ପ୍ରମୂଖ ଖବର
  • ଆମେରିକାର ପୂର୍ବତନ ଏନଏସ୍ଏଙ୍କ ଘରେ ଚଢ଼ାଉ କଲା ଏଫବିଆଇ
  • ||
  • ଶ୍ରୀଲଙ୍କାର ପୂର୍ବତନ ରାଷ୍ଟ୍ରପତି ରାନିଲ ବିକ୍ରମାସିଂଘେ ଗିରଫ
  • ||
  • କଟକ : ବଡ଼ମ୍ବା ପୁଲିସର ସଫଳତା, ଦୁର୍ଦ୍ଦାନ୍ତ ଅପରାଧୀ ପପୁ ଚୌଧୁରୀ ଗିରଫ
  • ||
  • ସ୍କୁଲ୍ ଓ ଗଣଶିକ୍ଷା ମନ୍ତ୍ରୀଙ୍କ ବଡ଼ ଘୋଷଣା : ଏଣିକି ସରକାରୀ ବସ୍‌ରେ ଫ୍ରିରେ ଯାତାୟାତ କରିବେ ପ୍ରଥମରୁ ପ୍ଲସ୍ ଟୁ
  • ||
  • ବୁଲା କୁକୁର ପ୍ରସଙ୍ଗ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ରାୟ, ସେଲ୍ଟର ହୋମ୍‌ ନୁହେଁ ବନ୍ଧ୍ୟାକରଣ ହିଁ ସମାଧାନ
  • ||
  • କଟକ : ଚନ୍ଦକାରୁ ଆଠଗଡ଼ ରେଞ୍ଜ; ଭରା ମହାନଦୀ ପାର୍ ହେଲେ ୨୨ଟିକିଆ ହାତୀପଲ
  • ||
  • ଦିଗପହଣ୍ଡି : ଝରଣାରେ ଗାଧୋଇବା ବେଳେ ପାହାଡ଼ ଉପରୁ ଖସି ଆସିଲା ପଥର, ଚାପି ହୋଇ ଷଷ୍ଠ ଶ୍ରେଣୀ ଛାତ୍ର ମୃତ
  • ||
  • ଚୌଦ୍ୱାର: କଟକ CDMOର ସିନିୟର୍ ଆସିଷ୍ଟାଣ୍ଟଙ୍କ ଘରେ ଭିଜିଲାନ୍ସ ଚଢାଉ, ଏକକାଳନୀନ ୫ଟି ସ୍ଥାନରେ ଚାଲିଛି ରେଡ୍
  • ||
  • ମହିଳା ଏସିଆ କପ୍‌ ହକି: ଭାରତୀୟ ଦଳ ଘୋଷଣା, ସଲିମା ଟେଟେ ନେବେ ନେତୃତ୍ୱ, ଓଡ଼ିଶାରୁ ସୁନେଲିତା
  • ||
  • ଆମେରିକାରେ ଭୂକମ୍ପର ଜୋରଦାର ଝଟକା, ରିକ୍ଟର ସ୍କେଲରେ ତୀବ୍ରତା ୮.୦ ରେକର୍ଡ
  • ||
  • ବୁଲା କୁକୁର ଉପରେ ଆଜି ସୁପ୍ରିମ୍‌ ଶୁଣାଣି, ସ୍ଥଗିତାଦେଶ ଆବେଦନ ଉପରେ ଶୁଣାଣି କରିବେ ଖଣ୍ଡପୀଠ
  • ||
  • ଆସନ୍ତାରେ ୩୧ ହେବାକୁ ଥିବା ସ୍ପେସାଲ୍‌ ଓଟିଇଟି ପୁଣି ସ୍ଥଗିତ, ଆଶଙ୍କାରେ ୭୫ ହଜାର ଇନ୍‌ସର୍ଭିସ୍‌ ଶିକ୍ଷକ
  • ||
  • ହିନ୍ଦୋଳ : ମଦ୍ୟପ ଯୁବକଙ୍କ ଉନ୍ମତ୍ତ କାଣ୍ଡ, ବୃଦ୍ଧ ବଡ଼ବାପାକୁ ଗାଁ ଦାଣ୍ଡରେ ଘୋଷାଡ଼ି ବାଡ଼େଇଲା ପୁତୁରା
  • ||
  • ଅନୁଗୁଳ କାରାଗାରର ବିଚାରାଧୀନ କଏଦୀଙ୍କ ମୃତ୍ୟୁ
  • ||
  • ଆସୁଛି ଆଉ ଦୁଇଟି ଲଘୁଚାପ: ଆସନ୍ତା ୨୬ ଯାଏ ବିସ୍ତୃତ ଅଞ୍ଚଳରେ ବର୍ଷା ସମ୍ଭାବନା, ଆଜି ୫ ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ
  • ||

ଦୁଇ ବାଇକ୍ ମୁହାଁମୁହିଁ ଧକ୍କା : ଜଣେ କଲେଜ ଛାତ୍ରୀ ମୃତ, ଅନ୍ୟ ଜଣେ ଗୁରୁତର

Published By : Rasmita Pradhan | August 21, 2025 9:55 AM

କେସିଙ୍ଗା, ୨୧/୮ : ଦୁଇ ବାଇକ୍ ମୁହାଁମୁହିଁ ଧକ୍କା। ଜଣେ କଲେଜ ଛାତ୍ରୀ ମୃତ ଅନ୍ୟ ଜଣେ ଗୁରୁତର। ବୁଧବାର ଅପରାହ୍ନରେ କଳାହାଣ୍ଡି ଜିଲ୍ଲା କେସିଙ୍ଗା ଥାନା ୨୬ନଂ ଜାତୀୟ ରାଜପଥ ସୁକନାଭଟା ଗ୍ରାମ ନିକଟରେ ଏଭଳି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଗୁରୁତର ଥିବା କଲେଜ ଛାତ୍ରୀଙ୍କର ଚିକିତ୍ସାଧିନ ଅବସ୍ଥାରେ ମୃତ୍ୟୁ ଘଟିଛି। ଅନ୍ୟ ଜଣେ ଗୁରୁତରଙ୍କ ଚିକିତ୍ସା ଚାଲିଛି। ଅନ୍ୟ ବାଇକ୍ ଚାଳକ ବଗାଡ ଗ୍ରାମର ଶିବ ସାହୁ ଅଳ୍ପକେ ବର୍ତ୍ତି ଯାଇଛନ୍ତି।

ସୂଚନା ଅନୁଯାୟୀ, ବୁଧବାର ଅପରାହ୍ନରେ କେସିଙ୍ଗା ବ୍ଲକ ବଗାଡ ଗ୍ରାମର ମନୋଜ ସାହୁ ଓ କଶୃପଡା +୨ କଲେଜର ଜଣେ ଛାତ୍ରୀ ବାଇକ୍ ଯୋଗେ ଫେରୁଥିଲେ। ସୁକନାଭଟା ଗ୍ରାମ ନିକଟରେ ବିପରୀତ ଦିଗରୁ ଆସୁଥିବା ଅନ୍ୟ ଏକ ବାଇକ୍ ସହ ମୁହାଁମୁହିଁ ଧକ୍କା ହୋଇଥିଲେ। ଫଳରେ ଛାତ୍ରୀ ଜଣଙ୍କ ବାଇକ୍‌ରୁ ଛିଟିକି ପଡିଥିଲେ। ମନୋଜ ଓ ଛାତ୍ରୀ ଜଣଙ୍କ ଗୁରୁତର ହୋଇଥିଲେ। ଦୁଇ ଜଣଙ୍କୁ ପ୍ରଥମେ ଉଦ୍ଧାର କରାଯାଇ କେସିଙ୍ଗା ସରକାରୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ପ୍ରାଥମିକ ଚିକିତ୍ସା ପରେ ଭବାନୀପାଟଣା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଥିଲା। ସେଠାରେ ଆହତ କଲେଜ ଛାତ୍ରୀଙ୍କର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଛି। ମୃତ ଛାତ୍ରୀଙ୍କ ଶବ ବ୍ୟବଚ୍ଛେଦ ହେବାରେ ବିଳମ୍ୱ ହୋଇଥିବା ଯୋଗୁଁ ଆଜି ସକାଳ ସାଢେ ୯ ଟା ସୁଦ୍ଧା ମୃତଦେହ ନିଜ ଘର କେସିଙ୍ଗାରେ ପହଞ୍ଚି ନଥିବା ଜଣାପଡ଼ିଛି। ଘଟଣା ସ୍ଥଳରେ କେସିଙ୍ଗା ପୁଲିସ ପହଞ୍ଚି ବାଇକ୍ ଜବତ କରି ତଦନ୍ତ ଆରମ୍ଭ କରିଛି।


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.