ପ୍ରମୂଖ ଖବର
  • ସିଙ୍ଗାପୁର ରାଷ୍ଟ୍ରପତିଙ୍କୁ ଭବ୍ୟ ସ୍ୱାଗତ କଲେ ମୁଖ୍ୟମନ୍ତ୍ରୀ: କହିଲେ ଓଡ଼ିଶା ସହ ବଢିବ ସମ୍ପର୍କ, ବଢିବ ପୁଞ୍ଜି ନିବେଶ
  • ||
  • ଶ୍ରୀମନ୍ଦିରରେ ଲାଗୁ ହେଲା ୫ ସୂତ୍ରୀ ମାର୍ଗଦର୍ଶିକା, ଡିଜିଟାଇଜେସନ୍‌ ହେବ ସମସ୍ତ ଫାଇଲ୍‌ ଏବଂ ରେକର୍ଡ
  • ||
  • ଅଲକାଦିର ଟ୍ରଷ୍ଟ ଭ୍ରଷ୍ଟାଚାର ମାମଲା : ଇମରାନଙ୍କୁ ୧୪ ଏବଂ ପତ୍ନୀଙ୍କୁ ୭ ବର୍ଷ ଜେଲ୍‌ଦଣ୍ଡ
  • ||
  • ଶିମିଳିପାଳ ଜଗିବେ ୧ ପ୍ଳାଟୁନ୍‌ ପୁଲିସ, ଶିକାରୀ ପ୍ରବଣ ଗ୍ରାମରେ ହେବ ପାଟ୍ରୋଲିଂ
  • ||
  • କଟକ : ନବ ଦାସ ହତ୍ୟା ମାମଲା: ସିବିଆଇ ତଦନ୍ତ ପାଇଁ ହାଇକୋର୍ଟରେ ମାମଲା ରୁଜୁ
  • ||
  • ଭୁବନେଶ୍ୱର : ଭଙ୍ଗାହେଲା ବୈକୁଣ୍ଠ ଧାମ, ଆଶ୍ରମ ପରିସରରେ କଡ଼ା ସୁରକ୍ଷା ବ୍ୟବସ୍ଥା
  • ||
  • ରାୟଗଡ଼ା : ଧୁମାଗୁଡ଼ା ଗାଁରୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ
  • ||
  • ଶନିବାର ଦିନିକିଆ ରାୟଗଡ଼ା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
  • ||
  • ସମ୍ୱଲପୁର : ନବଦାସଙ୍କ ଭାଇଙ୍କ ଘରେ ବଡ଼ ଧରଣର ରେଡ୍‌, ତନାଘନା କରୁଛି ଆୟକର ଟିମ୍‌
  • ||
  • ଗଞ୍ଜାମ : କେନାଲରୁ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ
  • ||
  • ସ୍କିମାଟିକ୍ କନିଷ୍ଠ ଶିକ୍ଷକଙ୍କ ବଢିଲା ପାରିଶ୍ରମିକ, ଏବେ ମିଳିବ ୧୬ ହଜାର
  • ||
  • ଚାନ୍ଦବାଲି : ଗ୍ରାହକଙ୍କ ଆକାଉଣ୍ଟରୁ ଆପେ ଆପେ ଗୋଲ୍ ହେଉଛି ଟଙ୍କା, ଚିନ୍ତାରେ ଗ୍ରାହକ
  • ||
  • ଦିଗପହଣ୍ଡି : ଦ୍ରୁତଗତିରେ ଆସି ଓଲଟିଲା କଣ୍ଟେନର: ଅଳ୍ପକେ ବର୍ତ୍ତିଲେ ଲୋକେ, ଡ୍ରାଇଭର ଗିରଫ
  • ||
  • ଜମ୍ମୁ-କାଶ୍ମୀରରେ ରହସ୍ୟମୟ ରୋଗରେ ୧୫ ଶିଶୁ ମୃତ, ତଦନ୍ତ ଲାଗି ସ୍ୱତନ୍ତ୍ର ତଦନ୍ତକାରୀ ଟିମ୍ ଗଠନ
  • ||
  • ରାଜଧାନୀରେ ପହଞ୍ଚିଲେ ସିଙ୍ଗାପୁର ରାଷ୍ଟ୍ରପତି,ଏୟାରପୋର୍ଟରେ ଭବ୍ୟ ସ୍ବାଗତ କଲେ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ
  • ||

ବାଇକ୍ ଦୁର୍ଘଟଣାରେ ଦୁଇ ମୃତ, ୧ ଗୁରୁତର

Published By : Prameya | June 6, 2024 7:39 PM

ଟିକାବାଲି,୬/୬ : ଫୁଲବାଣୀ -ବ୍ରହ୍ମପୁର ୧୫୭ ନଂ ରାଜପଥର କାବଲାଗାଁ ନିକଟରେ ଥ‌ିବା ବ୍ରିଜ ତଳକୁ ଏକ ବାଇକ୍ ଭାରସାମ୍ୟ ହରାଇ ଖସି ପଡ଼ିବା ଫଳରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଥିବା ଜଣାପଡିଛି। ସୂଚନା ଅନୁସାରେ, ଟିକାବାଲି ଥାନା ଆରାବାକା ପଞ୍ଚାୟତ ଅନ୍ତର୍ଗତ ନେଡିଗୁଡା ଗ୍ରାମର କାର୍ତ୍ତିକ କହଁର, ପରମେଶ୍ବର କହଁର ଏବଂ ରାଇକିଆ ବ୍ଲକ ମାସେଡିକିଆ ଗ୍ରାମର ପତିତ ପ୍ରଧାନ ଏକ ବାଇକ ଯୋଗେ ଶଙ୍କରାଖୋଲ ଯାଇ ନେଡିଗୁଡାକୁ ଫେରୁଥିଲେ । ଏହି ସମୟରେ ଭାରସାମ୍ୟ ହରାଇ କାବଲାଗାଁ ବ୍ରିଜକୁ ବାଡ଼େଇ ହୋଇ ବାଇକ୍ ସହ ପୋଲ ତଳକୁ ଖସି ପଡ଼ିଥିଲେ । 

ଖବରପାଇ ଟିକାବାଲି ଅଗ୍ନିଶମ କର୍ମଚାରୀ ଓ ୧୦୮ ଆମ୍ବୁଲାନ୍ସ ପହଞ୍ଚି ୩ଆହତଙ୍କୁ ଉଦ୍ଧାର କରି ଟିକାବାଲି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣିଥିଲେ। ତେବେ ଚିକିତ୍ସାଧନ ଅବସ୍ଥାରେ ପତିତ(୨୫)ଙ୍କ ମୃତ୍ୟୁ ଘଟିଥ‌ିବାବେଳେ ଅନ୍ୟ ଦୁଇ ଜଣଙ୍କ ସ୍ବାସ୍ଥ୍ୟ ଅବସ୍ଥା ଗୁରୁତର ଥ‌ିବାରୁ ତାଙ୍କୁ ଫୁଲବାଣୀ ମୁଖ୍ୟ ଚିକିତ୍ସାଳୟକୁ ପଠାଯାଇଥିଲା। କିନ୍ତୁ ସେଠାରେ ପରମେଶ୍ଵରଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି । କାର୍ତ୍ତିକଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ବ୍ରହ୍ମପୁର ବଡ ମେଡ଼ିକାଲ ସ୍ଥାନାନ୍ତର କରାଯାଇଛି । ଘଟଣାସ୍ଥଳରେ ପୋଲିସ ଏସଆଇ, ଅବନ କୁମାର ପ୍ରଧାନ, ରବିନ୍ଦ୍ର କୁମାର ହେମ୍ବ୍ରମ, ପହଞ୍ଚି ତଦନ୍ତ ଚଳାଇଥ‌ିବା ଜଣାପଡ଼ିଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.