ଭଞ୍ଜନଗର, ୨୬/୫ : ଗଞ୍ଜାମ ଜିଲ୍ଲା ସୋରଡ଼ା ଥାନା ଅନ୍ତର୍ଗତ ଲାଠିପଡ଼ା ନିକଟରେ ମର୍ମନ୍ତୁଦ ଦୁର୍ଘଟଣା। ସୋମବାର ସକାଳ ସାଢ଼େ ୧୦ଟାରେ ଦୁଇ ବାଇକ୍ ମୁହାଁମୁହିଁ ଧକ୍କା ହୋଇଥିଲେ । ଏହି ଦୁର୍ଘଟଣାରେ ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି ।ସୂଚନାନୁଯାୟୀ, ଭଞ୍ଜନଗର ଆଡ଼ୁ ୨ଜଣ ଏକ ବାଇକ୍ ଯୋଗେ ସୋରଡ଼ା ଅଭିମୁଖେ ଯାଉଥିଲେ। ଏହି ସମୟରେ ବିପରୀତ ଦିଗରୁ ସିଂହମର୍ଦ୍ଦନୀ ଗ୍ରାମର ବିରଞ୍ଚି ଭୂୟାଁ ଶ୍ୱଶୁର ଘର ଗୁଡ଼ିପଲିକୁ ସାବିତ୍ରୀ ଅମାବାସ୍ୟା ପାଇଁ ଆସୁଥିଲେ। ଲାଠିପଡ଼ା ନିକଟରେ ଉଭୟଙ୍କ ଗାଡ଼ି ମୁହାଁମୁହିଁ ଧକ୍କା ହୋଇଥିଲା। ଗୁରୁତର ଭାବେ ଆହତ ହୋଇଥିବା ବିରଞ୍ଚିଙ୍କୁ ଉଦ୍ଧାର କରି ସୋରଡ଼ା ମେଡିକାଲରେ ଭର୍ତ୍ତି କରାଯାଇଥିଲା । ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି । ଅନ୍ୟ ଦୁଇଜଣ ଆହତଙ୍କୁ ଭଞ୍ଜନଗର ମେଡିକାଲକୁ ଚିକିତ୍ସା ପାଇଁ ଅଣାଯାଇଥିବା ବେଳେ ଭଞ୍ଜନଗର ମେଡିକାଲରେ ଜଣଙ୍କର ମୃତ୍ୟୁ ଘଟିଛି । ଅନ୍ୟ ଜଣେ ଯୁବକଙ୍କ ଅବସ୍ଥା ଗୁରୁତର ରହିଛି । ଉଭୟ ମୃତ ଓ ଗୁରୁତରଙ୍କ ପରିଚୟ ମିଳିପାରି ନାହିଁ । ଖବର ପାଇ ଭଞ୍ଜନଗର ଆଞ୍ଚଳିକ ପରିବହନ ଅଧିକାରୀ ଶୁଭେନ୍ଦୁ ରଞ୍ଜନ ରାୟ ଏବଂ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରୁଛନ୍ତି ।

‘ବେଙ୍ଗଲ କେବେ ବି' ବିଜେପି ହାତକୁ ଯିବ ନାହିଁ, ମୋଦୀଙ...