଇନଚ୍ୟୁତ ହେଲା ଟ୍ରେନ; ୩ ମୃତ, ୩୪ ଆହତ
  • ||
  • ଉତ୍ତର ଓଡ଼ିଶାରେ ବନ୍ୟା: ୬ ଜିଲ୍ଲାରେ ୧୧ ହଜାର ଲୋକ ପ୍ରଭାବିତ, ପାଣିଘେରରେ ଯାଜପୁରର ୧୧ ପଞ୍ଚାୟତ
  • ||
  • ଜଗତସିଂହପୁର : ବାଇକ୍‌କୁ ପିଟିଲା ବସ୍‌; ଜଣେ ମୃତ, ଜଣେ ଗୁରୁତର
  • ||
  • ବାରାବାଙ୍କୀ ଅବସାନେଶ୍ୱର ଶିବ ମନ୍ଦିରରେ ଦଳାଚକଟା, ୨ ଶ୍ରଦ୍ଧାଳୁ ମୃତ
  • ||
  • ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଖସାପଡ଼ା ନୀତି, ଆଜି ଅପରାହ୍ନ ୬ଟାରୁ ରାତି ୧୦ ଦର୍ଶନ ମନା
  • ||
  • ଶ୍ରାବଣ ମାସର ତୃତୀୟ ସୋମବାରରେ ଚଳଚଞ୍ଚଳ ଧବଳେଶ୍ଵରଙ୍କ ପୀଠ, ଶ୍ରାବଣୀ ଲିଙ୍ଗରେ ଜଳଲାଗି କଲେ କାଉଡ଼ିଆ
  • ||

ତୁତୁମ ସିଂ ଗ୍ରାମବାସୀଙ୍କ ଅଭିନଵ ପ୍ରତିବାଦ; ପ୍ରଶାସନକୁ ବିରୋଧ କରି ରାସ୍ତାରେ ତଳି ରୋଇଲେ

Published By : Bijay Swain | July 28, 2025 9:05 PM

ଜହ୍ନ।ପଙ୍କ, ୨୮/୭: ସ୍ୱାଧୀନତାର ସାତ ଦଶନ୍ଧି ପରେ ମଧ୍ୟ ଗାଁ ରାସ୍ତାରେ ମୁଠାଏ ମାଟି କି ମୋରମ ପଡି ପାରୁନି। ଫଳରେ ଗ୍ରାମବାସି ବର୍ଷା ଚାରି ମାସ ଯମ ଯନ୍ତ୍ରଣା ଭୋଗୁଛନ୍ତି। ଏ ହେଉଛି ବୌଦ୍ଧ ବ୍ଲକ ଆଦିବାସୀ ଅନୁନ୍ନତ ଟିକରପଡା ପଂଚାୟତ ଅନ୍ତର୍ଗତ ତୁତୁମ ସିଂ ଗାଁର ଦୃଶ୍ୟ। 

ସାମାନ୍ୟ ବର୍ଷା ହେଲେ ଗ୍ରାମବାସୀ ସାଇକେଲରେ ଯିବା ତ ଦୂରର କଥା ଚାଲିକି ଯିବା ଅସମ୍ଭବ ହୋଇପଡେ। କାହାର ଦେହ ଖରାପ ହେଲେ ଆମ୍ବୁଲାନ୍ସ ଯାଇ ପାରୁନଥିବାରୁ ଲୋକେ ଖଟରେ ଦୋଳା କରି ବଘିଆପଡା-ଟିକରପଡା ମୁଖ୍ୟ ରାସ୍ତାକୁ ଆଣନ୍ତି। ସେଠାରୁ ଆମ୍ବୁଲାନ୍ସ ଯୋଗେ ଡାକ୍ତରଖାନା ନେବାକୁ ପଡେ। ବେଳେ ବେଳେ ଗୁରୁତର ରୋଗୀ ମୃତ୍ୟୁମୁଖରେ ପଡିବା ଭଳି ନଜିର ରହିଛି। 

ତେବେ ସୋମବାର ଟିକରପଡା ପଂଚାୟତରେ ଜନଶୁଣାଣୀ ଥିବାରୁ ଆଜି ତଳି ରୋଇ ପ୍ରତିବାଦ କରିଛନ୍ତି। ହେଲେ ମଧ୍ୟ ଜିଲ୍ଲାପାଳଙ୍କ କାନକୁ ଏକଥା ପହଂଚି ନପାରିବାରୁ ଶେଷରେ ଗ୍ରାମବାସୀ ଜନଶୁଣାଣୀରେ ରାସ୍ତା ମରାମତି ପାଇଁ ଅଭିଯୋଗ କରିଛନ୍ତି। ଏନେଇ ପିଇଓ ହିମାଂଶୁ ପ୍ରଧାନଙ୍କୁ ପଚାରିବାରୁ ରାସ୍ତା ଉନ୍ନତି କରଣ ପାଇଁ ଅନୁଦାନ ଦିଆଯାଇଛି। କିନ୍ତୁ ଗ୍ରାମବାସୀଙ୍କ ମଧ୍ୟରେ ସମନ୍ୱୟ ଅଭାବରୁ କାର୍ଯ୍ୟ ଆଗେଇ ପାରୁନାହିଁ ବୋଲି ସୂଚନା ପ୍ରଦାନ କରିଛନ୍ତି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.