ପ୍ରମୂଖ ଖବର
  • ICCର ଗ୍ରୀନ୍ ସିଗନାଲ: ୩୪ ଓଭର ପରେ ଗୋଟିଏ ବଲ୍, ୫ ବ୍ୟାକଅପ୍ ପ୍ଲେୟାର, କ୍ରିକେଟରେ ବଦଳିବ ନିୟମ
  • ||
  • 'ଆତଙ୍କୀ ନାରୀ ଶକ୍ତିକୁ ଚ୍ୟାଲେଞ୍ଜ କରିଥିଲେ, ସେମାନଙ୍କ ବିନାଶ ହେଲା': ପ୍ରଧାନମନ୍ତ୍ରୀ
  • ||
  • ଗ୍ରାମାଞ୍ଚଳ ଛାତ୍ରଛାତ୍ରୀଙ୍କ ପାଇଁ ଫ୍ରି ପବ୍ଲିକ ଟ୍ରାନ୍ସପୋର୍ଟ ସେବା ଦେବାକୁ କଂଗ୍ରେସର ଦାବି, ଜୁନ୍ ୧୦ ସୁଦ୍ଧା କାର୍ଯ୍ୟକାରୀ ନହେଲେ ଆନ୍ଦୋଳନ
  • ||
  • ଉତ୍ତରପୂର୍ବ ରାଜ୍ୟରେ ପ୍ରକୃତି କୋପ; ଘରେ ପଶିଲା ପାଣି- ବୁଡ଼ିଲା ଗାଡ଼ି, ୩ ମୃତ
  • ||
  • କରୋନା ଆତଙ୍କ; ରାଜଧାନୀରେ ପ୍ରଥମ ମୁଣ୍ଡ ନେଲା ନୂଆ ଭାରିଏଣ୍ଟ, ୭ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ଶିଆଳି ନିକଟରେ କୂଳ ଲଙ୍ଘିଲା ସମୂଦ୍ର, ବଜାର ଏବଂ ଜନ ବନତିରେ ମାଡ଼ିଗଲା ପାଣି
  • ||
  • ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ, ଏକକାଳୀନ ୪ ଟି ସ୍ଥାନରେ ଚଢାଉ
  • ||
  • ମୟୂରଭଞ୍ଜ : ବାଙ୍ଗିରିପୋଷିରୁ ଚୋରି ଗାଡି ଝାଡଖଣ୍ଡରୁ ଉଦ୍ଧାର, ଜଣେ ଗିରଫ
  • ||
  • 'ଆମେ କଥା ହେଲୁ ଯୁଦ୍ଧ ରୋକିଲା'; ଭାରତ-ପାକିସ୍ତାନ ସିଜଫାୟାରକୁ ନେଇ ଟ୍ରମ୍ପଙ୍କ ବଡ଼ ବୟାନ
  • ||
  • ଗଞ୍ଜାମ : ଗୁହାଳରେ ଅଗ୍ନିକାଣ୍ଡ, ୧୫ ରୁ ଉର୍ଦ୍ଧ୍ୱ ଛେଳି ଏବଂ ମେଣ୍ଢା ଜୀବନ୍ତ ଦଗ୍ଧ
  • ||
  • ଟ୍ରମ୍ପଙ୍କ ବଡ଼ ଘୋଷଣା; ଚୀନ୍‌ ଷ୍ଟିଲ ଉପରେ ଡବଲ୍ ଟାରିଫ୍‌, ଜୁନ୍‌ ୪ରୁ ଲାଗୁ
  • ||
  • ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ସହ ମା' ପାର୍ବତୀଙ୍କ ବିବାହ ସମ୍ପନ୍ନ, ଆଜି ରାତି ୧୦ଟାରେ ଶୀତଳ ଷଷ୍ଠୀ ଶୋଭାଯାତ୍ର
  • ||
  • କେନ୍ଦୁଝର: ପାରିବାରିକ କଳହର କରୁଣ ପରିଣତି, ବେକରେ ଫାଶୀ ଲଗାଇ ଝୁଲିପଡ଼ିଲେ ଦମ୍ପତି
  • ||
  • ଦୁର୍ବଳ ହେଉଛି ଅବପାତ: ଆଜି କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା, ସପ୍ତାହେ ଯାଏ ବିଶେଷ ବର୍ଷା ନାହିଁ
  • ||

କଟକଣା ନମାନିବା ପଡ଼ିଲା ମହଙ୍ଗା, ୨ବୋଟ ସହ ମାଲିକକୁ ଧରିଲା ପୁଲିସ

Published By : Ankita S | May 30, 2025 2:17 PM

ଚନ୍ଦନେଶ୍ଵର,୩୦/୦୫: ଲଘୁଚାପ ପ୍ରଭାବରେ ଅଶାନ୍ତ ରହିଛି ସମୁଦ୍ର । ସୁ ସୁ ଗର୍ଜନ କରୁଛି ମାଡିଆସୁଛି ସମୁଦ୍ର ପାଣି ।  ଏଥିପାଇଁ ମତ୍ସଜୀବୀଙ୍କୁ ସମୁଦ୍ରକୁ ନ ଯିବାକୁ ନିର୍ଦ୍ଦେଶ ଦେଇଥିଲେ ପାଣିପାଗ ବିଭାଗ ଓ ମତ୍ସ୍ୟ ବିଭାଗ । ୩୧ ତାରିଖ ପର୍ଯ୍ୟନ୍ତ ସମୁଦ୍ରକୁ ନଯିବା ପାଇଁ ନିର୍ଦ୍ଦେଶ ଦେଇଥିଲେ । ମାତ୍ର ସରକାରଙ୍କ ଏହି ନିର୍ଦ୍ଦେଶକୁ ବେଖାତିର କରି କିଛି ମତ୍ସ୍ୟଜୀବୀ ସମୁଦ୍ରରୁ ମାଛ ଧରିବାକୁ ଯାଉଥିଲେ। ନିୟମ ନମାନିବା ସେମାନଙ୍କୁ ମହଙ୍ଗା ପଡିଛି। 

ବାଲେଶ୍ୱର ଜିଲ୍ଲା ବାଲିଆପାଳ ବ୍ଲକ ସିଂଲା ଥାନା ସାର୍ଥା ଗାଁର ୨ଟି ମାଛଧରା ବୋଟକୁ ଧରିଛନ୍ତି ତାଳସାରୀ ସାମୁଦ୍ରିକ ଥାନା ପୁଲିସ । ବାପା ଓ ପୁଅଙ୍କ ସହ ୨ଟି ବୋଟରେ ମୋଟ୍ ୧୨ଜଣ ସମୁଦ୍ରରୁ ମାଛ ଧରି ବିକ୍ରି କରିବା ପାଇଁ ତାଳସାରୀ ମତ୍ସ୍ଯ ଅବତରଣ କେନ୍ଦ୍ରକୁ ଆସିଥିଲେ। ସେଠାରୁ ତଟରକ୍ଷୀ ବିଭାଗର ପୁଲିସ ସେମାନଙ୍କୁ ଧରି ଥାନାକୁ ଆଣିଛନ୍ତି । ବୋଟ ମାଲିକ ୨ଜଣ ହେଲେ ବିଭୁତି ମଣ୍ଡଳ ଓ ତାଙ୍କ ପୁଅ ଗୋବିନ୍ଦ ମଣ୍ଡଳ । ସାମୁଦ୍ରିକ ଥାନା ଅଧିକାରିଣୀ ଚମ୍ପାବତୀ ସୋରେନ ପ୍ରକାଶ ଏ ନେଇ ସୂଚନା ଦେଇଛନ୍ତି । ଏନେଇ ତଦନ୍ତ ଜାରି ରହିଛି । ଜୀବନକୁ ପାଣି ଛଡ଼ାଇ କାହିଁକି ମତ୍ସ୍ୟଜୀବୀ ସମୁଦ୍ରକୁ ଯାଇଥିଲେ ସେ ନେଇ ପଚରାଉଚରା ଜାରି ରହିଛି ।



Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.