ପ୍ରମୂଖ ଖବର
  • ବିଏସ୍‌ଏଫ ଯବାନକୁ ଛାଡ଼ିଲା ପାକିସ୍ତାନ, ୨୦ ଦିନ ପରେ ପାକ୍ ଜେଲରୁ ମୁକ୍ତ ହେଲେ ପୂର୍ଣ୍ଣମ କୁମାର
  • ||
  • ନାଳ ଉପରୁ ଜବରଦଖଲ ଉଚ୍ଛେଦ, କାର୍ଯ୍ୟନିର୍ବାହୀ ଅଧିକାରୀ ଓ ସାଲୁଜା ମୁହାଁମୁହିଁ
  • ||
  • ‘ଅପରେସନ ସିନ୍ଦୂର’ ପରେ ଆଜି ବସିବ CCSର ପ୍ରଥମ ବୈଠକ, ପାକିସ୍ତାନକୁ ନେଇ ନିଆଯାଇପାରେ ବଡ଼ ନିଷ୍ପତ୍ତି...
  • ||
  • ବୁଧବାର ବସିବ ରାଜ୍ୟ କ୍ୟାବିନେଟର ବୈଠକ, ବିଭିନ୍ନ ବିଭାଗର ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବରେ ବାଜିପାରେ ମୋହର
  • ||
  • ଗଞ୍ଜାମ : ଡାଲା ଅଟୋ ଓଲଟି ଦୁଇ ମୃତ, ୧୪ ଆହତ
  • ||
  • ଅନୁଗୁଳ : ବିଲକୁ ଯାଇଥିବା ବେଳେ ପଡ଼ିଲା ଚଡ଼କ, ବଜ୍ରାଘାତରେ ବାପ-ପୁଅ ମୃତ
  • ||
  • ଆନନ୍ଦପୁର : ଅଗ୍ନିକାଣ୍ଡରେ ଜଳିଗଲା ୩ ବଖରା ଘର, ଅଳ୍ପକେ ବର୍ତ୍ତିଲେ ପରିବାର ଲୋକେ
  • ||
  • ରଥଖଳା ହାଲ୍‌ଚାଲ୍‌...ଆଜି ପ୍ରସ୍ତୁତ ହେବ ୩ ନାହାକା ଚକ, ଭଉଁରି ଯାତ୍ରାରେ ଡ଼େରା ହେବ ଚକ ଅଖ
  • ||
  • ଦିନରେ ତାତି, ସନ୍ଧ୍ୟାରେ କାଳବୈଶାଖୀ: ଆସନ୍ତା ୩ ଦିନରେ ୩ ଡିଗ୍ରୀ ବଢ଼ିପାରେ ତାପମାତ୍ରା, ୧୮ ଜିଲ୍ଲାରେ ଘଡ଼ଘଡି ସହ ବର୍ଷିବ
  • ||

ଡାଲା ଅଟୋ ଓଲଟି ଦୁଇ ମୃତ, ୧୪ ଆହତ

Published By : Harapriya Sethi | May 14, 2025 7:27 AM

ଆସିକା,୧୪/୦୫: କୋଟିନଡା ଥାନା ଅନ୍ତର୍ଗତ ଭେଟନଈ ନିକଟରେ ଦୁର୍ଘଟଣା । ଡାଲା ଅଟୋ ଓଲଟି ଦୁଇ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୪ ଜଣ ଆହତ ହୋଇଛନ୍ତି । ଆହତମାନଙ୍କୁ ଆସିକା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ସେମାନଙ୍କ ମଧ୍ୟରୁ ୭ ଜଣଙ୍କୁ ବ୍ରହ୍ମପୁର ସ୍ଥାନାନ୍ତର କରାଯାଇଛି । ମୃତକ ଦୁଇ ଜଣ ଭେଟନଈ ଗ୍ରାମର ୨୫ ବର୍ଷୀୟା ଗାୟତ୍ରୀ ଗୌଡ଼ ଓ ୫୦ ବର୍ଷୀୟା ସରୋଜିନୀ ସାହୁ।

ସୂଚନା ମୁତାବକ, ସାନଖୋଲି ଗ୍ରାମକୁ ଯଜ୍ଞ ଦେଖିବାକୁ ଭେଟନଈ ଗ୍ରାମର ୨୦ରୁ ଉର୍ଦ୍ଧ୍ୱ ଲୋକ ଏକ ଡାଲା ଅଟୋରେ ଯାଇଥିଲେ । ଯଜ୍ଞ ଦେଖି ଫେରୁଥିବା ସମୟରେ ରାତିରେ ଭାରସାମ୍ୟ ହରାଇ ଅଟୋଟି ବଡଖୋଲି ଓ ଭେଟନଈ ମଝି ରାସ୍ତାରେ ଓଲଟି ପଡିଥିଲା। ଏହି ଦୁର୍ଘଟଣାରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୪ ଜଣ ଆହତ ହୋଇଥିଲେ । ଏହା ଦେଖି ସ୍ଥାନୀୟଲୋକେ ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଜବତ କରି ଆହତଙ୍କୁ ଡାକ୍ତରଖାନା ପଠାଇ ଘଟଣାର ତଦନ୍ତ ଚଳାଇଛି ।

କାମାକ୍ଷାନଗର : ଟ୍ରକର ପଛପଟୁ ପିଟିଲା ଟ୍ରକ,ଚାଳକ ମୃତ୍ୟୁ

ଢେଙ୍କାନାଳ ଜିଲ୍ଲା ୫୩ନଂ ଜାତୀୟ ରାଜପଥ ଟାଙ୍ଗରପଡ଼ା ଛକ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌କୁ ଆଉ ଏକ ଟ୍ରକ୍ ପଛପଟୁ ଧକ୍କା ଦେଇଛି। ଫଳରେ ଘଟଣାସ୍ଥଳରେ ଜଣେ ଡ୍ରାଇଭର୍‌ଙ୍କ ମୃତ୍ୟୁ ହୋଇଛି। ଖବର ପାଇ ଅଗ୍ନିଶମ ବାହିନୀ ମୃତ ଚାଳକକୁ ଉଦ୍ଧାର ପାଇଁ ଉଦ୍ୟମ ଜାରି ରଖିଛି। ମୃତକଙ୍କ ପରିଚୟ ମିଳିପାରି ନାହିଁ। 


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.