ପ୍ରମୂଖ ଖବର
  • କଟକ ଯିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ରେଭେନ୍ସା ବିଶ୍ୱବିଦ୍ୟାଳୟ ୧୩ ତମ ସମାବର୍ତ୍ତନ ଉତ୍ସବରେ ଯୋଗ ଦେବେ
  • ||
  • ମଙ୍ଗଳବାରଠୁ ଆଧାର ଓଟିପିରୁ ବୁକ୍‌ ହେବ ତତ୍କାଳ ଟିକଟ, ପ୍ରଥମ ୩୦ ମିନିଟ୍‌ ଏଜେଣ୍ଟ କରିପାରିବେନି ବୁକିଂ
  • ||
  • ବୌଦ୍ଧ: ଟ୍ରକକୁ ପଛରୁ ଧକ୍କା ଦେଲା ବୋଲବମ୍ ଯାତ୍ରୀଙ୍କୁ ନେଇ ଯାଉଥିବା ପିକଅପ ଭ୍ୟାନ,୫ ଗୁରୁତର
  • ||
  • ଏଫ୍‌ଏମ୍‌ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟକୁ ନେଇ ଶୋକବ୍ୟକ୍ତ କଲେ କେନ୍ଦ୍ରମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀ
  • ||
  • ସୃଷ୍ଟି ହେଲା ଅବପାତ: ଉତ୍ତର, ପଶ୍ଚିମରେ ଅତି ପ୍ରବଳ ବର୍ଷା ସମ୍ଭାବନା, ୫ ଜିଲ୍ଲାକୁ ସତର୍କ
  • ||

ବାତ୍ୟାର ମୁକାବିଲା ପାଇଁ କମିଶନରେଟ ପୋଲିସ ସମ୍ପୂର୍ଣ୍ଣ ପ୍ରସ୍ତୁତ,ଆବଶ୍ୟକ ଥିଲେ ଯୋଗାଯୋଗ କର...

Published By : Prameya | October 22, 2024 2:15 PM

କଟକ ୨୨/୧୦: ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ କମିଶନରେଟ ପୋଲିସ ସମ୍ପୂର୍ଣ୍ଣ ପ୍ରସ୍ତୁତ। ବାତ୍ୟା ସମୟରେ ଲୋକଙ୍କୁ ସମସ୍ତ ପ୍ରକାର ସାହାଯ୍ୟ କରାଯିବ। ଯେଉଁ ଅଞ୍ଚଳରେ ଲୋକମାନେ ପାଣି ଘେରରେ ଥିବେ ସେମାନେ ସାହାଯ୍ୟ ପାଇଁ ଯୋଗାଯୋଗ କରିପାରିବେ । ପୋଲିସ ସେମାନଙ୍କୁ ସହଯୋଗର ହାତ ବଢାଇବ ବୋଲି କହିଛନ୍ତି ପୋଲିସ କମିଶନର ଏସ୍‌ ଦେବ ଦତ୍ତ ସିଂ।

ପୋଲିସ କମିଶନର କହିଛନ୍ତି ଯେ, ସମ୍ଭାବ୍ୟ ବାତ୍ୟା ଦାନା ମୁକାବିଲା ପାଇଁ ଟ୍ବିନ୍‌ସିଟିର ସମସ୍ତ ପୋଲିସ ଷ୍ଟେସନ୍ ପ୍ରସ୍ତୁତ ରହିଛି। ସବୁ ଥାନା ଅଧିକାରୀଙ୍କୁ ୨୪ ଘଣ୍ଟିଆ ସଜାଗ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ସମସ୍ତ ଆବଶ୍ୟକୀୟ ସାମଗ୍ରୀ ମହଜୁଦ ରଖିବାକୁ କୁହାଯାଇଛି। ସେହିଭଳି ବିଭିନ୍ନ ଥାନା ଅଞ୍ଚଳରେ ଘଟୁଥିବା କଳାବଜାରୀ ଉପରେ ରୋକ ଲାଗାଇବା ସହ କାର୍ଯ୍ୟନୁଷ୍ଠାନ ନେବାକୁ  ନିର୍ଦ୍ଦେଶ ଦିଆଯାଇଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.