ପ୍ରମୂଖ ଖବର
  • ରାୟଗଡ଼ା : ଟ୍ରେଲର ଧକ୍କାରେ ମହିଳା କନେଷ୍ଟବଳଙ୍କ ମୃତ୍ୟୁ, ୨ ଗୁରୁତର
  • ||
  • 'ରାଜ୍ୟରେ ଏବେ ବନ୍ୟା ପରିସ୍ଥିତି ନାହିଁ, ବିପଦ ସଙ୍କେତ ତଳେ ଜଳସ୍ତର': ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ
  • ||
  • ବୌଦ୍ଧ : ଭାରସାମ୍ୟ ହରାଇ ଓଲଟିଲା ସିମେଣ୍ଟ ବୋଝେଇ ଟ୍ରକ୍‌, ଡ୍ରାଇଭର ଆହତ
  • ||
  • ବାହୁଡ଼ା ଯାତ୍ରା ପାଇଁ ଜନସମୁଦ୍ର ବଡ଼ଦାଣ୍ଡ, ଘଣ୍ଟଘଣ୍ଟା ନାଦରେ ପ୍ରକମ୍ପିତ ଶ୍ରୀକ୍ଷେତ୍ର
  • ||
  • ଜନ୍ମବେଦୀରୁ ବାହୁଡ଼ିବେ ଦାରୁବ୍ରହ୍ମ, ଶରଧାବାଲିରେ ରଥାରୂଢ ଚତୁର୍ଦ୍ଧାମୂର୍ତ୍ତି
  • ||
  • ବୌଦ୍ଧ : ରେଳ ଧାରଣାରେ ଶୋଇ ରିଲ୍ସ ବନାଇଲେ ନାବାଳକ, ସୋସିଆଲ ମିଡିଆରେ ଭିଡିଓ ଭାଇରାଲ
  • ||
  • ନୌସେନାରେ ପ୍ରଥମ ମହିଳା ଫାଇଟର ପାଇଲଟ ହେଲେ ଆସ୍ଥା ପୁନିଆ, ମିଳିଲା ୱିଙ୍ଗ୍ ଅଫ୍‌ ଗୋଲ୍ଡ
  • ||
  • ବାହୁଡ଼ିବେ ଦାରୁଦିଅଁ, ସୁରକ୍ଷା ବଳୟରେ ଶ୍ରୀକ୍ଷେତ୍ର: ପହଣ୍ଡିରେ ୨, ରଥ ସୁରକ୍ଷାରେ ୬ ଆଇପିଏସ୍‌କୁ ଦାୟିତ୍ୱ
  • ||
  • ଆହୁରି ୩ ଦିନ ଭିଜିବ ଓଡ଼ିଶା, ବାହୁଡ଼ାରେ ବର୍ଷା ସମ୍ଭାବନା; ୬ ଜିଲ୍ଲାକୁ ଆଲର୍ଟ
  • ||

ଜଙ୍ଗଲରୁ ଯୁବକ ଯୁବତୀଙ୍କ ମୃତଦେହ ଉଦ୍ଧାର, ପରିଚୟ ଅସ୍ପଷ୍ଟ

Published By : Harapriya Sethi | October 24, 2024 12:10 PM

ବଲାଙ୍ଗୀର, ୨୪/୧୦: ତଣ୍ଡାମୁଣ୍ଡା ଗାଁ ଜଙ୍ଗଲରୁ ଉଦ୍ଧାର ହେଲା ଯୁବକ ଯବତୀଙ୍କ ମୃତଦେହ । ଉଭୟ ଙ୍କ ବେକକଟା ଅବସ୍ଥାରେ ମୃତଦେହ ଉଦ୍ଧାର ହୋଇଛି । ଉଭୟଙ୍କ ପରିଚୟ ଅସ୍ପଷ୍ଟ ରହିଥିବା ବେଳେ ବଲାଙ୍ଗୀର ଜିଲ୍ଲା ପୁଇଁନ୍ତଳା ଥାନା ଅଞ୍ଚଳରେ ଏଭଳି ଘଟଣା ଘଟିଛି ।

ସୂଚନାନୁଯାୟୀ, ଗୁରୁବାର ପୁଇଁନ୍ତଳା ଥାନା ଅନ୍ତର୍ଗତ ତଣ୍ଡାମୁଣ୍ଡା ଗାଁ ଜଙ୍ଗଲକୁ କିଛି ଲୋକ କାଠ ହାଣିବାକୁ ଯାଇଥିଲେ । ଏହି ସମୟରେ ଜଣେ ଯୁବକ ଏବଂ ଯୁବତୀଙ୍କ ମୃତଦେହ ଦେଖିଥିଲେ ଲୋକେ । ଉଭୟଙ୍କ ବେକ କଟା ଯାଇଥିଲା । ଏହା ଦେଖି ତୁରନ୍ତ ପୁଇଁନ୍ତଳା ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣାସ୍ଥଳରେ ପୋଲିସଙ୍କ ସହ ନିଜେ ଏସଡିପିଓ ମଧ୍ୟ ପହଞ୍ଚିଥିଲେ । ସେଠାରେ ପହଞ୍ଚି ଉଭୟଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି ପୋଲିସ । ଏହା ସହ ଘଟଣାର ତଦନ୍ତ ଚଳାଇଛି ପୋଲିସ ।  

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.