ପ୍ରମୂଖ ଖବର
  • ପଶ୍ଚିମବଙ୍ଗ ଅଶାନ୍ତ ! ଗତ ୨୪ ଘଣ୍ଟାରେ ଦୁଇ ଜଣ ଟିଏମସି ନେତାଙ୍କୁ ହତ୍ୟା
  • ||
  • ବରମୁଣ୍ଡା ସମାବେଶରେ ରାହୁଲଙ୍କ ରଣହୁଙ୍କାର : 'ସମ୍ବିଧାନକୁ ଆକ୍ରମଣ କରୁଛି ଡବଲ ଇଞ୍ଜିନ, ଓଡ଼ିଶା ବଞ୍ଚାଇବା ଆମ ଦାୟିତ୍ଵ'
  • ||
  • ବାଲେଶ୍ୱର : ରକ୍ତ ସମ୍ପର୍କରେ ରକ୍ତ ଛିଟା; ପୂର୍ବ ଶତ୍ରୁତାରୁ ସାନଭାଇକୁ ହାଣିଲା ବଡ଼ଭାଇ
  • ||
  • ଅନୁଗୁଳ : ଟ୍ରେଲରକୁ ପିଟିଲା ବାଇକ୍‌: ଜଣେ ମୃତ, ଜଣେ ଗୁରୁତର
  • ||
  • ଭଦ୍ରକ : ଷଣ୍ଢ ଆକ୍ରମଣରେ ବାପା ମୃତ, ପୁଅ ଗୁରୁତର
  • ||
  • ପାକିସ୍ତାନର ବେଲୁଚିସ୍ତାନରେ ଆତଙ୍କୀ ହମଲା, ବସ୍‌କୁ ଅଟକାଇ ୯ ଜଣଙ୍କୁ ହତ୍ୟା କଲେ ଆତଙ୍କୀ
  • ||
  • ସୁବର୍ଣ୍ଣପୁର : ସରପଞ୍ଚଙ୍କ ସ୍ୱାମୀଙ୍କୁ ନିର୍ମମ ହତ୍ୟା, କାରଣ ଅସ୍ପଷ୍ଟ
  • ||
  • ରାହୁଲ ଗାନ୍ଧିଙ୍କ ଓଡ଼ିଶା ଗସ୍ତ, ବରମୁଣ୍ଡାରେ ସମ୍ବିଧାନ ବଞ୍ଚାଅ ସମାବେଶ, ଉତ୍ସାହରେ ଉଚ୍ଛୁଳୁଛି କଂଗ୍ରେସ
  • ||
  • ଗୁଜରାଟ ପୋଲ ଦୁର୍ଘଟଣା, ମିଳିଲାଣି ୧୭ ମୃତଦେହ, ୩ ନିଖୋଜ, ୪ ଅଧିକାରୀଙ୍କ ଉପରେ ଆକ୍ସନ
  • ||
  • ୧୫ ପରେ କମିବ ବର୍ଷା ପରିମାଣ, ୨୦ରୁ ୨୨ ଯାଏ ଖରା ଆଶଙ୍କା, ୨୩ରେ ଲଘୁଚାପ ସମ୍ଭାବନା
  • ||
  • ୪ ଦିନ ବଢିଲା ଆକ୍ସିଓମ୍‌-୪ ମିଶନ୍ ଅବଧି , ଜୁଲାଇ୧୪ରେ ମହାକାଶରୁ ଫେରିବେ ଶୁଭାଂଶୁ ଶୁକ୍ଳା
  • ||

ନୀଳଗିରି ବିଜେଡିକୁ ଝଟ୍‌କା, ପ୍ରାଥମିକ ସଦସ୍ୟରୁ ଇସ୍ତଫା ଦେଲେ ଦୁଇ ଜିଲ୍ଲା ପରିଷଦ ସଭ୍ୟ

Published By : Rasmita Pradhan | June 28, 2025 2:27 PM

ନୀଳଗିରି, ୨୮/୬ : ବାଲେଶ୍ଵର ଜିଲ୍ଲା ନୀଳଗିରିରେ ବିଜେଡିକୁ ଝଟ୍‌କା। ନୀଳଗିରି ୧୩ ନଂ ଜୋନ୍ ଜିଲ୍ଲା ପରିଷଦ ସଭ୍ୟ ଗତିକୃଷ୍ଣ ନନ୍ଦ ଓ ୧୧ ନମ୍ବର ଜୋନ୍ ଜିଲ୍ଲା ପରିଷଦ ସଭ୍ୟା ସୁବର୍ଣ୍ଣ ମଞ୍ଜରୀ ସିଂ ବିଜେଡି ଛାଡ଼ିଛନ୍ତି। ଗତିକୃଷ୍ଣ ନନ୍ଦ ଏବଂ ସୁବର୍ଣ୍ଣ ମଞ୍ଜରୀ ସିଂ ବିଜୁ ଜନତା ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସେମାନେ ରାଜ୍ୟ ସଭାପତିଙ୍କୁ ତାଙ୍କର ଇସ୍ତଫା ପତ୍ର ପଠାଇଛନ୍ତି। 

ସୂଚନାଯୋଗ୍ୟ, ଦୁଇ ଜିଲ୍ଲା ପରିଷଦ ସଭ୍ୟ ଗତିକୃଷ୍ଣ ଓ ସୁବର୍ଣ୍ଣ ମଞ୍ଜରୀ ବିଜେଡି ଛାଡିବା ପରେ ନୀଳଗିରି ରାଜନୀତି ସରଗରମ ହୋଇଛି। ନିଜର ବ୍ୟକ୍ତିଗତ କାରଣ ଦର୍ଶାଇ ବିଜେଡିର ପ୍ରାଥମିକ ସଦସ୍ୟରୁ ଇସ୍ତଫା ଦେଇଥିବା ପତ୍ରରେ ଦର୍ଶାଇଛନ୍ତି। ଆସନ୍ତାକାଲି ସାଂସଦ, ବିଧାୟକ ଓ ମନ୍ତ୍ରୀଙ୍କ ଉପସ୍ଥିତିରେ ବିଜେପିର ଏକ ମହା ମିଶ୍ରଣ ପର୍ବ ଅନୁଷ୍ଠିତ ହେଉଥିବା ବେଳେ ଉଭୟ ବିଜେପିରେ ମିଶିବା ନେଇ ଚର୍ଚ୍ଚା ଜୋର୍ ଧରିଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.